ହେଡଲାଇନସ୍:

କରୋନା ସମୟରେ ମାସ୍କ, ପିପିଇ କିଟ୍ ଓ ଅନ୍ୟାନ୍ୟ କୋଭିଡ୍ ସାମଗ୍ରୀ କିଣାରେ ଦୁର୍ନୀତି ପ୍ରସଙ୍ଗ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଲୋକାୟୁକ୍ତଙ୍କର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ କଂଗ୍ରେସର ନୈତିକ ବିଜୟ 

ଭୁବନେଶ୍ୱର – ରାଜ୍ୟରେ କରୋନା ମହାମାରୀ ସମୟରେ ବହୁଚର୍ଚ୍ଚିତ ମାସ୍କ, ପିପିଇ କିଟ୍ ଓ ଅନ୍ୟାନ୍ୟ କୋଭିଡ୍ ସାମଗ୍ରୀ କିଣାରେ କୋଟି କୋଟି ଟଙ୍କା ଦୁର୍ନୀତିରେ ରାଜ୍ୟ ସରକାରଙ୍କର ସଂପୃକ୍ତିକୁ ନେଇ ପ୍ରଦେଶ କଂଗ୍ରେସ କମିଟି ଲୋକାୟୁକ୍ତଙ୍କର ଦୃଷ୍ଟି ଆକର୍ଷଣ କରିଥିଲା । ଲୋକାୟୁକ୍ତ ତାଙ୍କର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇ ଏହି କେଳେଙ୍କାରୀର ଭିଜିଲାନ୍ସ ତଦନ୍ତ ପାଇଁ ସୁପାରିଶ କରିବା ଘଟଣା କଂଗ୍ରେସ ଦଳର ଏକ ନୈତିକ ବିଜୟ ବୋଲି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ଆଇନ୍‌ର ଅଦାଲତରେ ଆମର ନୈତିକ ବିଜୟ ପରେ ଏହି ଦୁର୍ନୀତି ପ୍ରସଙ୍ଗକୁ ଲୋକଙ୍କ ଅଦାଲତକୁ ନେବାକୁ କଂଗ୍ରେସ ଦଳ ନିରନ୍ତର ଉଦ୍ୟମ ଜାରି ରଖିଛି । ଭିଜିଲାନ୍ସ ତଦନ୍ତର ନିରପେକ୍ଷତାକୁ ନେଇ ପୂର୍ବରୁ ବହୁ ପ୍ରଶ୍ନବାଚୀ ଥିଲେ ମଧ୍ୟ ଦୁର୍ନୀତିର ସତ୍ୟାସତ୍ୟ ଲୋକଲୋଚନକୁ ଆସିବ ବୋଲି ଆମେ ଦୃଢ଼ ଆଶାବାଦୀ । ଏହି ମାସ୍କ, ପିପିଇ କିଟ୍ ଓ କୋଭିଡ୍ ସାମଗ୍ରୀ କିଣାରେ ହୋଇଥିବା ଦୁର୍ନୀତିରେ ଜରୁରୀକାଳୀନ କ୍ରୟ କମିଟି, ମନ୍ତ୍ରୀ ସ୍ତରୀୟ କମିଟି ଓ ଏପରିକି କ୍ୟାବିନେଟ୍ କମିଟିର ଅନୁମୋଦନ ଥିବା ଘଟଣାକୁ ସରକାରୀ ଅଧିକାରୀମାନେ ଲୋକାୟୁକ୍ତଙ୍କ ଆଗରେ ପରିପ୍ରକାଶ କରିବା ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ଓ ପ୍ରସାରିତ ହୋଇଥିବାରୁ ଭିଜିଲାନ୍ସ ଅଧିକାରୀମାନେ ସଂପୃକ୍ତ ବ୍ୟକ୍ତିବିଶେଷମାନଙ୍କୁ ତଦନ୍ତ ପରିସରଭୁକ୍ତ କରିବା ଅତ୍ୟନ୍ତ ଜରୁରୀ ଅଟେ । ରାଜ୍ୟ ସରକାରଙ୍କ ଅସଲ ଚିତ୍ର, ଚେହେରା, ଚରିତ୍ର ଓ ଚାଲ୍‌ର ପର୍ଦ୍ଦାଫାସ ତଦନ୍ତରୁ ସ୍ପଷ୍ଟ ଜଣାପଡିବ ବୋଲି ଶ୍ରୀ ପଟ୍ଟନାୟକ ଆଜିର ସାମ୍ବାଦିକ ସମ୍ମିଳନୀରେ ଉଲ୍ଲେଖ କରିଛନ୍ତି । ୫ଞ ଓ ସ୍ୱଚ୍ଛ ସରକାରର ଫମ୍ପା ଡିଣ୍ଡିମ ପିଟୁଥିବା ରାଜ୍ୟ ସରକାର ଓ ବିଜୁ ଜନତା ଦଳ ଲୋକଙ୍କ ଟିକସରୁ ଆଦାୟ ଅର୍ଥକୁ ହରିଲୁଟ୍ କରିଥିବାର ମସୁଧାକୁ ଓଡିଶାବାସୀ କଦାପି ବରଦାସ୍ତ କରିବେ ନାହିଁ ବୋଲି ଶ୍ରୀ ପଟ୍ଟନାୟକ ମତପ୍ରକାଶ କରିଛନ୍ତି । ଆସନ୍ତା ଫେବୃଆରୀ ମାସ ମଧ୍ୟରେ ଭିଜିଲାନ୍ସ ଲୋକାୟୁକ୍ତଙ୍କୁ ସବିଶେଷ ତଦନ୍ତର ତଥ୍ୟ ପ୍ରଦାନ ପର୍ଯ୍ୟନ୍ତ କଂଗ୍ରେସ ଦଳ ଓଡିଶାବାସୀଙ୍କ ନିକଟରେ ଉକ୍ତ ପ୍ରସଙ୍ଗକୁ ନେଇ ଜୋରଦାର ଆନ୍ଦୋଳନାତ୍ମକ ପଦକ୍ଷେପ ଜାରି ରଖିବ ।

ଉକ୍ତ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ପ୍ରାକ୍ତନ ମନ୍ତ୍ରୀ ଶ୍ରୀ ପଂଚାନନ କାନୁନ୍‌ଗୋ ଓ ପ୍ରାକ୍ତନ ବିଧାୟକ ଶ୍ରୀ ଯଜେ୍ଞଶ୍ୱର ବାବୁ ଉପସ୍ଥିତ ଥିଲେ ।

0
0
0
s2sdefault