ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି, ବିଜେଡି ସାଂସଦଙ୍କ ଭଳି ଦକ୍ଷେ ନିଅନ୍ତୁ ବିଜେପି ସାଂସଦ
ପ୍ରକୃତ ଚାଷୀଙ୍କ ନିକଟରେ ଥିବା ଗୋଟିଏ ଧାନକୁ ବି ସଂଗ୍ରହ କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ
ଭୁବନେଶ୍ୱର,(ଶାସକ ପ୍ରଶାସକ) : ରାଜ୍ୟରେ ଜାରି ରହିଥିବା ଧାନ କିଣା ପ୍ରକ୍ରିୟାରେ ଚାଷୀମାନେ ଉପକୃତ ହେଉଥିବାବେଳେ କେତେକ ଦଲାଲଙ୍କ ସହ ହାତ ମିଳାଇ ଓଡିଶା ବିଜେି ସେମାନଙ୍କ ପାଇଁ ଓକିଲାତି କରୁଛି । ବିଜେପି ନେତାମାନେ ସର୍ବଦା ଦଲାଲମାନଙ୍କ ପାଇଁ ଓକିଲାତି କରୁଥିବା ରାଜ୍ୟବାସୀ ଭଲଭାବେ ଜାଣିଛନ୍ତି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର ।
ଶ୍ରୀମତୀ ମିଶ୍ର କହିଛନ୍ତି ଯେ, ରାଜ୍ୟରେ ରେକର୍ଡ ପରିମାଣର ଧାନ ଉତ୍ପାଦନ ହୋଇଥିବାବେଳେ ଠିକଣା ଭାବେ ଧାନ ସଂଗ୍ରହ ଯୋଗୁ ଲକ୍ଷାଧିକ ଚାଷୀ ଉପକୃତ ହେଉଛନ୍ତି । ୨୦୧୮-୧୯ ବର୍ଷରେ ୬୫.୫ଲକ୍ଷ ମେଟି୍ରକ ଟନ୍ ଧାନ ସଂଗ୍ରହ ହୋଇଥିବାବେଳେ ଚାଷୀମାନଙ୍କ ଖାତାକୁ ସର୍ବନିମ୍ନ ସହାୟକ ମୂଲ୍ୟ ବାବଦରେ ୧୧,୪୦୦ କୋଟି ଟଙ୍କା ଠାଯାଇଥିଲା । ୨୦୧୯-୨୦ ବର୍ଷରେ ଧାନ ସଂଗ୍ରହ ପରିମାଣ ୭୦.୫୬ଲକ୍ଷ ମେଟି୍ରକ ଟନ୍ ଥିବାବେଳେ ଚାଷୀମାନଙ୍କ ଖାତାକୁ ସର୍ବନିମ୍ନ ସହାୟକ ମୂଲ୍ୟ ବାବଦରେ ୧୨,୮୦୮ କୋଟି ଟଙ୍କା ଯାଇଥିଲା ଯେଉଁଥିରୁ ଓଡିଶାର ଚାଷୀମାନେ କିଭଳି ଉପକୃତ ହେଉଛନ୍ତି ତାହା ଦେଖିବାକୁ ମିଳିଥିଲା । ପ୍ରକୃତ ଚାଷୀଙ୍କ ନିକଟରେ ଥିବା ଗୋଟିଏ ଅଖା ଧାନକୁ ମଧ୍ୟ ସଂଗ୍ରହ କରିବାାଇଁ ବିଜେଡି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି ।
ବିଜେଡି ମୁଖପାତ୍ର କହିଛନ୍ତି ଯେ , ରାଜ୍ୟ ସରକାର ଚାଷୀଙ୍କ ଠାରୁ ଧାନ ଖରିଦ କରିଚାଲିଥିବାବେଳେ ବିଜେପି ଏବେ ଦଲାଲଙ୍କ ।ଇଁ ଓକିଲାତି କରୁଛି । ଦିଲ୍ଲୀରେ କୃଷକମାନେ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ଚଳାଉଥିବା ପ୍ରଦର୍ଶନରୁ ନଜର ହଟାଇବା ପାଇଁ ଓଡିଶା ବିଜେପି ଏଭଳି ଡ୍ରାମା କରୁଥିବା ଓଡିଶାବାସୀ ଭଲଭାବେ ବୁଝି ସାରିଲେଣି । ବିଜେଡି ସାଂସଦମାନେ ଗତକାଲି କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଭେଟିବା ସହିତ ଚାଉଳ ସଂଗ୍ରହ ଓ ସବସିଡ୍ ପ୍ରଦାନ ସମ୍ପର୍କିତ ସମସ୍ୟାର ସମାଧାନ ହୋଇଛି । ହେଲେ ବିଜେପି ସାଂସଦମାନେ ଓଡିଶା ପାଇଁ କରିଛନ୍ତି କ’ଣ ? ଏଠାରେ ଶସ୍ତା ରାଜନୀତି କରିବା ଅପେକ୍ଷା ଓଡିଶା ଚାଷୀଙ୍କ ସ୍ୱାର୍ଥରକ୍ଷା ଲାଗି ବିଜେଡି ସାଂସଦଙ୍କ ଭଳି ସେମାନେ ପଦକ୍ଷେପ ନେବା ଉଚିତ୍ । ଧାନ ସଂଗ୍ରହ ପ୍ରକ୍ରିୟାରେ ପ୍ରକୃତ ଚାଷୀଙ୍କ ନିକଟରେ ଥିବା ଗୋଟିଏ ଧାନକୁ ବି ସଂଗ୍ରହ କରାଯିବା ନେଇ ବିଜେଡି ସରକାର ଗ୍ୟାରେଣ୍ଟି ଦେଇଥିବା ମୁଖପାତ୍ର ଶ୍ରୀମତୀ ମିଶ୍ର କହିଛନ୍ତି ।