ହେଡଲାଇନସ୍:

ଓଡିଶା  ଆସୁଛନ୍ତି କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଫଗନ ସିଂ କୁଲସ୍ତେ 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଆସନ୍ତାକାଲିଠୁ ଓଡିଶାରେ ଆରମ୍ଭ ହେବ ନାଗରିକତା ସଂଶୋଧନ ଆଇନ ଉପରେ ବ୍ୟାପକ ଜନଜାଗରଣ:ବିଜେପି 

 କେବଳ ନାଗରିକତା ଦେବା ପାଇଁ ତିଆରି ହୋଇଛି ନାଗରିକତା ସଂଶୋଧନ ଆଇନ

 ଆସନ୍ତାକାଲି ମହାକାଳପଡା ଠାରେ ବସବାସ କରୁଥିବା ଶରଣାର୍ଥୀ ମାନଙ୍କୁ ନାଗରିକତା ସଂଶୋଧନ ଆଇନ ସଂପର୍କରେ 

ଅବଗତ କରାଇବେ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଫଗନ ସିଂ କୁଲସ୍ତେ

 ରାଜ୍ୟରେ ସିଏଏକୁ ସମର୍ଥନ କରି ରାଜ୍ୟରେ କରାଯିବ ୫ ଟି ବଡ ଧରଣର ଶୋଭାଯାତ୍ରା 

 ଆସନ୍ତା ୬ ତାରିଖ କଟକରେ ସିଏଏକୁ ସମର୍ଥନ ଶୋଭାଯାତ୍ରାରେ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

 ଓଡିଶାର ପାଖାପାଖି ୧ କୋଟି ପରିବାରକୁ ଯାଇ ସିଏଏ ଆଇନ ସଂପର୍କରେ ବୁଝାଇବେ ବିଜେପି କାର୍ଯ୍ୟକର୍ତା

ଭୁବନେଶ୍ୱର,(ଶାସକ ପ୍ରଶାସକ): ନାଗରିକତା ସଂଶୋଧନ ଆଇନ ଦ୍ୱାରା କୌଣସି ଭାରତୀୟଙ୍କର ଅଧିକାର କ୍ଷୁଣ୍ଣ ହେବନି । ବରଂ ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟାଲଘୁ ବର୍ଗର ଶରଣାର୍ଥୀ ମାନଙ୍କୁ ନାଗରିକତା ପ୍ରଦାନ କରାଯିବାର ବ୍ୟବସ୍ଥା ଏହି ଆଇନରେ ରହିଛି । ବିରୋଧୀ କଂଗ୍ରେସ ସମେତ କିଛି ଆଂଚଳିକ ଦଳ ଏହି ଆଇନ ବିରୁଦ୍ଧରେ କୁପ୍ରଚାର କରି ଦେଶର ଜନତାଙ୍କୁ ବିଭ୍ରାନ୍ତ କରୁଛନ୍ତି । ନାଗରିକତା ସଂଶୋଧନ ଆଇନ ସଂପର୍କରେ ଜନଜାଗରଣ ସୃଷ୍ଟି କରିବା ପାଇଁ ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଫଗନ ସିଂ କୁଲସ୍ତେ । ଶ୍ରୀ କୁଲସ୍ତେ ଆସନ୍ତାକାଲି କେନ୍ଦ୍ରାପଡା ଜିଲ୍ଲା ମହାକାଳପଡାଠାରେ ସର୍ବଭାରତୀୟ ସ୍ତରରେ ଜନସମ୍ପର୍କ ଅଭିଯାନର ଶୁଭାରମ୍ଭ କରିବେ । ଏଥି ସହ ମହାକାଳପଡା ଠାରେ ବସବାସ କରୁଥିବା ଶରଣାର୍ଥୀ ମାନଙ୍କୁ ନାଗରିକତା ସଂଶୋଧନ ଆଇନ ସଂପର୍କରେ ଅବଗତ କରାଇବେ ବୋଲି ବିଜେପି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । 

ଆସନ୍ତାକାଲି ଠାରୁ ଓଡିଶାରେ ନାଗରିକତା ସଂଶୋଧନ ଆଇନ ଉପରେ ବ୍ୟାପକ ଜନଜାଗରଣ କରାଯିବ । ରାଜ୍ୟରେ ନାଗରିକତା ସଂଶୋଧନ ଆଇନକୁ ସମର୍ଥନ କରି ୫ ଟି ବଡ ଧରଣର ସଭା ଓ ଶୋଭାଯାତ୍ରା କରାଯିବ । ଆସନ୍ତା ୬ ତାରିଖ ସୋମବାର ଦିନ କଟକରେ ପାଖାପାଖି ୨୦ହଜାର ଲୋକ ଏକାଠି ହୋଇ ନାଗରିକତା ସଂଶୋଧନ ଆଇନ ସମର୍ଥନରେ ଏକ ବିରାଟ ଶୋଭାଯାତ୍ରା କରିବେ । ଏହି ଶୋଭାଯାତ୍ରାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର  ପ୍ରଧାନ ଯୋଗଦେବେ । ଆଗାମୀ ଦିନରେ ଭୁବନେଶ୍ୱରଠାରେ ବୃଦ୍ଧିଜୀବୀ ସମ୍ମିଳନୀ ଆୟୋଜିତ ହେବ । ବିଜେପି କାର୍ଯ୍ୟକର୍ତାମାନେ ଓଡିଶାର ୩୬ଟି ସାଙ୍ଗଠନିକ ଜିଲ୍ଲାରେ ବୁଦ୍ଧିଜୀବୀ ସମ୍ମିଳନୀ କରିବେ । ପ୍ରତ୍ୟେକ ଜିଲ୍ଲାରେ ଏହି ଆଇନକୁ ନେଇ ସଚେତନତା ରାଲି କରାଯିବ । ବିଜେପି କାର୍ଯ୍ୟକର୍ତାମାନେ ଓଡିଶାର ପାଖାପାଖି ୧ କୋଟି ପରିବାରକୁ ଯାଇ ଏହି ଆଇନ ସଂପର୍କରେ ବୁଝାଇବେ । ଏଥି ସହ ବିଜେପି କାର୍ଯ୍ୟକର୍ତାମାନେ ସମସ୍ତ ପଂଚାୟତ ଏବଂ ୱାର୍ଡକୁ ଯାଇ ଜନସାଧାରଣଙ୍କୁ ଏହି ଆଇନ ବିଷୟରେ ପ୍ରତ୍ୟେକ୍ଷ ଭାବେ ଅବଗତ କରାଇବେ । ଏହି କାର୍ଯ୍ୟକ୍ରମ ଆଗାମୀ ୧୫ତାରିଖ ପର୍ଯ୍ୟନ୍ତ କ୍ରମାଗତ ଭାବରେ ଚାଲୁ ରହିବ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି ।

ବିଜେପି ସାଂସଦ, ବିଧାୟକ ଓ ବିଧାୟକ ପ୍ରାର୍ଥୀ, ଜିଲ୍ଲା ସଭାପତି, ରାଜ୍ୟ ଓ ଜିଲ୍ଲା ପଦାଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ନାଗରିକତା ସଂଶୋଧନ ଆଇନ ସମ୍ବନ୍ଧରେ ସ୍ଥାନୀୟ ଜନସାଧାରଣଙ୍କୁ ଅବଗତ କରାଇବେ । ପ୍ରଧାନମନ୍ତ୍ରୀଙ୍କ ଏଭଳି ଏକ ଯୁଗାନ୍ତକାରୀ ଆଇନକୁ ସାଧାରଣ ଜନତା ଏହି ନମ୍ବରରେ (୮୮୬୬୨-୮୮୬୬୨) ମିସଡ କଲ ଦେଇ ଆଇନକୁ ସମର୍ଥନ କରିପାରିବେ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି ।

 

0
0
0
s2sdefault