ବାରିପଦା-(ଦିଲ୍ଲୀପ ମହାନ୍ତି) : ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଫେବୃୟାରୀ ମାସ ପାଇଁ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ନିର୍ଦ୍ଧାରିତ ହୋଇଅଛି । ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ତତ୍ୱାବଧାନରେ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଯଥାକ୍ରମେ ଫେବୃଆରୀ ୩ ପ୍ରଥମ ସୋମବାର ବାରିପଦା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଫେସିଲିଟେସନ କେନ୍ଦ୍ର , ଫେବୃଆରୀ ୧୦ ଦ୍ୱିତୀୟ ସୋମବାର ବାମନଘାଟୀ ଉପଖଣ୍ଡର ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ, ଫେବୃଆରୀ ୧୭ ତୃତୀୟ ସୋମବାର ପାଂଚପୀଢ ଉପଖଣ୍ଡର ସଦର ମହକୁମା କରଞ୍ଜିଆ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ ଏବଂ ଫେବୃଆରୀ ୨୪ ଚତୁର୍ଥ ସୋମବାର କପ୍ତିପଦା ଉପଖଣ୍ଡର ସଦର ମହକୁମା ଉଦଳା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ ଠାରେ ଅନୁଷ୍ଠିତ ହେବ । ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ପଦାଧିକାରୀ ଏବଂ ସଂପୃକ୍ତ ଉପଖଣ୍ଡର ଉପଜିଲ୍ଲାପାଳ, ବିଡିଓ, ତହସିଲଦାର, ସିଡିପିଓ ଓ ଉପଖଣ୍ଡ ସ୍ତରୀୟ ବିଭିନ୍ନ ଲାଇନ ବିଭାଗ ଅଧିକାରୀ ଉପସ୍ଥିତ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଉକ୍ତ ଧାର୍ଯ୍ୟ ତାରିଖ ଓ ସ୍ଥାନରେ ଅନୁଷ୍ଠିତ ହେବାକୁଥିବା ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମରେ ସଂପୃକ୍ତ ଅଚଂଳର ଜନ ସାଧାରଣ ନିଜର ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ସଂପର୍କୀତ ଅଭିଯୋଗ ଲିଖିତ ଅଥବା ମୌଖିକ ଭାବେ ଶିବିରରେ ଉପସ୍ଥିତ ରହି ଜଣାଇ ପାରିବେ ବୋଲି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବୀନ୍ଦ୍ର କୁମାର ନାୟକ ପ୍ରେସ ଇସ୍ତାହାରରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ରାଜ୍ୟ
ଜିଲ୍ଲା ପ୍ରଶାସନ ଜାରି କଲା ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟସୂଚୀ
- Hits: 311