ଭୁବନେଶ୍ୱର,(ଶାସକ ପ୍ରଶାସକ)– କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଦୁଇଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମର ଦିନକ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦଳର ନେତାମାନଙ୍କ ସହ ସ୍ଥାନୀୟ ଜନତା ମଇଦାନକୁ ଯାଇ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ।
ଉଲ୍ଲେଖନୀୟ ଯେ, ଶୁକ୍ରବାର ଜନତା ମଇଦାନ ଠାରେ ବିଜେପି ପକ୍ଷରୁ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଯୋଗଦେଇ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଜନତା ମଇଦାନରେ ସ୍ଥିତି ଅନୁଧ୍ୟାନ କରିବା ସହ ଦଳର ସଦସ୍ୟମାନଙ୍କୁ ପ୍ରସ୍ତୁତି କାର୍ଯ୍ୟ ସମ୍ବନ୍ଧରେ ପଚାରି ବୁଝିଛନ୍ତି ।ଏହି କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ ଜିଲ୍ଲାରୁ ବିଜେପି କର୍ମୀ ଓ ସାଧାରଣ ଜନତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।