ହେଡଲାଇନସ୍:

ବଡ଼ବାହାଲୀ ଛକ ସଡ଼କ ଦୁର୍ଘଟଣାରେ ୩ ମୃତ, ୩ ଆହତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଗଭୀର ଶୋକ ପ୍ରକାଶ ସହ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ ଯେ ବଡ଼ବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି । ଆହତ ମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଏହାସହିତ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

0
0
0
s2sdefault