ହେଡଲାଇନସ୍:

ବ୍ୟକ୍ତିଗତ ସଫଳତାକୁ ସମାଜର ବୃହତ୍ତର ସ୍ୱାର୍ଥ ନିମନ୍ତେ ଉପଯୋଗ କଲେ ସଫଳତାର ଶୀର୍ଷରେ ପହଂଚି ହେବ : ଅରୁଣ 

User Rating: 3 / 5

Star ActiveStar ActiveStar ActiveStar InactiveStar Inactive
 

"ନୂତନ ବର୍ଷରେ ଉଚ୍ଚଶିକ୍ଷା ବିଭାଗ ତରଫରୁ ପ୍ରଥମ ଭେଟି' 

ଭୁବନେଶ୍ୱର,(ଶାସକ ପ୍ରଶାସକ) :ଶିକ୍ଷା ଦ୍ୱାରା ସମାଜର ନୂତନ ସୁଯୋଗ ଓ ସମ୍ଭାବନା ସୃଷ୍ଟି ହୋଇପାରିବା ତେଣୁ ଶିକ୍ଷକତାକୁ ଏକ ବୃତ୍ତି ନଭାବି ବ୍ରତ ଭାବରେ ଗ୍ରହଣ କରିବାକୁ ପଡ଼ିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ପ୍ରକାଶ କରିଛନ୍ତିା 

ଆଜି କୃଷି ଭବନର ସମ୍ମିଳନୀ କକ୍ଷରେ ରାଜ୍ୟ ସିଲେକ୍ସନ୍ ବୋର୍ଡ ଦ୍ୱାରା ଚୟନ କରାଯାଇଥିବା ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ନବନିଯୁକ୍ତ ଅଧ୍ୟାପକଅଧ୍ୟାପିକାମାନଙ୍କର ନିଯୁକ୍ତି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି  ଭାବେ ଯୋଗଦେଇ ମନ୍ତ୍ରୀ ଡ. ସାହୁ କହିଲେ ଯେ ଶିକ୍ଷକମାନେ ଛାତ୍ରମାନଙ୍କର ମାର୍ଗଦର୍ଶକ |  ତେଣୁ ଶିକ୍ଷକମାନେ ପ୍ରଭାବଶାଳୀ ହେବା ଆବଶ୍ୟକା ବ୍ୟକ୍ତିଗତ ସଫଳତାକୁ ସମାଜର ବୃହତ୍ତର ସ୍ୱାର୍ଥ ନିମନ୍ତେ ଉପଯୋଗ କରିବାର ମାନସିକତା ରହିଲେ ସଫଳତାର ଶୀର୍ଷରେ  ପହଂଚି ହେବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲୋ ଏହି ନିଯୁକ୍ତିକୁ "ନୂତନ ବର୍ଷରେ ଉଚ୍ଚଶିକ୍ଷା ବିଭାଗ ତରଫରୁ ପ୍ରଥମ ଭେଟି' ବୋଲି ମନ୍ତ୍ରୀ ଡ. ସାହୁ କହିଥିଲୋ 

ଉଚ୍ଚଶିକ୍ଷାକୁ ଏକ ଉଚ୍ଚତର ସୋପାନରେ ପହଞ୍ଚାଇବା ପାଇଁ ବିଭାଗ ତରଫରୁ ଅନେକଗୁଡ଼ିଏ ସଂସ୍କାରମୂଳକ ପଦକ୍ଷେପ ନିଆଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରବର୍ତ୍ତିତ ୫"ଟି'କୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରାଯାଇ ସଂପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ବନ କରାଯାଉଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲୋ 

କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷାର ବିଭାଗ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଯୋଗଦେଇ ନବନିଯୁକ୍ତ ଅଧ୍ୟାପକଅଧ୍ୟାପିକାମାନଙ୍କୁ ନିଜ ଭିତରେ ଥିବା ଶକ୍ତି ଓ ସାମର୍ଥ୍ୟକୁ ଚିହ୍ନି ତା'ର ଉପଯୋଗ କରିବା ଉପରେ ଗୁରୁତ୍ୱାରୋପ କରିଥିଲୋ ଆଜିର ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ପଣ୍ଡା ପରିଚାଳନା କରିଥିଲୋ 

ଏହି ନିଯୁକ୍ତି କାର୍ଯ୍ୟକ୍ରମରେ ଯୋଗଦେଇଥିବା ୧୬ ଜଣ ଯୋଗ୍ୟ ବିବେଚିତ ହୋଇଥିବା ଅଧ୍ୟାପକଅଧ୍ୟାପିକାମାନଙ୍କୁ ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ନିଯୁକ୍ତି ଦିଆଯିବା ଏମାନଙ୍କ ମଧ୍ୟରେ ୧୪ ଜଣ ଦିବ୍ୟାଙ୍ଗ ଅଧ୍ୟାପକ ଅଧ୍ୟାପିକା ଥିବାବେଳେ ଜଣେ ଖେଳାଳୀ, ଜଣେ ଅବସରପ୍ରାପ୍ତ ଆର୍ମି ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛିା ନିଯୁକ୍ତି ପାଇଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ମଧ୍ୟରେ  ମଧ୍ୟରେ ଉଦ୍ଭିଦ ବିଜ୍ଞାନ ୨ଜଣ, ବାଣିଜ୍ୟରେ ଜଣେ, ରସାୟନ ବିଜ୍ଞାନରେ ଜଣେ, ଇଂରାଜୀରେ ୪ଜଣ, ଲଜିକ-ଫିଲୋସଫିରେ ୨ଜଣ , ପଦାର୍ଥ ବିଜ୍ଞାନରେ ଜଣେ, ରାଜନୀତି ବିଜ୍ଞାନରେ ୩ଜଣ, ଗଣିତରେ ଜଣେ ଓ ଜୀବ ବିଜ୍ଞାନରେ ଜଣେ ଅଧ୍ୟାପକ ଅନ୍ତର୍ଭୁକ୍ତ | 

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଚଶିକ୍ଷା ବିଭାଗ ରାଜ୍ୟର ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟଗୁଡ଼ିକରେ ଖାଲିଥିବା ଅଧ୍ୟାପକ ପଦବୀ ପୂରଣ ଲାଗି ପଦକ୍ଷେପ ନିଆଯାଇଛିା ଏଥି ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ରାଜ୍ୟ ସିଲେକ୍ସନ୍ ବୋର୍ଡକୁ ୮୩୩ଟି ଅଧ୍ୟାପକ ପଦବୀ ନିମନ୍ତେ ପଦକ୍ଷେପ ନେବା ପାଇଁ ଅନୁରୋଧ କରାଯାଇଥିଲାା ଏ ପର୍ଯ୍ୟନ୍ତ ବିଭିନ୍ନ ପଯ୍ୟାୟକ୍ରମେ ୨୯୯, ୨୮୯ ପଦବୀ ପୂରଣ ହୋଇଥିଲା ଏବଂ ଏହି କାର୍ଯ୍ୟକ୍ରମ ଆଗକୁ ଜାରି ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି | 

 

 

0
0
0
s2sdefault