ବରଗଡ଼ : ଅଭାବ ଅନଟନ ଆଉ ଆର୍ଥିକ ଅନଗ୍ରସର ପଦ୍ମଶ୍ରୀ ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୧୦ ହଜାର ଟଙ୍କା ପ୍ରଦାନ କରିବାକୁ ଘୋଷଣା କରିଥିବାରୁ ଆମେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଉଛୁ । ସରକାରଙ୍କ ଏହି ସହାୟତା ପରେ ଦୁଃଖ କଷ୍ଟରେ ଜୀବନ ଅତିବାହିତ କରୁଥିବା ପଦ୍ମଶ୍ରୀ ବିଜେତାମାନେ ଆରାମରେ ରହି ପାରିବେ ବୋଲି କହିଛନ୍ତି ପଶ୍ଚିମ ଓଡ଼ିଶାର ସର୍ବମାନ୍ୟ ସାହିତ୍ୟ ସ୍ରଷ୍ଟା ତଥା କୋଶଲି କବି ପଦ୍ମଶ୍ରୀ ହଳଧର ନାଗ ।
ସୂଚନାଯୋଗ୍ୟ ଯେ ଅନଟନରେ କାଳାତିପାତ କରୁଥିବା ପଦ୍ମ ପୁରସ୍କାର ବିଜେତା ମାନଙ୍କୁ ମାସିକ ୧୦୦୦୦ ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିବା ନେଇ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ପ୍ରଦାନ କରିଥିଲେ |
କିଛିଦିନ ତଳେ ଏକ ଓଡ଼ିଶା ଖବର କାଗଜରେ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶ୍ରୀ ଦୈତାରୀ ନାୟକଙ୍କ ବିଷୟରେ ଏକ ଖବର ପ୍ରକାଶ ପାଇଥିଲା , ଯେଉଁଥିରେ କି ତାଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ନୁହେଁ ଓ ଏଥିପ୍ରତି ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା | ଏହାକୁ ଦୃଷ୍ଟିରେ ରଖୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶାରେ କେତେଜଣ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତବ୍ୟକ୍ତିତ୍ୱ ଅଛନ୍ତି ସେମାନଙ୍କ ସମ୍ବନ୍ଧରେ ତଥ୍ୟ ସଂଗ୍ରହ କରାଯାଇଥିଲା | ଜିଲ୍ଲାପାଳମାନଙ୍କଠାରୁ ପ୍ରାପ୍ତ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ୮୪ ଜଣ ପଦ୍ମଶ୍ରୀ ପୁରସ୍କାର ପାଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ୪୫ ଜଣଙ୍କର ଦେହାନ୍ତ ହୋଇସାରିଛି | ଅବଶିଷ୍ଟ ଯେଉଁମାନେ କର୍ମମୟ ଜୀବନଜାପନ କରୁଛନ୍ତି ସେମାନଙ୍କ ମଧ୍ୟରୁ ଅଳ୍ପକିଛିବ୍ୟକ୍ତିଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ନୁହେଁ ବୋଲି ଜଣା ପଡ଼ିଛିା ଏହିଆର୍ଥିକ ଦୁରାବସ୍ଥା ସମ୍ପର୍ଣ୍ଣ ବ୍ୟକ୍ତିତ୍ୱମାନଙ୍କର ଦୈନନ୍ଦିନ ଜୀବନ ଭରଣାେ ପାଷଣ ପାଇଁ ମୁଖ୍ୟମନ୍ତ୍ରୀ ଏହି ମର୍ମରେ ନିଷ୍ପତ୍ତି ନେଇଛନ୍ତି | ଖୁବ୍ ଶୀଘ୍ର ଏହି ବ୍ୟକ୍ତିତ୍ୱମାନଙ୍କୁ ଆର୍ଥିକ ସହାୟତା ଦିଆଯିବ ଏହାଦ୍ୱାରା ଦୈତାରୀ ନାୟକଙ୍କ ପରି ପଦ୍ମଶ୍ରୀ ସମାନ ପ୍ରାପ୍ତ ବ୍ୟକ୍ତିମାନଙ୍କର ଆର୍ଥିକ ଅବସ୍ଥାରେ ଉନ୍ନତି ଆସି ପାରିବ |
Sign in
Sign in
Recover your password.
A password will be e-mailed to you.
Next Post