ହେଡଲାଇନସ୍:

ବିକ୍ଷୋଭ ବେଳେ ବିଜେପିର ଅସଲ ଚେହେରା ଦେଖିଲା ଓଡ଼ିଶା: ବିଜେଡି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  •  ବିଜେପି ଯୁବମୋର୍ଚ୍ଚାର ହିଂସାତ୍ମକ ଆଚରଣ ଓ ଗୁଣ୍ଡାଗର୍ଦ୍ଦି

  •  ପୁଲିସକୁ ବାଡେଇଲେ, ଗାଡ଼ି ଭାଙ୍ଗିଦେଲେ

  •  ସାମ୍ବାଦିକଙ୍କୁ ବି ଛାଡ଼ିଲେନି, ଢେଲାମାଡ଼ରେ ଅନେକ ଆହତ

ଭୁବନେଶ୍ୱର,: ମମିତା ମେହେର ହତ୍ୟାକୁ ପ୍ରସଙ୍ଗ କରି ଆଜି ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ ନାଁରେ ବିଜେପି ଯୁବମୋର୍ଚ୍ଚା ଗୁଣ୍ଡାଗର୍ଦ୍ଧି ଓ ବ୍ୟାପକ ହିଂସାକାଣ୍ଡ ଘଟାଇଛି । ଆଜିର ଘଟଣାରେ ଓଡିଶାବାସୀ ବିଜେପିର ଅସଲ ଚେହେରା ଦେଖିବାକୁ ପାଇଥିବା କହିଛନ୍ତି ବିଜେଡି ବିଧାୟକ ପ୍ରତାପ ଦେବ ।
ଶ୍ରୀ ଦେବ ଗଣମାଧ୍ୟମକୁ କହିଛନ୍ତି ଯେ ଯୁବମୋର୍ଚ୍ଚା କର୍ମୀଙ୍କ ମାଡ଼ରେ ଅନେକ ପୁଲିସ ଆହତ ହୋଇଥିବାବେଳେ ସାମ୍ବାଦିକ ମଧ୍ୟ ବାଦ୍ ପଡିନାହାନ୍ତି । କାହାର ମୁଣ୍ଡ ଫାଟିଯାଇଛି ତ ଆଉ କାହାର ହାତ ଭାଙ୍ଗିଛି । ରକ୍ତମୁଖା ହୋଇ ସେମାନେ ପୁଲିସ ଗାଡ଼ିକୁ ମଧ୍ୟ ବାଡେଇ ଭାଙ୍ଗି ଦେଇଛନ୍ତି । ମମିତାଙ୍କୁ ନ୍ୟାୟ ଦେବା ନାଁରେ ରାଜରାସ୍ତାରେ ହିଂସାକୁ ଆପଣାଇ ବିଜେପି କେମିତି ହୀନ ରାଜନୀତି କରୁଛି, ଆଜି ପୁଣି ତାହା ପଦାରେ ପଡିଯାଇଛି । କେବଳ ହିଂସାରେ ବିଶ୍ୱାସ କରୁଥିବା ବିଜେପି ଯୁବମୋର୍ଚ୍ଚାର ଅସଲ ଚରିତ୍ର ଓ ଚେହେରା ସାଢେ଼ ଚାରି କୋଟି ଓଡ଼ିଶାବାସୀ ଦେଖିବାକୁ ପାଇଛନ୍ତି ।
କେବଳ ସେତିକି ନୁହେଁ, ଶୋଭାଯାତ୍ରାରେ ଆଜି ବିଜେପି କର୍ମୀମାନେ ଧରିଥିବା ପ୍ଲାକାର୍ଡରେ ମୃତ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ଯେଭଳି ଚିତ୍ରଣ କଲେ, ତାହା ଅତ୍ୟନ୍ତ ନିନ୍ଦନୀୟ । ମମିତାଙ୍କ ବାପା ମା' ତାଙ୍କ ଝିଅର ଚରିତ୍ର ସଂହାର ନ କରିବାକୁ ସମସ୍ତଙ୍କୁ ହାତ ଯୋଡି ଅନୁରୋଧ କରିଥିଲେ । ମାତ୍ର ଏହାକୁ ବେଖାତିର କରି ବିଜେପି ନେତାମାନେ ତାଙ୍କର ଯେଉଁ ଫଟୋକୁ ଅତ୍ୟନ୍ତ ଅଶୋଭନୀୟ ଭାବେ ଚିତ୍ରଣ କଲେ, ତାହା ସେମାନଙ୍କ ସମ୍ବେଦନହୀନତା ଓ ହୀନ ରାଜନୈତିକ ମନୋଭାବକୁ ପଦାରେ ପକାଇଛି ।
ଆମେ ପୂର୍ବରୁ ବି କହିଥିଲୁ, ଆଜି ବିକ୍ଷୋଭର ନେତୃତ୍ୱ ନେଉଥିବା ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ଜଣେ ଗୁଣ୍ଡା ପ୍ରକୃତିର ଏବଂ ଅପରାଧ ପ୍ରବଣ ବ୍ୟକ୍ତି । ତାଙ୍କ ନାମରେ ହତ୍ୟା ଓ ହତ୍ୟା ଉଦ୍ୟମ ଭଳି ସଂଗୀନ ମାମଲା ରହିଛି । ପୂର୍ବରୁ ବରଗଡ଼ବାସୀ ତାଙ୍କର ହିଂସାତ୍ମକ ଆଚରଣର ଝଲକ ଦେଖିଥିଲେ । ପୁରୀରେ ମଧ୍ୟ ଅନେକ ବାର ଗୁଣ୍ଡା ଗର୍ଦ୍ଧି କରିଥିବାରୁ ତାଙ୍କ ନାଁରେ ଅପରାଧିକ ମାମଲା ରହିଛି । ଆଜି ରାଜଧାନୀର ରାଜରାସ୍ତାରେ ପୂରା ଓଡ଼ିଶା ତାଙ୍କ ହିଂସାର ତାଣ୍ଡବ ଦେଖିଲା । ଶାନ୍ତିପ୍ରିୟ ଓଡ଼ିଶାବାସୀ କେବେ ବି ଏଭଳି ହିଂସାକୁ ପସନ୍ଦ କରନ୍ତି ନାହିଁ । ତେଣୁ ଆଗାମୀ ଦିନରେ ଓଡ଼ିଶାର ଜନସାଧାରଣ ଏହାର ଉଚିତ ଜବାବ ଦେବେ । ବିଜେପି ଶୀର୍ଷ ନେତାମାନେ ମଧ୍ୟ ଏଭଳି ଚରିତ୍ରର ବ୍ୟକ୍ତିକୁ ଦଳରେ ପ୍ରଶ୍ରୟ ଦିଅନ୍ତୁ ନାହିଁ । ନ ହେଲେ ଓଡ଼ିଶାବାସୀ ସେମାନଙ୍କୁ ମଧ୍ୟ କ୍ଷମା ଦେବେ ନାହିଁ ବୋଲି ଶ୍ରୀ ଦେବ କହିଛନ୍ତି ।

0
0
0
s2sdefault