କୁଆଁରମୁଣ୍ଡା ରେଞ୍ଜର ଏବଂ ଫରେଷ୍ଟର ଙ୍କୁ କାରଣ ଦର୍ଶାଅ ନୋଟିସ
ସୁନ୍ଦରଗଡ /ହୋରାଚାନ୍ଦ ଦେଉରିଆ : ସୁନ୍ଦରଗଡ଼ ଜିଲା ରାଉରକେଲା ବନଖଣ୍ଡ ଅନ୍ତର୍ଗତ କୁଆଁରମୁଣ୍ଡା ବନ ରେଞ୍ଜ ଅଞ୍ଚଳ ସାନଡୋଲାକୁଦର ଜଙ୍ଗଲରେ ଥିବା ପୋଖରୀରେ ବୁଡ଼ି ଛୁଆ ହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ବଲଣ୍ଡା ଫରେଷ୍ଟ ଗାର୍ଡ ସଂଘମିତ୍ରା ମହାନ୍ତଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ସେହିଭଳି କୁଆଁରମୁଣ୍ଡା ଭାରପ୍ରାପ୍ତ ରେଞ୍ଜର ମନୋଜ ଟିଗ୍ଗା ଓ କଲୁଙ୍ଗା ଫରେଷ୍ଟର ବିନିତା ବାରୁଆଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏନେଇ ରାଉରକେଲା ଡିଏଫ୍ଓ ସଞ୍ଜୟ କୁମାର ସ୍ବାଇଁ ଶନିବାର ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଗୁରୁବାର ରାତିରେ ରତୁକପେଡ଼ି ସଂରକ୍ଷିତ ଜଙ୍ଗଲର ସାନଡୋଲାକୁଦରେ ଥିବା ବନ ବିଭାଗ ନର୍ସରୀ ନିକଟସ୍ଥ ପୋଖରୀକୁ ଏକ ୭ଜଣିଆ ହାତିପଲ ପାଣି ପିଇବା ଲାଗି ଯାଇଥିଲେ। ହେଲେ କୌଣସି କାରଣରୁ ଉକ୍ତ ପଲରେ ଥିବା ହାତୀଛୁଆଟି ପୋଖରୀରୁ ବାହାରି ପାରି ନ ଥିଲା। ଏହା ଜାଣି ପାରି କୁଆଁରମୁଣ୍ଡା ବନ ରେଞ୍ଜ ହାତୀ ଘଉଡ଼ାଳିମାନେ ସେଠାରେ ପହଞ୍ଚି ହାତୀପଲଙ୍କ ଗତିବିଧି ଉପରେ ନଜର ରଖିଥିଲେ। ହେଲେ ହାତୀଛୁଆଟି ବୁଡ଼ି ଯାଇଥିବା ନେଇ ରାତିରେ ଜଣାପଡ଼ି ନ ଥିଳା। ଶୁକ୍ରବାର ଅପରାହ୍ନରେ ତାର ମୃତଦେହ ପାଣିରେ ଭାସୁଥିବା ଦେଖିବାକୁ ମିଳିଥିଲା। ଘଟଣାସ୍ଥଳରେ କୁଆଁରମୁଣ୍ଡା ବନ ରେଞ୍ଜ କର୍ମଚାରୀ ପହଞ୍ଚି ହାତୀକୁ ଉଦ୍ଧାର କରିଥିଲେ। ପରେ ଖବରପାଇ ରାଉରକେଲା ବନଖଣ୍ଡ ଅଧିକାରୀ ସଞ୍ଜୟ କୁମାର ସ୍ବାଇଁ, ଏସିଏଫ ଦିଲ୍ଲୀପ କୁମାର ସାହୁ, କୁଆଁରମୁଣ୍ଡା ବନରେଞ୍ଜ ଅଧିକାରୀ ମନୋଜ କୁମାର ଟିଗ୍ଗା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ନିକଟସ୍ଥ ପ୍ରାଣୀ କଲୁଙ୍ଗାରେ ମୃତଦେହ ବ୍ୟବଚ୍ଛେଦ କରାଇଛନ୍ତି।
ସୂଚନାଯୋଗ୍ୟ, ଗୁରୁବାର ରାତିରେ ଋତୁକପେଡ଼ି ସଂରକ୍ଷିତ ଜଙ୍ଗଲର ସାନଡୋଲାକୁଦରେ ଥିବା ବନ ବିଭାଗ ନର୍ସରୀ ନିକଟସ୍ଥ ପୋଖରୀକୁ ଏକ ୭ ଜଣିଆ ହାତୀପଲ ପାଣି ପିଇବା ପାଇଁ ଯାଇଥିଲେ। ହେଲେ କୌଣସି କାରଣରୁ ଉକ୍ତ ପଲରେ ଥିବା ଛୁଆହାତୀଟି ପୋଖରୀରୁ ବାହାରି ପାରି ନ ଥିଲା। ଏହା ଜାଣିପାରି କୁଆଁରମୁଣ୍ଡା ବନ ରେଞ୍ଜ ହାତୀ ଘଉଡାଳିମାନେ ସେଠାରେ ପହଞ୍ଚି ହାତୀପଲଙ୍କ ଗତିବିଧି ଉପରେ ସତର୍କ ନଜର ରଖିଥଲେ। ହେଲେ ଛୁଆ ହାତୀଟି ବୁଡ଼ି ଯାଇଥିବା ରାତିରେ ଜଣାପଡ଼ି ନ ଥିଲା। ମାତ୍ର ଶୁକ୍ରବାର ଅପରାହ୍ନରେ ତାର ମୃତଦେହ ପାଣିରେ ଭାସୁଥିବା ଦେଖିବାକୁ ମିଳିଥିଲା।