ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ପାଳିତ

0 2

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପାରଳାଖେମୁଣ୍ଡି ଠାରେ ମହାଡମ୍ବର ସହ ଶିଶୁ ଦିବସ ପାଳିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର  ଉପଦେଷ୍ଟା ମହାରାଜ ଶ୍ରୀ ରାମାନ୍ଦନ ଦାସଜୀ  ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ପ୍ରଥମ ପର୍ଯ୍ୟାୟରେ ଶିଶୁ ପ୍ରାରମ୍ଭ ଠାରୁ ତୃତୀୟ ଶ୍ରେଣୀ ଏବଂ ଦିନ ସାରା ଦ୍ୱିତୀୟ ପର୍ଯ୍ୟାୟରେ ୪ର୍ଥ ଠାରୁ ଦଶମ ଶ୍ରେଣୀ ଭାଇଭଉଣୀଙ୍କ ମଧ୍ୟରେ ବିଭିନ୍ନ ଆକର୍ଷଣୀୟ କୌତୁକ ଖେଳ ମାନ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମ ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ, ଖାଦ୍ୟ ମେଳା ସହ କବାଡି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

Leave A Reply

Your email address will not be published.