ହେଡଲାଇନସ୍:

ଜୁନ ୧ରୁ ପିସିସି ପକ୍ଷରୁ ଦୁଇଦିନିଆ ନବସଂକଳ୍ପ ଶିବିର

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର- ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ଉଦୟପୂୁର ଠାରେ ଅନୁଷ୍ଠିତ ହୋଇଥିବା ନବଂସକଳ୍ପ ଶିବିରର ନିଷ୍ପତି ଅନୁଯାୟୀ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆସନ୍ତା ଜୁନ ୧ ତାରିଖ ବୁଧବାର ଓ ୨ ତାରିଖ ଗୁରୁବାର ଦୁଇଦିନ ବ୍ୟାପି ନବ ସଂକଳ୍ପ ଶିବିର ଭୁବନେଶ୍ୱର ୟୁନିଟ-୪ ସ୍ଥିତ ଇନଷ୍ଟିଚ୍ୟୁଟ ଅଫ ଇଞ୍ଜିନିୟରସ୍ ସଭା ଗୃହରେ ପୂର୍ବାହ୍ନ ଘ. ୯.୩୦ ମି. ସମୟରେ ପ୍ରଦେଶ କଂଗ୍ରେସ କମିଟି ନବ ନିଯୁକ୍ତ ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ପ୍ରଭାରୀ ଡ. ଏ ଚେଲା କୁମାର, ଅଖିଳ ଭାରତ କଂଗ୍ରେସ କମିଟି ସଂପାଦକ ଶ୍ରୀ ଜି.ରୁଦ୍ର ରାଜୁ ଏବଂ ଅନ୍ୟାନ୍ୟ ନେତୃବୃନ୍ଦ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ୧ ତାରିଖ ବୁଧବାର ବୈଠକରେ ସମସ୍ତ କଂଗ୍ରେସ ସାଂସଦ, ବିଧାୟକ, ପୂର୍ବତନ ସାଂସଦ ଓ ବିଧାୟକ, ପୂର୍ବତନ ପିସିସି ସଭାପତି, ୨୦୧୯ ସାଧାରଣ ନିର୍ବାଚନର ସାଂସଦ ଓ ବିଧାୟକ ପ୍ରାର୍ଥୀ, ଓଡ଼ିଶାରୁ ପ୍ରତିନିଧିତ୍ୱ କରୁଥିବା ଏଆଇସିସି କର୍ମକର୍ତା ଓ ପୂର୍ବତନ କର୍ମକର୍ତା, ପିସିସି କର୍ମକର୍ତା, ଜିଲ୍ଲା କଂଗ୍ରେସ ସଭାପତି, ରାଜ୍ୟ ସାମୁଖ୍ୟ, ପ୍ରକୋଷ୍ଠ ଓ ବିଭାଗର ମୁଖ୍ୟମାନେ ଯୋଗଦେବେ । ସେହିଭଳି ୨ ତାରିଖ ଗୁରୁବାର ବୈଠକରେ ପୂର୍ବତନ ପିସିସି ସଭାପତି, ଏଆଇସିସି ସଂପାଦକ (ଓଡ଼ିଶା), ଜିଲ୍ଲା କଂଗ୍ରେସ ସଭାପତି, ବ୍ଲକ ଓ ନଗର କଂଗ୍ରେସ ସଭାପତି ମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛିି । ସେଥିପାଇଁ ସମସ୍ତ ନେତୃବୃନ୍ଦଙ୍କୁ ପତ୍ରମାଧ୍ୟମରେ ଜଣାଇ ଦିଆଯାଇଛି । କୌଣସି କାରଣବଶତଃ ଯେଉଁ ନେତୃବୃନ୍ଦମାନେ ଏ ସଂପର୍କରେ ଅବଗତ ହୋଇପାରି ନଥିବେ ସେମାନେ ଏହି ସମ୍ବାଦକୁ ନିମନ୍ତ୍ରଣ ମନେକରି ଉଦ୍ଦିଷ୍ଟ ତାରିଖ ଓ ସମୟରେ ଶିବିରରେ ଯୋଗଦେବାକୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉପସଭାପତି ଶ୍ରୀ ଯଜେ୍ଞଶ୍ୱର ବାବୁ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି ।

0
0
0
s2sdefault