ଜଗତସିଂହପୁର:ସ୍ୱାଧିନତା ସଂଗ୍ରାମୀ ମାଳତୀ ଚୌଧୁରୀଙ୍କ ଜନ୍ମବାର୍ଷିକୀ ପାଳିତ

0

ଜଗତସିଂହପୁର:(ରମେଶ ମହାନ୍ତି)-ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦୀ ମାଳତୀ ଚୌଧୁରୀଙ୍କ ଜନ୍ମବାର୍ଷିକୀ ଜଗତସିଂହପୁର ସରକାରୀ ମହିଳା ଉଚ୍ଚ ବିଦ୍ୟାଳୟ ଠାରେ ପାଳିତ ହୋଇଯାଇଛି।ଏହି ଅବସରରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅବସ୍ଥିତ ମାଳତୀ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ଉପସ୍ଥିତ ସମସ୍ତ ଶିକ୍ଷୟିତ୍ରୀ ଓ ଛାତ୍ରୀ ମାନଙ୍କୁ ମାଳତୀ ଚୌଧୁରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।ଏହି ଦିବସରେ ପୌର ନିର୍ବାହୀ ଅଧିକାରୀ ବଳଦେବ ବେହେରା,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.