ହେଡଲାଇନସ୍:

ମହିଳାଙ୍କ ପାଇଁ ୩୩% ସଂରକ୍ଷଣ ପ୍ରସଙ୍ଗ : ଦେବେଗୌଡ଼ା ଦେଲେ ସମର୍ଥନର ପ୍ରତିଶ୍ରୁତି 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ବିଜେଡିର ପ୍ରତିନିଧି ଦଳ ଆଜି ଜନତା ଦଳ (ଏସ୍‍)ସଭାପତିଙ୍କୁ ଭେଟିଥିଲେ । ବିଜେଡି ତରଫରୁ ସାଂସଦ ଶ୍ରୀ ନଗେନ୍ଦ୍ର ପ୍ରଧାନ ଏବଂ ଶ୍ରୀ ରବୀନ୍ଦ୍ର କୁମାର ଜେନା ଜନତା ଦଳ (ଏସ୍‍) ସଭାପତି ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଏଚ୍‍.ଡି. ଦେବେଗୌଡ଼ାଙ୍କୁ ବେଙ୍ଗାଲୁରୁସ୍ଥିତ ତାଙ୍କ ବାସଭବନରେ ଭେଟି ସଂସଦ ଓ ସମସ୍ତ ବିଧାନସଭାରେ ମହିଳାମାନଙ୍କ ପାଇଁ ୩୩% ସ୍ଥାନ ସଂରକ୍ଷଣ କରିବା ଲାଗି ନୀତିଗତ ସମର୍ଥନ ଲୋଡ଼ି ବିଜୁ ଜନତା ଦଳ ସଭାପତି ଲେଖିଥିବା ପତ୍ର ହସ୍ତାନ୍ତର କରିଥିଲେ । ଶ୍ରୀ ଦେବେଗୌଡ଼ା ଏ ପ୍ରସଂଗରେ ସକାରାତ୍ମକ ମନ୍ତବ୍ୟ ପ୍ରଦାନ କରିବା ସହିତ ଆଶା ପ୍ରକାଶ କରିଥିଲେ ଯେ ଏହି ପ୍ରୟାସ ଯେପରି ସଫଳ ହୁଏ । ତତ୍‍ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଉଦ୍ୟମକୁ ସ୍ୱାଗତ କରିବା ସହିତ ପ୍ରଶଂସା କରିଥିଲେ । ମହିଳାମାନଙ୍କ କ୍ଷେତ୍ରରେ ଶ୍ରୀ ପଟ୍ଟନାୟକ ଯେଉଁ ପଦକ୍ଷେପ ନେଇଛନ୍ତି, ତାହା ସ୍ୱାଗତଯୋଗ୍ୟ ବୋଲି ଶ୍ରୀ ଦେବେଗୌଡ଼ା କହିଥିଲେ ।

ସୂଚନାଯୋଗ୍ୟ, ବିଜୁ ଜନତା ଦଳର ମାନ୍ୟବର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଧଶକ୍ରମେ ବିଜେଡିର ପ୍ରତିନିଧିମାନେ ଭାରତବର୍ଷର ୨୨ଟି ଜାତୀୟ ଓ ଆଞ୍ଚଳିକ ଦଳମାନଙ୍କୁ ଭେଟି ସଂସଦ ଓ ବିଧାନସଭାରେ ମହିଳାମାନଙ୍କ ପାଇଁ ୩୩% ସ୍ଥାନ ସଂରକ୍ଷଣ କରିବା ଲାଗି ସମର୍ଥନ ସଂଗ୍ରହ କରୁଛନ୍ତି ।

0
0
0
s2sdefault