ପାରଳାଖେମୁଣ୍ଡି/ ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ବର୍ଷା ଦିନିଆ ହେଉଥିବା ରୋଗର ନିରାକରଣର ଉପରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତିର ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅନୁପମ ସାହା ଏହି ବୈଠକରେ ଅଧ୍ୟକ୍ଷତା କରି ଜିଲ୍ଲାରେ ଚାଲିଥିବା ସ୍ୱାସ୍ଥ୍ୟ ସମିତିର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ପଚାରି ବୁଝିଥିଲେ । ଅନ୍ୟ ପକ୍ଷରେ ଗ୍ରାମାଞ୍ଚଳରେ ମ୍ୟାଲେରିଆ, ଡେଙ୍ଗୁ ପ୍ରଭୃତି ରୋଗର ନିରାକରଣ ପାଇଁ ତୃଣମୁଳ ସ୍ତରରେ ଏହାର ସଚେତନତା କରାଯିବା ଉପରେ ବିଶେଷ ଗୁରୁତ୍ୱାରୋପ କରିଥିଲେ ।
ଜିଲ୍ଲାପରିଷଦ ଅଧ୍ୟକ୍ଷା ଅନିତା ରାଣୀ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ବୁନୁରାଣୀ ପଟ୍ଟନାୟକ ପ୍ରମୁଖ ବହୁ ସ୍ୱାସ୍ଥ୍ୟ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।
Sign in
Sign in
Recover your password.
A password will be e-mailed to you.