ହେଡଲାଇନସ୍:

ଅସ୍ଥାୟୀ ଦୋକାନ ଉପରେ ମାଡି ଗଲା  ଟ୍ରକ୍,ଚାଲିଗଲା ୪ ଜୀବନ 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ସମ୍ୱଲପୁର/ ରେଢାଖୋଲ ଉପଖଣ୍ତ ପ୍ରତିନିଧି ଯଶୋବନ୍ତ ନାରାୟଣ ସାହୁ : ସମ୍ବଲପୁର : ଅସ୍ଥାୟୀ ଦୋକାନ ଉପରେ ଏକ ଟ୍ରକ୍ ମାଡ଼ି ଯାଇଛି । ଯାହା ଫଳରେ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ସମ୍ବଲପୁର ଶାସନ ଥାନା ପରମାଣପୁର ଧନୁଯାତ୍ରା ର ମୀନାବଜାରଠାରେ । ସୂଚନା ଯୋଗ୍ୟ ଯେ , ଆଜି ଭୋରରୁ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା କିଛି ଅସ୍ଥାୟୀ ଦୋକାନ ଉପରେ ଏକ ଟ୍ରକ୍ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି ।

ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୭ଜଣ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ବୁର୍ଲା ମେଡିକାଲ ସ୍ଥାନାନ୍ତର କରିଛନ୍ତି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ଖବର ପାଇ ଶାସନ ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଟ୍ରକ୍‌ଟି ଅଟକ ରହିଥିବା ବେଳେ ଡ୍ରାଇଭରଙ୍କ ସମ୍ପର୍କରେ ସୂଚନା ମିଳିପାରି ନାହିଁ। ମୃତକମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି।

0
0
0
s2sdefault