ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

0 2

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରେ ଜାତି ର ଜନକ ମହାତ୍ମାଗାନ୍ଧୀ ଓ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠାନର ଛାତ୍ର ଛାତ୍ରୀ ମାନେ ଏକ ଶୋଭାଯାତ୍ରାରେ ନଗର ପରିକ୍ରମା କରି ଜନସାଧାରଣଙ୍କୁ ପଲିଥିନ ଓ ପ୍ଲାଷ୍ଟିକ ବର୍ଜନ କରିବା ପାଇଁ ସଚେତନ କରିଥିଲେ।

   ଶୋଭାଯାତ୍ରା ଶେଷରେ ଗାନ୍ଧୀ ଛକ ସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯ ଅର୍ପଣ କରାଯାଇଥିଲା। ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ମହନ୍ତ ଶ୍ରୀ ରାମାନନ୍ଦ ଦାଶ ଅତିଥି ଭାବେ ଉପସ୍ଥିତ ରହି ପିଲାମାନଙ୍କୁ ବକ୍ତବ୍ୟ ପ୍ରଦାନ କରିଥିଲେ।ଶେଷରେ ପିଲାମାନେ ପଲିଥିନ ଓ ସିଙ୍ଗଲ ୟୂଜ ପ୍ଲାଷ୍ଟିକର ବ୍ୟବହାରକୁ ବର୍ଜନ କରିବା ପାଇଁ ଶପଥନେଇ ଥିଲେ।

ସହପ୍ରଧାନ ଆଚାର୍ଯ୍ୟ ସନ୍ତୋଷ କୁମାର ପାଢୀ ଧନ୍ୟବାଦ ଅର୍ପଣ କରିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ସରୋଜ କୁମାର ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Leave A Reply

Your email address will not be published.