ଜିଲ୍ଲା ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର 

2

 paralakhemundi/ balakrisna panigrahi : ସ୍ଥାନୀୟ ମହେନ୍ଦ୍ର ଗିରି ମୁନିସିପାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଓଡିଶା ଭୁବନେଶ୍ୱର ଆନୁକୂଲ୍ୟରେ ଓ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

    ଏହି ବିଜ୍ଞାନ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ  ସାତ୍ମିକ କୁମାର ପଟ୍ଟନାୟକ ଯୋଗଦେଇ ରାସାୟନିକ ମୌଳିକ ଦ୍ରବ୍ୟ ଗୁଡ଼ିକର ପର୍ଯ୍ୟାୟ ସାରଣୀ ଓ ମାନବ କଲ୍ୟାଣ ଉପରେ  ଏହାର ପ୍ରଭାବ ବିଷୟ ବସ୍ତୁ ଉପରେ ଆଧାରିତ ଏହି ବିଜ୍ଞାନ ଆଲୋଚନା ଚକ୍ରର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । 

    ମହାରାଜ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅବସରପ୍ରାପ୍ତ ପଦାର୍ଥ ବିଜ୍ଞାନ ପ୍ରାଧ୍ୟାପକ ଡ଼ଃ. ହରିହର ପଣ୍ଡା ଓ ପଦାର୍ଥ ବିଜ୍ଞାନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ସୁକାନ୍ତ କୁମାର ବେହେରା ବିଚାରକ ଭଣେ ଯୋଗ ଦେଇଥିଲେ ।ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଶୁଭ ଲକ୍ଷ୍ମୀ ଦାସ ଏହି କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇଥିବା ବେଳେ ଶିକ୍ଷାବିତ୍ ବିଚିତ୍ରା ନନ୍ଦ ବେବର୍ତ୍ତା ଧନ୍ୟବାଦ ଅର୍ପଣ କରିଥିଲେ ।

         ଏହି ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଜିଲ୍ଲାର ୭ ଟି ବ୍ଲକର ଶ୍ରେଷ୍ଠ ବିବେଚିତ ୭ ଜଣ ଛାତ୍ରଛାତ୍ରୀ ଓ ୭ ଜଣ ସହାୟକ ଶିକ୍ଷକ ଶିକ୍ଷୟତ୍ରୀ ଅଂଶଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରୁ ଲକ୍ଷ୍ମୀ ନୃସିଂହ ବିଦ୍ୟାପିଠ  ନୁଆଗଡ଼ର ଛାତ୍ରୀ  ଅର୍ଚ୍ଚନା କୁମାରୀ ସ୍ବାଲସିଂ ପ୍ରଥମ ସ୍ଥାନ ଅଧିକାର କରି ଆସନ୍ତା ୧୬/୧୦/୨୦୧୯ ତାରିଖ ଦିନ  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଠାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି ।

    ବିଜ୍ଞାନ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ ସମସ୍ତ  କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Leave A Reply

Your email address will not be published.