୧୫୦ତମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ 

0

ଜଗତସିଂହପୁର:(ରମେଶ ମହାନ୍ତି):-ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସଂସ୍କୃତି ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ୧୫୦ତମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ନିମନ୍ତେ ଆଜି (ବୁଧବାର) ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଅଧ୍ୟକ୍ଷତା କରି ରାଜ୍ୟ ସରକାରଙ୍କ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଗାଇଡଲାଇନ୍ ଅନୁଯାୟୀ ମହାତ୍ମା ଗାନ୍ଧୀଙ୍କର ୧୫୦ତମ ଜନ୍ମ ଜୟନ୍ତୀ ଜିଲ୍ଲାରେ ମହାସମାରୋହରେ ପାଳନ କରାଯିବ।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରାତଃ ୪ଟା ୩୦ ମିନିଟରେ ସହରରେ ରାମଧୁନ୍ ପରିବେଷଣ କରାଯିବ।୬ଟା ୩୦ମିନିଟରେ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ବାରା ପ୍ରଭାତ ଫେରୀ କାର୍ଯ୍ୟକ୍ରମ ଓ ସକାଳ ୮ଟା ବେଳେ ଗାନ୍ଧୀ ଛକ ଠାରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ।ଗାନ୍ଧିଛକ ଠାରୁ ଏକ ପଦଯାତ୍ରା ବାହାରି ଥାନା ପରିସର ଗାନ୍ଧୀମୂର୍ତ୍ତୀଙ୍କ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୃକ୍ଷରୋପଣ କରାଯିବ।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀଙ୍କର ଏକ ତୈଳ ଚିତ୍ର ଉନ୍ମୋଚନ କରାଯିବ।ଜିଲ୍ଲା ସଂସ୍କୃତି ଭବନ ପରିସରରେ ମହାତ୍ମାଗାନ୍ଧୀଙ୍କ ଜୀବନୀ ଉପରେ ଏକ ଫଟୋ ପ୍ରଦର୍ଶନୀ ଆୟୋଜନ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା।ସଂନ୍ଧ୍ଯାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପଡିଆରେ ସାଧାରଣ ସଭା ଅନୁଷ୍ଠିତ ହେବା ପାଇଁ ବୈଠକରେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।ଗାନ୍ଧିଙ୍କ ଦର୍ଶନ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ ପାଇଁ ଜଣେ ସୁବକ୍ତାଙ୍କୁ ଅନୁରୋଧ କରାଯିବ।ବିଦ୍ୟାଳୟ ସ୍ତରୀୟ ବକୃତା,ଜଣାଅଜଣା ଓ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯିବ।ପରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଗାନ୍ଧୀଭଜନ ପରିବେଷଣ କରାଯିବ।ମହାତ୍ମାଗାନ୍ଧୀଙ୍କ ଏକ ପ୍ରାମାଣିକ ଚଳଚ୍ଚିତ୍ର ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ପ୍ରଦର୍ଶନ କରିବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ପଦକ୍ଷେପ ଗ୍ରହଣ କରିବେ।ମହାତ୍ମା ଗାନ୍ଧୀ ଓ ନବକୃଷ୍ଣ ଚୌଧୁରୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସହରରେ ପ୍ରତିଷ୍ଠା ନିମନ୍ତେ ଜିଲ୍ଲାପାଳ ଘୋଷଣା କରିଥିଲେ।ଏହି ବୈଠକରେ ଉପଜିଲ୍ଲାପାଳ ମହେନ୍ଦ୍ର ପ୍ରସାଦ ମହାନ୍ତି,ଡି.ଏସ୍.ପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନି ରଞ୍ଜନ ପଟ୍ଟନାୟକ,ଜିଲ୍ଲା ସଂସ୍କୃତ ଅଧିକାରୀ ଅବଦୁଲ ୱାହାବ ଖାଁ,ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ,ବି.ଡି.ଓ ଙ୍କ ସମେତ ସହରର ବୁଦ୍ଧିଜୀବୀ ମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Leave A Reply

Your email address will not be published.