ହେଡଲାଇନସ୍:

ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ :ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ  ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ପ୍ରତିଷ୍ଠାନ ଠାରେ ଅନୁଷ୍ଠିତ ହୋଇଯାଇଛି ।

     ଜିଲ୍ଲାପାଳ ଅନୁପମ ସାହା ଅଧ୍ୟକ୍ଷତା କରି ସାଧାରଣତନ୍ତ୍ର ଦିବସ ପାଳନର ସମସ୍ତ କାର୍ଯ୍ୟକ୍ରମ ଯେଭଳି ଶାନ୍ତିପୂର୍ଣ୍ଣ ଭାବେ ମହା ସମାରୋହରେ ଅନୁଷ୍ଠିତ ହେବ ସେଥିପାଇଁ ସମସ୍ତେ ଯତ୍ନବାନ ହେବା ସହ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ପୂର୍ବରୁ ଅନୁଷ୍ଠିତ ହେବାକୁ ଥିବା ନିର୍ଦ୍ଧରିତ ସମୟରେ ବିଭିନ୍ନ ସ୍ତରର ପ୍ରତିଯୋଗିତା ସାରିବା ସହ ଅଭ୍ୟାସ ପ୍ୟାରେଡ଼ , ପଡିଆ ସଫା ସୁତୁରା , ପଡ଼ିଆରେ ପାନୀୟ ଜଳ ଓ ଆଶୁ ଚିକିତ୍ସା ବ୍ୟବସ୍ଥା କରିବା , ପ୍ୟାରେଡ଼ ଅଭିବାଦନ ବେଳେ ପ୍ରଜ୍ଞାପନ ମେଢ଼ ବାହାରିବା , ମୁଖ୍ୟ ଅତିଥିଙ୍କ ଦ୍ୱାରା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗିଙ୍କୁ ପୁରସ୍କାର ବଣ୍ଟନ ଓ ଅନ୍ୟାନ୍ୟ ସମସ୍ତ କାର୍ଯ୍ୟକ୍ରମ କୁ ନିର୍ଦ୍ଧାରିତ କମ୍ ସମୟ ମଧ୍ୟରେ ସାରିବା ପ୍ରଭୃତି ଉପରେ ବୈଠକରେ ବିସ୍ତୃତ ଆଲୋଚନା କରିଥିଲେ ।

ଏହି ଅବସରରେ ଜାନୁୟାରୀ ୨୬ତାରିଖ ଦିନ ମଧ୍ୟାହ୍ନରେ ସରକାରୀ କର୍ମଚାରୀ  ଓ ସାମ୍ବାଦିକଙ୍କ ମଧ୍ୟରେ ଏକ ବନ୍ଧୁତା ପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବା ପାଇଁ ସ୍ଥିର  ହୋଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ସାରା ଶର୍ମା , ଅତିରିକ୍ତ ଜିଲ୍ଲାପାଳ ଜ୍ଞାନ ରଞ୍ଜନ ଭଞ୍ଜଦେଓ , ଉପ ଜିଲ୍ଲାପାଳ ରଜନୀ କାନ୍ତ ସ୍ବାଇଁ , ଡିଏସପି ପ୍ରକାଶ ଚନ୍ଦ୍ର ଜେନା ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବିଚନ୍ଦ୍ର ନାୟକ ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ ।

ଏହି ବୈଠକ ରେ ବହୁ ସଂଖ୍ୟାରେ ମାନ୍ୟଗଣ୍ୟ ବ୍ୟକ୍ତି , ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା , ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତା , ସରକାରୀ ଓ ବେସରକାରୀ ଶିକ୍ଷା ଅନୁଷ୍ଠାନର ଶିକ୍ଷକ ,ଶିକ୍ଷୟତ୍ରୀ , ଅଧ୍ୟାପକ , ଅଧ୍ୟାପିକା , ସାମ୍ବାଦିକ ବନ୍ଧୁ ମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

0
0
0
s2sdefault