ହେଡଲାଇନସ୍:

ଲୋକଙ୍କ ପାଇଁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ଦିଗରେ ଐତିହାସିକ ପଦକ୍ଷେପ 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

 ଏକା ଦିନରେ ନିଯୁକ୍ତ ହେଲେ ୧୦୩୮ ଡାକ୍ତର : ସରକାର ସୃଷ୍ଟି କଲେ ମାଇଲଖୁଣ୍ଟ 

ଭୁବନେଶ୍ୱର (ଶାସକ ପ୍ରଶାସକ)) ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଜି ଏକ ନୂଆ ମାଇଲଖୁଣ୍ଟ ପ୍ରତିଷ୍ଠା କରିଛନ୍ତି ରାଜ୍ୟ ସରକାର ।  ଆଜି ଗୋଟିଏ ଦିନରେ ୧୦୩୮ ଜଣ ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି । ଆଜି ଲୋକସେବା ଭବନରେ ଅନୁଷ୍ଠିତ ନବନିଯୁକ୍ତ ଡାକ୍ତରମାନଙ୍କ ଇଣ୍ଡକସନ୍‌ ଟ୍ରେନିଂରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିର ଦିନଟି ସ୍ବାସ‌୍ଥ୍ୟ ସେବା କ୍ଷେତ୍ରରେ ଏକ ଐତିହାସିକ ଦିନ ଭାବେରେ ବର୍ଣ୍ଣନା କରିଥିଲେ।ଗୋଟିଏ ଦିନରେ ୧୦୩୮ ଜଣ ନିଯୁକ୍ତି ସ୍ବାସ‌୍ଥ୍ୟ ସେବା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଲୋକଙ୍କ ସେବାକୁ ନିଜର ଧର୍ମ ଭାବରେ ବିଚାର କରି କାର୍ଯ୍ୟ କରିବା ପାଇଁ  ନବନିଯୁକ୍ତ ଡାକ୍ତରମାନଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ନୂଆ ଡାକ୍ତରମାନଙ୍କୁ ମୋ ସରକାର ସଂକଳ୍ପ ପାଠ କରାଇଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ‌୍ଥ୍ୟ ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରମୁଖ ଉଦବୋଧନ ଦେଇ ସ୍ବାସ‌୍ଥ୍ୟ ସେବାରେ ଊନ୍ନତି ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ କାର୍ଯ୍ୟକ୍ରମର ସୁଫଳ ଯେପରି ଲୋକଙ୍କ ପାଖରେ ଠିକ୍‌ ଭାବରେ ପହଞ୍ଚିପାରିବ ସେଥିପ୍ରତି ଯତ୍ନବାନ ହେବାକୁ ଡାକ୍ତରମାନଙ୍କୁ ପରାମର୍ଶ ଦେଇଥିଲେ। ୫-ଟି ସଚିବ ଭିକେ ପାଣ୍ଡିଆନ୍‌ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେବା ସହିତ ମୋ ସରକାରର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଡାକ୍ତର ମାନଙ୍କୁ ବୁଝାଇଥିଲେ। ନୂଆ ଡାକ୍ତରମାନେ କିଭଳି ରୋଗୀ ସେବା କ୍ଷେତ୍ରରେ ଏକ ଟ୍ରାନ୍ସଫମେଟିଭ ଭୂମିକା ଗ୍ରହଣ କରିପାରିବେ ସେ ସମ୍ପର୍କରେ ଶ୍ରୀ ପାଣ୍ଡିଆନ ଆଲୋକପାତ କରିଥିଲେ।

ସୂଚନାଯୋଗ୍ୟ ଯେ , ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ୮୭୧୯ଟି ଡାକ୍ତର ପଦବୀ ମଧ୍ୟରୁ ବର୍ତ୍ତମାନ ୫୪୧୪ ଜଣ ନିୟମିତ ଡାକ୍ତର କାର୍ଯ୍ୟ କରୁଛନ୍ତି। ନିକଟରେ ଓପିଏସସି ୧୪୦୩ ଜଣ ଡାକ୍ତରଙ୍କୁ ଚୟନ କରିଥିବା ବେଳେ ସେଥିମଧ୍ୟରୁ ୧୦୩୮ ଜଣ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଖୁବଶୀଘ୍ର ୨ୟ ପର୍ଯ୍ୟାୟରେ ଖୁବଶୀଘ୍ର ନିଯୁକ୍ତି ଦିଆଯିବ ।

0
0
0
s2sdefault