ହେଡଲାଇନସ୍:

ଖଣ୍ଡହତା ହାଇସ୍କୁଲର ୩୪ ତମ ବାର୍ଷିକ ଉତ୍ସବ ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବୀରମହାରାଜପୁର - (ଉପଖଣ୍ଡ ପ୍ରତିନିଧି ବିନୋଦ ପାଣ୍ଡେ ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଇନ୍ଦିରାଗାନ୍ଧୀ ହାଇସ୍କୁଲ ର ୩୪ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ପ୍ରଧାନ ଶିକ୍ଷକ ଅଖୋଜ ପଧାନ ଙ୍କ ଅଧ୍ୟକ୍ଷତାରେ ସୁବର୍ଣ୍ଣପୁର ଜିଲା ଶିକ୍ଷା ଅଧିକାରୀ ପୁଷ୍ପା ମିଞ୍ଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ଜିଲା ଶାରୀରିକ ଶିକ୍ଷା ନିରୀକ୍ଷକ  ଦୁର୍ଯ୍ଯୋଧନ ରାଉତ ମୁଖ୍ୟବକ୍ତାଭାବେ ଭାବେ ଯୋଗଦେଇ ଥିଲେ । ବୀରମହାରାଜପୁର ହାଇସ୍କୁଲ ର ପ୍ରଧାନ ଶିକ୍ଷକ ବୈଦ୍ୟନାଥ କଂନ୍,  ଖଣ୍ଡହତା ସରପଞ୍ଚ ଆଶା ସାହୁ ଓ ସମାଜ ସେବୀ ରତ୍ନାକର ପଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ ଥିଲେ । ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ସଭା ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

0
0
0
s2sdefault