ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଦେଲେ ବାର୍ତ୍ତା :  ଘୋଷଣା କଲେ ଲକଡାଉନ, ଲୋଡିଲେ ସହଯୋଗ  

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

 "ଆଗାମୀ ସପ୍ତାହ ଆମ ପାଇଁ ଖୁବ ଗୁରୁତ୍ବପୂର୍ଣ୍ଣ। ଗତ କିଛି ଦିନ ମଧ୍ୟରେ ବିଦେଶରୁ ୩୦୦୦ରୁ ଅଧିକ ଲୋକ ଓଡିଶାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ପ୍ରତିଶତ ହେଉଛନ୍ତି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର। ତେଣୁ ପ୍ରଥମ ପର୍ଯ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର,  ରାଉରକେଲା,  ଭଦ୍ରକ,  ପୁରୀ,  ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ପ୍ରାୟ ସଂପୂର୍ଣ୍ଣ (Near Total ) Lock Down କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି ।" :  ମୁଖ୍ୟମନ୍ତ୍ରୀ 

"To Knockdown COVID-19, Naveen Patnaik locks down 40 percent of Odisha including state capital for a week . Odisha becomes first State in India to lock-down 40% of Stateto combat COROVID-19 . It includes 5 districts and 8 major towns. These are districts where more than 70 percent of the total 3200 foreign returnees belong to.  70 percent of the total 3200 foreign returnees belong to these districts .  Airport, railways, bus stand and essential services exempted.  All service providers, including private sector, engaged in COVID-19 relief services, to be declared Emergency Workers. 4.5 crore people of Odisha are my family and I am concerned about the well-being of each one of you . My only appeal is Stay at Home. If you go out, you risk bringing the virus to your family . Let us take care of people who have worked for us for long years and pay them their wages for this time even though we have to discontinue their services temporarily  These are extraordinary times, we all have to pitch in. The police cannot enforce this everwhere. We have to see it as our Responsibility to protect our lives. It is the duty of the community, specifically Sarpanches and elected representatives and other community leaders to keep a close watch and monitor this lockdown" : Naveen Patnaik

ଭୁବନେଶ୍ୱର(ଶାସକ ପ୍ରଶାସକ) : ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଦେଇଛନ୍ତି ବାର୍ତ୍ତା | କରିଛନ୍ତି ଲକ ଆଉଟ ଘୋଷଣା | ଲୋଡିଛନ୍ତି ରାଜ୍ୟବାସୀଙ୍କ ସହଯୋଗ ଭୟଙ୍କର କରୋନାର ମୁକାବିଲା ପାଇଁ |

ମୁଖ୍ୟମନ୍ତ୍ରୀ  ତାଙ୍କ ବାର୍ତ୍ତାରେ କହିଛନ୍ତି " ଗତ ଦୁଇ ମାସ ମଧ୍ୟରେ ଦୁନିଆ ବଦଳି ଯାଇଛି। ରାଜନୀତି, ଅର୍ଥନୀତି ସବୁ କିଛି ପଛରେ ପକାଇ ସ୍ବାସ୍ଥ୍ୟ ସମସ୍ୟା ସାରା ବିଶ୍ବ ପାଇଁ ଏକ ବହୁତ ବଡ ଆହ୍ବାନ ସୃଷ୍ଟି କରିଛି। ଚୀନ ଓ ସାଉଥ କୋରିଆ ଠାରୁ ଆରମ୍ଭ କରି ନିକଟରେ ଆମେରିକା, ବ୍ରିଟେନ ଓ ଅନ୍ୟ ଇରୋପୀୟ ଦେଶ  ମାନଙ୍କ ପାଇଁ କରୋନା ଭାଇରସ୍‌ ଗୁରୁତର ସମସ୍ୟା ସୃଷ୍ଟି କରିଛି।

       ବର୍ତ୍ତମାନ ଏହି ଭାଇରସ ଭାରତରେ ମଧ୍ୟ ପହଞ୍ଚି ଯାଇଛି। ଭାରତରେ କୋଭିଡ- 19 ରୋଗୀଙ୍କ ସଂଖ୍ୟା ବଢୁଛି । ଏହି ଭାଇରସ୍‌ ବାହାରୁ ଆସିଛି । ଏହାର କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । କେବଳ ସଚେତନତା ଦ୍ବାରା ହିଁ ଏହାକୁ ରୋକାଯାଇ ପାରିବ। ତେଣୁ ମୋର ଅନୁରୋଧ ଆପଣମାନେ ଘରେ ରୁହନ୍ତୁ। ଘରେ ରହିଲେ ଆପଣ ଓ ଆପଣଙ୍କ ପରିବାର ସୁରକ୍ଷିତ ରହିପାରିବେ। ଏ ଭାଇରସ୍‌କୁ ଆପଣଙ୍କ ଘରେ ପଶିବାକୁ ଦିଅନ୍ତୁ ନାହିଁ।

       ଏହି strategyକୁ ପାଳନ କରି ଚୀନର ଉହାନ୍‌ ପ୍ରଦେଶ କରୋନା ଭାଇରସ୍‌କୁ ହରାଇ ଦେଇପାରିଛି । ବର୍ତ୍ତମାନ ସମୟ ଆସିଛି ଆମେ ମଧ୍ୟ ଏହି strategyକୁ ଆପଣେଇବା। ଘରେ ରହିବା। କେବଳ essential commodity ସଂଗ୍ରହ ପାଇଁ   ବାହାରକୁ ଯିବା। ତା ହେଲେ ଆମେ ମଧ୍ୟ ଏ ଯୁଦ୍ଧ ଜିତିପାରିବା।" 

       ଆସ୍ଥାନଟା ସପ୍ତାହର ଗୁରୁତ୍ୱ ଉପରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଛନ୍ତି " ଆଗାମୀ ସପ୍ତାହ ଆମ ପାଇଁ ଖୁବ ଗୁରୁତ୍ବପୂର୍ଣ୍ଣ। ଗତ କିଛି ଦିନ ମଧ୍ୟରେ ବିଦେଶରୁ ୩୦୦୦ରୁ ଅଧିକ ଲୋକ ଓଡିଶାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ପ୍ରତିଶତ ହେଉଛନ୍ତି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର। ତେଣୁ ପ୍ରଥମ ପର୍ଯ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର,  ରାଉରକେଲା,  ଭଦ୍ରକ,  ପୁରୀ,  ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ପ୍ରାୟ ସଂପୂର୍ଣ୍ଣ (Near Total ) Lock Down କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି ।

       ଏହି Lock Down ସମୟରେ କେବଳ ବସ୍‌, ଟ୍ରେନ୍‌ ଓ ବିମାନ ସେବା ସହିତ ସଉଦା ଦୋକାନ, ପରିବା ଦୋକାନ, ମାଛ, ମାଂସ, ଅଣ୍ଡା, ଚିକେନ୍‌, ପେଟ୍ରୋଲ ପମ୍ପ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ। ଅତ୍ୟାବଶ୍ୟକ ଦ୍ରବ୍ୟର wholesale market ମଧ୍ୟ ଖୋଲା ରହିବ ।  ସେହିପରି ଏସବୁ ଅଞ୍ଚଳରେ ଡାକ୍ତରଖାନା, ବ୍ୟାଙ୍କ, ATM, ମ୍ୟୁନିସ୍‌ପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ODRAF, ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ଯ୍ୟାଳୟ ଗୁଡିକ ମଧ୍ୟ ଖୋଲା ରହିବ।

       ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର। ପ୍ରତିଟି ଓଡିଶାବାସୀଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ । ମୋର ଅନୁରୋଧ, ସରକାରଙ୍କ ନିଷ୍ପତ୍ତିରେ ଆପଣମାନେ ସହଯୋଗ କରନ୍ତୁ ।  ନିଜର, ନିଜ ପରିବାର ଓ ବନ୍ଧୁମାନଙ୍କ ମଙ୍ଗଳ ପାଇଁ ଘରେ ରୁହନ୍ତୁ। ଲୋକଙ୍କ ସ୍ବାର୍ଥ ପାଇଁ ସରକାର କରିଥିବା ଏହି କଟକଣାକୁ ଯିଏ ଭାଙ୍ଗିବାକୁ ଚେଷ୍ଟା କରିବ ତା ବିରୋଧରେ କଠୋର ପଦକ୍ଷେପ ନେବାକୁ ମୁଁ ପୋଲିସକୁ ନିର୍ଦ୍ଦେଶ ଦେଇଛି।

       ମୁଁ ପୁଣି ଥରେ ଆପଣମାନଙ୍କୁ ଅନୁରୋଧ କରୁଛି, ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ। କେବଳ ଘରେ ରହିଲେ ହିଁ ଆମେ ଏ ଯୁଦ୍ଧ ଜିତିପାରିବା । କରୋନା ଭୂତାଣୁ ବିଶ୍ୱରେ ବିରାଟ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି କରିଛି। ଓଡ଼ିଶାରେ ଏହାର ସଂକ୍ରମଣକୁ ରୋକିବାକୁ ପ୍ରାରମ୍ଭିକ ଭାବେ ଆସନ୍ତାକାଲିରୁ ମାର୍ଚ୍ଚ ୨୯ ଯାଏ ୫ଟି ଜିଲ୍ଲା ଓ କିଛି ସହରରେ ଜରୁରୀକାଳୀନ ସେବାକୁ ଛାଡି ପ୍ରାୟ ସମ୍ପୂର୍ଣ ବନ୍ଦ ଘୋଷଣା ହେଉଛି। ଦୃଢତାର ସହ କରୋନା ମୁକାବିଲା ପାଇଁ ସରକାରଙ୍କୁ ସହଯୋଗ କରନ୍ତୁ।" ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି | 

 

 

0
0
0
s2sdefault