ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ପାଳିତ

0

ଭୁବନେଶ୍ୱର – ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ପବିତ୍ର ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ଗୋପବନ୍ଧୁ ଛକସ୍ଥିତ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନ ଠାରେ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ କଂଗ୍ରେସ ନେତୃବୃନ୍ଦ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ,  ଶୁଭେନ୍ଦୁ ମହାନ୍ତି, କିଶୋର ଜେନା, ମନୋଜ ଜେନା, ଚିନ୍ମୟ ସୁନ୍ଦର ଦାସ, ବିକ୍ରମ ସାହୁ, ଜ୍ୟୋତିଷ ସାହୁ, ପ୍ରକାଶ ମିଶ୍ର, ତରୁଣ ମିଶ୍ର, ନିରେଶ ପାତ୍ର, ପ୍ରଣତୀ ମିଶ୍ର, ପ୍ରକାଶ ମହାନ୍ତି, ମାନସ ଆଚାର୍ଯ୍ୟ, ରସିକ ପଟ୍ଟନାୟକ, ସଂଜୟ ମିଶ୍ର, ସୁଧାଂଶୁ ମୋହନ ପଟ୍ଟନାୟକ, କହ୍ନେଇ ଚରଣ ସେଠୀ, ଲିଙ୍ଗରାଜ ସାହୁ, ସାଗର ପରିଡ଼ା ପ୍ରମୁଖ ବହୁ ନେତୃବୃନ୍ଦ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.