ସ୍ୱାଭିମାନ ଅଂଚଳରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଓ ଉନ୍ନୟନ କମିଶନର

0

ଶିକ୍ଷକ ଆବାସିକ ଭବନ ଓ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର(ଶାସକ ପ୍ରଶାସକ):ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ଚିତ୍ରକୋଣ୍ଡା ବ୍ଳକ୍ ଅନ୍ତର୍ଗତ ସ୍ୱାଭିମାନ ଅଞ୍ଚଳରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କର ରହଣି ସୁବିଧା ଏବଂ ଛାତ୍ରଛାତ୍ରୀମାନଙ୍କର ଶ୍ରେଣୀଗୃହ ସହିତ ବିଦ୍ୟାଳୟର ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ପାଇଁ କ୍ଲଷ୍ଟର ବୋର୍ଡ ମାଧ୍ୟମରେ ଶିକ୍ଷକ ଆବାସିକ ଭବନ ଓ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତିା

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସାଂସଦ ନବରଙ୍ଗପୁର ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବାକା, ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମାଲକାନଗିରିର ଜିଲ୍ଲାପାଳ ଶ୍ରୀ ମନୀଷ ଅଗ୍ରଓ୍ୱାଲ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଦଶରଥ ପଡ଼ିଆମି, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ସଭାପତି ଶ୍ରୀ ମାନସ ମାଡ଼କାମି, ଜିଲ୍ଲା ଶିକ୍ଷା ଅଧିକାରୀ  ଶ୍ରୀ ରମେଶ ଚନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ | 

 

Leave A Reply

Your email address will not be published.