ହେଡଲାଇନସ୍:

ବିଜେଡିରେ ମିଶିଲେ କଂଗ୍ରେସ ନେତା ଓ କର୍ମୀ 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ପାରଳାଖେମୁଣ୍ଡି/ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ବିଶ୍ୱନାଥ କଲ୍ୟାଣ ମଣ୍ଡପ ସଭାଗୃହ ଠାରେ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ  ଏକ ମିଶ୍ରଣ ପର୍ବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ ଏବଂ ପୂର୍ବତନ ବିଧାୟକ କେ.ନାରାୟଣ ରାଓଙ୍କ ନେତୃତ୍ୱରେ ରାଜ୍ୟ ଯୋଜନା ଓ ସମନ୍ୱୟ, ଦକ୍ଷତା ବିକାଶ ତଥା ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ଉଷାଦେବୀଙ୍କ ଉପସ୍ଥିତିରେ ଗଜପତି ଜିଲ୍ଲାର କାଶୀନଗର, ଗୁମ୍ମା ଓ ପାରଳାଖେମୁଣ୍ଡି ସହରର ୫୦୦ରୁ ଅଧିକ କଂଗ୍ରେସ କର୍ମୀ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ଏହା ଦ୍ୱାରା ବିଜେଡି ଦଳ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ବେସ୍‍ ସୁଦୃଢ ହୋଇପାରିବ ବୋଲି ମନ୍ତ୍ରୀ କହିଥିଲେ । ସାଂସଦ ସିଦ୍ଧାନ୍ତ ମହାପାତ୍ର ଯୋଜନା ବୋର୍ଡ ସଦସ୍ୟ ରାମଚନ୍ଦ୍ର ପଣ୍ଡା ଏବଂ ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ମୋହନା ବିଧାୟକ ବାସନ୍ତି ମଲ୍ଲିକ,ଗଜପତି ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷ୍ୟ ଅନ୍ତର୍ଯ୍ୟାମୀ ଗମାଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ ।

0
0
0
s2sdefault