ହେଡଲାଇନସ୍:

ଲକଡାଉନ ବେଳର ଅସୁବିଧା ପାଇଁ ଦେଶବାସୀଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

କରନା ସମ୍ପର୍କରେ "ମନ କୀ ବାତ 2ର ଦଶମ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ଭାରତ ଭଳି ୧୩୦ କୋଟି ଜନସଂଖ୍ୟା ଥିବା ଦେଶରେ ଲକ ଡାଉନ ଛଡ଼ା ଆଉ କୌଣସି ମାର୍ଗ ନଥିଲା।

କରୋନା ଭୂତାଣୁ ଆଜି ବିଶ୍ୱବାସୀଙ୍କୁ ବନ୍ଦୀ କରିପକାଇଛି, ଲକଡାଉନ ମାନିବା ଲାଗି ଦେଶବାସୀଙ୍କୁ ନିବେଦନ

କହିଲେ ପ୍ରଧାନମନ୍ତ୍ରୀ :  “ଆରୋଗ୍ୟମ ପରମମ୍ ଭାଗ୍ୟମ୍ ସ୍ୱାସ୍ଥ୍ୟଂ ସର୍ବାର୍ଥ ସାଧନଂ”

 ଜୀବନ ଓ ମୃତ୍ୟୁ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଆମେ ନିଶ୍ଚୟ ବିଜୟୀ ହେବା

 ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ଏ ଯୁଦ୍ଧରେ ଅଗ୍ରଣୀ ଯୋଦ୍ଧା 

 ସାମାଜିକ ଦୂରତା କମାଇବା ଓ ସାମାଜିକ ମତବିନିମୟ ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

ସଂକଟ ସମୟରେ ଗରିବ ଓ ଦୁଃଖୀଙ୍କୁ ଖାଦ୍ୟ ଯୋଗାଇବାକୁ ଦେଶବାସୀଙ୍କୁ ନିବେଦନ

(ନୂଆଦିଲ୍ଲୀ /ଶାସକ ପ୍ରଶାସକ) "ମୋର ପ୍ରିୟ ଦେଶବାସୀ,ସାଧାରଣତଃ ‘ମନ କି ବାତ୍‌’ରେ ମୁଁ ଅନେକ ପ୍ରସଙ୍ଗ ନେଇ ଆସିଥାଏ । କିନ୍ତୁ ଆଜି, ଦେଶ ଏବଂ ବିଶ୍ୱରେ ସମସ୍ତଙ୍କ ମନରେ ରହିଛି ଗୋଟିଏ ମାତ୍ର କଥା – ତାହାହେଲା – ‘ବିଶ୍ୱ ମହାମାରୀ କରୋନା’ ଦ୍ୱାରା ସୃଷ୍ଟି ହୋଇଥିବା ଭୟଙ୍କର ସଙ୍କଟ । ଏଭଳି ସମୟରେ ମୋର ଅନ୍ୟକିଛି କଥା କହିବା ଉଚିତ ହେବ ନାହିଁ । କିନ୍ତୁ ସର୍ବପ୍ରଥମେ ମୁଁ ମୋର ସବୁ ଦେଶବାସୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛି । ଆଜି ମୋର ଆତ୍ମା କହୁଛି ଯେ ଆପଣମାନେ ମୋତେ ନିଶ୍ଚୟ କ୍ଷମା କରିଦେବେ, କାରଣ ଏଭଳି କିଛି ନିଷ୍ପତ୍ତି ଗ୍ରହଣ କରିବାକୁ ପଡ଼ିଛି ଯାହା ଯୋଗୁଁ ଆପଣମାନଙ୍କୁ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି । ବିଶେଷକରି ମୋର ଗରିବ ଭାଇ-ଭଉଣୀଙ୍କୁ ଦେଖିଲେ ମନେ ହେଉଛି ଯେ, ସେମାନେ ନିଶ୍ଚୟ ଏ କଥା ଭାବୁଥିବେ – ଇଏ କିଭଳି ପ୍ରଧାନମନ୍ତ୍ରୀ ଯେ ଆମକୁ ଏମିତି ଅସୁବିଧାରେ ପକାଇ ଦେଇଛନ୍ତି! ସେମାନଙ୍କ ଠାରୁ ମଧ୍ୟ ମୁଁ ସ୍ୱତନ୍ତ୍ର ଭାବେ କ୍ଷମା ପ୍ରାର୍ଥନା କରୁଛି । ହୋଇପାରେ, ଅନେକ ଲୋକ ମୋ ଉପରେ ଅସନ୍ତୁଷ୍ଟ ବି ହୋଇଥିବେ ଯେ ମୁଁ ସମସ୍ତଙ୍କୁ ଘର ଭିତରେ ଆବଦ୍ଧ କରିଦେଇଛି! ମୁଁ ସମସ୍ତଙ୍କୁ ଗୃହବନ୍ଦୀ କରିଦେଇଥିବାରୁ ଅନେକ ଲୋକ ମୋ ଉପରେ ଅସନ୍ତୁଷ୍ଟ ମଧ୍ୟ ଥିବେ । ମୁଁ ଆପଣମାନଙ୍କ ଅସୁବିଧା ବୁଝୁଛି, ଆପଣମାନଙ୍କ କଷ୍ଟକୁ ବୁଝିପାରୁଛି, କିନ୍ତୁ ଭାରତ ଭଳି 130 କୋଟି ଜନସଂଖ୍ୟା ବିଶିଷ୍ଟ ଦେଶରେ କରୋନା ବିରୁଦ୍ଧରେ ସଂଗ୍ରାମ ପାଇଁ ଏହାଛଡ଼ା ଅନ୍ୟ କୌଣସି ବାଟ ନ ଥିଲା । କରୋନା ବିରୁଦ୍ଧରେ ଯୁଦ୍ଧ ହେଉଛି ଜୀବନ ଆଉ ମୃତ୍ୟୁ ମଧ୍ୟରେ ଯୁଦ୍ଧ । ଏହି ଯୁଦ୍ଧରେ ଆମକୁ ବିଜୟଲାଭ କରିବାକୁ ହେବ । ସେଥିପାଇଁ ଏଭଳି କଠୋର ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ ଥିଲା । ଏଭଳି ପଦକ୍ଷେପ ଗ୍ରହଣ କରିବାକୁ କାହାରି ଇଚ୍ଛା ନ ଥାଏ । କିନ୍ତୁ, ବିଶ୍ୱର ପରିସ୍ଥିତି ଦେଖିବା ପରେ ଲାଗୁଛି ଯେ, ଏହି ଏକମାତ୍ର ବିକଳ୍ପ ବାକି ଥିଲା । ଆପଣଙ୍କୁ, ଆପଣଙ୍କ ପରିବାରକୁ ସୁରକ୍ଷିତ ରଖିବାକୁ ହେବ । ଆପଣଙ୍କୁ ଯେଉଁ କଷ୍ଟ ହୋଇଛି, ଯେତେସବୁ ଅସୁବିଧା ହୋଇଛି, ସେଥିପାଇଁ ମୁଁ ପୁଣି ଥରେ କ୍ଷମାପ୍ରାର୍ଥନା କରୁଛି ।

ବନ୍ଧୁଗଣ, ଆମ ଶାସ୍ତ୍ରରେ କୁହାଯାଇଛି – “ଏବମେବ ବିକାରଃ ଅପି ତରୁଣଃ ସାଧ୍ୟତେ ସୁଖଂ”- ଅର୍ଥାତ୍‌, ରୋଗ ଏବଂ ଏହାର ପ୍ରକୋପର ପ୍ରତିକାର ପ୍ରାରମ୍ଭିକ ଅବସ୍ଥାରୁ ହିଁ କରିବା ଉଚିତ । କାରଣ ପରେ ଯେତେବେଳେ ରୋଗ ଅସାଧ୍ୟ ହୋଇଯାଏ, ଚିକିତ୍ସା ମଧ୍ୟ କଷ୍ଟକର ହୋଇପଡ଼େ । ଆଜି ସାରା ଭାରତବର୍ଷ, ପ୍ରତ୍ୟେକ ଭାରତବାସୀ ଏହା ହିଁ କରୁଛନ୍ତି । ଭାଇ ଭଉଣୀ, ମା’ ଓ ଗୁରୁଜନମାନେ, କରୋନା ଭୂତାଣୁ ଆଜି ବିଶ୍ୱବାସୀଙ୍କୁ ବନ୍ଦୀ କରିପକାଇଛି । ଏହା ଜ୍ଞାନୀ ଓ ବିଜ୍ଞାନୀ, ଗରିବ ଓ ସମୃଦ୍ଧଶାଳୀ, ଦୁର୍ବଳ ଓ ଶକ୍ତିଶାଳୀ ସମସ୍ତଙ୍କ ପାଇଁ ଆହ୍ୱାନ ସୃଷ୍ଟି କରିଛି । ଏହା କୌଣସି ରାଷ୍ଟ୍ରର ସୀମା ମଧ୍ୟରେ ସୀମିତ ହୋଇରହିନାହିଁ । ଏହା କୌଣସି ଅଞ୍ଚଳକୁ ଦେଖୁନାହିଁ କିମ୍ବା କୌଣସି ପାଣିପାଗକୁ । ଏହି ଭୂତାଣୁ ମଣିଷକୁ ମାରିବାକୁ, ମଣିଷ ଜାତିକୁ ଲୋପ କରିବାର ଜିଦ୍ ଧରି ବସିଛି । ଆଉ ସେଥିପାଇଁ  ସମଗ୍ର ମାନବଜାତିକୁ ଏହି ଭୂତାଣୁର ନିପାତ କରିବା ପାଇଁ ଏକଜୁଟ ହୋଇ ସଂକଳ୍ପ ଗ୍ରହଣ କରିବାକୁ ହିଁ ହେବ । କିଛି ଲୋକ ଭାବୁଛନ୍ତି ଯେ, ସେମାନେ ଲକଡାଉନକୁ ପାଳନ କରି ସତେ ଯେମିତି ଅନ୍ୟମାନଙ୍କୁ ସାହାଯ୍ୟ କରୁଛନ୍ତି । ଆରେ ଭାଇ, ଏମିତି ଭୁଲ ଧାରଣା ମନରେ ରଖିବା ଠିକ୍ ନୁହଁ । ଏହି ଲକଡାଉନ ଆପଣ ନିଜେ ସୁରକ୍ଷିତ ରହିବା ପାଇଁ ଉଦ୍ଦିଷ୍ଟ । ଆପଣଙ୍କୁ ନିଜେ ଓ ନିଜ ପରିବାରକୁ ସୁରକ୍ଷିତ ରଖିବାକୁ ହେବ । ଆପଣଙ୍କୁ ଆଗାମୀ କିଛିଦିନ ପାଇଁ ଏଭଳି ଧୈର୍ଯ୍ୟ ପ୍ରଦର୍ଶନ କରିବାକୁ ହେବ । ଲକ୍ଷ୍ମଣରେଖାକୁ ମାନିବାକୁ ହେବ ।

ବନ୍ଧୁଗଣ, ମୁଁ ଏକଥା ବି ଜାଣିଛି ଯେ, କେହି ଆଇନ ଭଙ୍ଗ କରିବାକୁ ଚାହାନ୍ତିନି, ନିୟମ ଭଙ୍ଗ କରିବାକୁ ଚାହାନ୍ତିନି, କିନ୍ତୁ କିଛି ଲୋକ ଏଭଳି କରୁଛନ୍ତି । କାରଣ ଏବେ ମଧ୍ୟ ସେମାନେ ପରିସ୍ଥିତିର ଗମ୍ଭୀରତାକୁ ବୁଝିପାରୁନାହାନ୍ତି । ଏଭଳି ଲୋକଙ୍କୁ ଏହା ହିଁ କହିବି ଯେ, ଲକଡାଉନ ନିୟମ ଭାଙ୍ଗିଲେ କରୋନା ଭୂତାଣୁ କବଳରୁ ରକ୍ଷା ପାଇବା କଷ୍ଟକର ହୋଇପଡ଼ିବ । ବିଶ୍ୱରେ ଅନେକ ଲୋକଙ୍କ ଏଭଳି ଭ୍ରମ ଧାରଣା ଥିଲା । ଆଜି ସେମାନେ ସମସ୍ତେ ଅନୁତାପ କରୁଛନ୍ତି । ବନ୍ଧୁଗଣ, ଆମ ଶାସ୍ତ୍ରରେ କୁହାଯାଇଛି ଯେ, “ଆରୋଗ୍ୟମ ପରମମ୍ ଭାଗ୍ୟମ୍ ସ୍ୱାସ୍ଥ୍ୟଂ ସର୍ବାର୍ଥ ସାଧନଂ” - ଅର୍ଥାତ୍ ଆରୋଗ୍ୟ ହିଁ ସବୁଠାରୁ ବଡ଼ ଭାଗ୍ୟ । ସ୍ୱାସ୍ଥ୍ୟ ହିଁ ଦୁନିଆର ସବୁ ସୁଖର ସାଧନ । ଏଭଳି ପରିସ୍ଥିତିରେ ନିୟମ ଭଙ୍ଗ କରୁଥିବା ଲୋକେ ନିଜ ଜୀବନ ସହ ବହୁତ ବଡ଼ ଖେଳ ଖେଳୁଛନ୍ତି ।"

‘ମନ କୀ ବାତ 2.0’ର ଦଶମ ଅଧ୍ୟାୟରେ କଠୋର ନିଷ୍ପତ୍ତି ନେବା ଲାଗି ଦେଶବାସୀଙ୍କୁ କ୍ଷମା ପ୍ରାର୍ଥନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ତେବେ କୋଭିଡ-19 ସଂକ୍ରମଣକୁ ପ୍ରତିହତ କରିବା ଲାଗି ଏଭଳି କଠୋର ନିଷ୍ପତ୍ତିର ଆବଶ୍ୟକତା ରହିଛି ବୋଲି ସେ ଦୋହରାଇଥିଲେ।  ସେ କହିଥିଲେ ଯେ ଭାରତବାସୀଙ୍କୁ ସୁରକ୍ଷିତ ରଖିବା ଗୁରୁତ୍ବପୂର୍ଣ୍ଣ। ଭାରତ ମିଳିତ ଭାବେ କୋଭିଡ-19 ବିରୋଧୀ ଲଢ଼େଇରେ ବିଜୟୀ ହେବ ବୋଲି ସେ ଆଶାବ୍ୟକ୍ତ କରିଥିଲେ। “ଏହି ଲକଡାଉନ ଲୋକମାନଙ୍କୁ ଏବଂ ସେମାନଙ୍କ ପରିବାରକୁ ସୁରକ୍ଷିତ ରଖିବ। ଯେଉଁମାନେ ଏହି ଏକାନ୍ତବାସର ନିୟମକୁ ମାନିବେ ନାହିଁ ସେମାନେ ସମସ୍ୟାରେ ପଡ଼ିବେ” ବୋଲି ସେ ସତର୍କ କରାଇ ଦେଇଥିଲେ। 

 ମନ କୀ  ବାତରେ ନିଜର ବିଚାର ରଖି ପ୍ରଧାନମନ୍ତ୍ରୀ ଲକଡାଉନ କାରଣରୁ ସମସ୍ୟାରେ ପଡ଼ିଥିବା ଲୋକ ବିଶେଷ କରି ଗରିବ ଜନସାଧାରଣଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଥିଲେ। ଲୋକମାନଙ୍କ ପ୍ରତି ତାଙ୍କର ସମବେଦନା ରହିଛି ବୋଲି କହିବା ସହ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତ ଭଳି ୧୩୦ କୋଟି ଜନସଂଖ୍ୟା ଥିବା ଦେଶରେ ଏହାଛଡ଼ା ଆଉ କୌଣସି ମାର୍ଗ ନଥିଲା। ସେ କହିଥିଲେ ଯେ ସାରା ବିଶ୍ବର ସ୍ଥିତି ଏବଂ ଜୀବନ ଓ ମୃତ୍ୟୁର ଏହି ଲଢ଼େଇରେ ଏଭଳି କଠୋର ପଦକ୍ଷେପ ନିଆଯାଇଛି।

ଏକ ଶାସ୍ତ୍ରୋକ୍ତି “ଏବମେବ ବିକାରଃ ଅପି ତରୁଣଃ ସାଧ୍ୟତେ ସୁଖଂ”ର ଉଲ୍ଲେଖ କରି ସେ କହିଥିଲେ ଯେ, ରୋଗ ଏବଂ ଏହାର ପ୍ରକୋପର ପ୍ରତିକାର ପ୍ରାରମ୍ଭିକ ଅବସ୍ଥାରୁ ହିଁ କରିବା ଉଚିତ । କାରଣ ପରେ ଯେତେବେଳେ ରୋଗ ଅସାଧ୍ୟ ହୋଇଯାଏ, ଚିକିତ୍ସା ମଧ୍ୟ କଷ୍ଟକର ହୋଇପଡ଼େ । ସେ କହିଥିଲେ, “କରୋନା ଭୂତାଣୁ ଆଜି ବିଶ୍ୱବାସୀଙ୍କୁ ବନ୍ଦୀ କରିପକାଇଛି । ଏହା ଜ୍ଞାନୀ ଓ ବିଜ୍ଞାନୀ, ଗରିବ ଓ ସମୃଦ୍ଧଶାଳୀ, ଦୁର୍ବଳ ଓ ଶକ୍ତିଶାଳୀ ସମସ୍ତଙ୍କ ପାଇଁ ଆହ୍ୱାନ ସୃଷ୍ଟି କରିଛି । ଏହା କୌଣସି ରାଷ୍ଟ୍ରର ସୀମା ମଧ୍ୟରେ ସୀମିତ ହୋଇ ରହିନାହିଁ ”।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ମାନବଜାତିକୁ ଏହି ଭୂତାଣୁର ନିପାତ କରିବା ପାଇଁ ଏକଜୁଟ ହୋଇ ସଂକଳ୍ପ ଗ୍ରହଣ କରିବାକୁ ହିଁ ହେବ । କିଛି ଲୋକ ଭାବୁଛନ୍ତି ଯେ, ସେମାନେ ଲକଡାଉନକୁ ପାଳନ କରି ସତେ ଯେମିତି ଅନ୍ୟମାନଙ୍କୁ ସାହାଯ୍ୟ କରୁଛନ୍ତି । ଏମିତି ଭୁଲ ଧାରଣା ମନରେ ରଖିବା ଠିକ୍ ନୁହଁ । ଏହି ଲକଡାଉନ ଆପଣ ନିଜେ ସୁରକ୍ଷିତ ରହିବା ପାଇଁ ଉଦ୍ଦିଷ୍ଟ । ଆପଣଙ୍କୁ ନିଜେ ଓ ନିଜ ପରିବାରକୁ ସୁରକ୍ଷିତ ରଖିବାକୁ ହେବ । ଆପଣଙ୍କୁ ଆଗାମୀ କିଛିଦିନ ପାଇଁ ଏଭଳି ଧୈର୍ଯ୍ୟ ପ୍ରଦର୍ଶନ କରିବାକୁ ହେବ । ଲକ୍ଷ୍ମଣରେଖାକୁ ମାନିବାକୁ ହେବ ।

ପ୍ରଧାନମନ୍ତ୍ରୀ କହିଥିଲେ, ନିୟମ ଭଙ୍ଗ କରୁଥିବା ଲୋକେ ନିଜ ଜୀବନ ସହ ବହୁତ ବଡ଼ ଖେଳ ଖେଳୁଛନ୍ତି । ଲକଡାଉନ ନିୟମ ଭାଙ୍ଗିଲେ ଆମ ପାଇଁ କରୋନା ଭୂତାଣୁ କବଳରୁ ରକ୍ଷା ପାଇବା କଷ୍ଟକର ହୋଇପଡ଼ିବ । ଆଉ ଏକ ଶାସ୍ତ୍ରୋକ୍ତିର ଉଦ୍ଧାର କରି ସେ କହିଥିଲେ, “ଆରୋଗ୍ୟମ ପରମମ୍ ଭାଗ୍ୟମ୍ ସ୍ୱାସ୍ଥ୍ୟଂ ସର୍ବାର୍ଥ ସାଧନଂ” - ଅର୍ଥାତ୍ ଆରୋଗ୍ୟ ହିଁ ସବୁଠାରୁ ବଡ଼ ଭାଗ୍ୟ । ସ୍ୱାସ୍ଥ୍ୟ ହିଁ ଦୁନିଆର ସବୁ ସୁଖର ସାଧନ ।

“ଏ ଯୁଦ୍ଧରେ ଏଭଳି ଅନେକ ଯୋଦ୍ଧା ରହିଛନ୍ତି, ଯେଉଁମାନେ ଘରୁ ନୁହେଁ, ବାହାରେ ରହି କରୋନା ଭୂତାଣୁ ସହ ସଂଗ୍ରାମ ଚଳାଇଛନ୍ତି । ସେମାନେ ହେଉଛନ୍ତି ଆମ ପାଇଁ ଆଗ ଧାଡ଼ିର ଯୋଦ୍ଧା । ବିଶେଷକରି ଆମ ନର୍ସ ଭଉଣୀମାନେ, ନର୍ସ କାମ କରୁଥିବା ଆମ ଭାଇମାନେ, ଡାକ୍ତର, ପାରା-ମେଡିକାଲ୍ ଷ୍ଟାଫ୍ । ଏଭଳି ସାଥୀମାନେ, ଯେଉଁମାନେ କରୋନାକୁ ପରାଜିତ କରିସାରିଛନ୍ତି । ଆଜି ଆମକୁ ସେମାନଙ୍କ ଠାରୁ ପ୍ରେରଣା ଗ୍ରହଣ କରିବାକୁ ହେବ । ବିଗତ ଦିନରେ ମୁଁ ଏଭଳି କିଛି ଲୋକଙ୍କ ସହିତ ଫୋନରେ କଥା ହୋଇଛି, ସେମାନଙ୍କୁ ପ୍ରୋତ୍ସାହିତ କରିଛି । ସେମାନଙ୍କ ସହିତ କଥା ହୋଇ ମୋର ଉତ୍ସାହ ମଧ୍ୟ ବୃଦ୍ଧି ପାଇଛି”।

ମାନବ ସଭ୍ୟତା ପ୍ରତି ବିପଦ ସୃଷ୍ଟି କରିଥିବା ଏହି ଭୂତାଣୁର ନିପାତ ଲାଗି ବିଶ୍ବ ସମୁଦାୟ ଆଗେଇ ଆସିବାର ଆବଶ୍ୟକତା ରହିଛି ବୋଲି ଶ୍ରୀ ମୋଦୀ ମତବ୍ୟକ୍ତ କରିଥିଲେ।

“କରୋନା ଭୂତାଣୁ ଆଜି ବିଶ୍ୱବାସୀଙ୍କୁ ବନ୍ଦୀ କରିପକାଇଛି । ଏହା ଜ୍ଞାନୀ ଓ ବିଜ୍ଞାନୀ, ଗରିବ ଓ ସମୃଦ୍ଧଶାଳୀ, ଦୁର୍ବଳ ଓ ଶକ୍ତିଶାଳୀ ସମସ୍ତଙ୍କ ପାଇଁ ଆହ୍ୱାନ ସୃଷ୍ଟି କରିଛି । ଏହା କୌଣସି ରାଷ୍ଟ୍ରର ସୀମା ମଧ୍ୟରେ ସୀମିତ ହୋଇରହିନାହିଁ । ଏହା କୌଣସି ଅଞ୍ଚଳକୁ ଦେଖୁନାହିଁ କିମ୍ବା କୌଣସି ପାଣିପାଗକୁ । ଏହି ଭୂତାଣୁ ମଣିଷକୁ ମାରିବାକୁ, ମଣିଷ ଜାତିକୁ ଲୋପ କରିବାର ଜିଦ୍ ଧରି ବସିଛି । ଆଉ ସେଥିପାଇଁ ସମଗ୍ର ମାନବଜାତିକୁ ଏହି ଭୂତାଣୁର ନିପାତ କରିବା ପାଇଁ ଏକଜୁଟ ହୋଇ ସଂକଳ୍ପ ଗ୍ରହଣ କରିବାକୁ ହିଁ ହେବ” ବୋଲି ସେ କହିଥିଲେ।

ଶ୍ରୀ ମୋଦୀ କହିଥିଲେ ଯେ, ଯେଉଁମାନେ କୋଭିଡ-୧୯ ଲକଡାଉନ ସମୟରେ ନିୟମ ଭାଙ୍ଗୁଛନ୍ତି ସେମାନେ ନିଜ ଜୀବନ ସହିତ ଖେଳୁଛନ୍ତି। ସେ ଏହା ସ୍ପଷ୍ଟ କରି ଦେଇଥିଲେ ଯେ ଲକଡାଉନ ନିୟମ ମାନୁନଥିବା ଲୋକମାନେ ବୁଝିବା ଦରକାର ଯେ କରୋନା ସଂକ୍ରମଣ ମହାମାରୀରୁ ଆମକୁ ରକ୍ଷା କରିବା କଷ୍ଟକର ହୋଇପଡ଼ିବ।

ପ୍ରଧାନମନ୍ତ୍ରୀ କହିଥିଲେ, ବିଶ୍ୱରେ ଅନେକ ଲୋକଙ୍କ ଏଭଳି ଭ୍ରମ ଧାରଣା ଥିଲା । ଆଜି ସେମାନେ ସମସ୍ତେ ଅନୁତାପ କରୁଛନ୍ତି । କରୋନା ଭୂତାଣୁ ବିରୋଧୀ ଲଢ଼େଇ ଅଭୂତପୂର୍ବ ଏବଂ ଆହ୍ବାନପୂର୍ଣ୍ଣ ହୋଇଥିବାରୁ ଏହି ସମୟରେ ନିଆଯାଇଥିବା କଠୋର ନିଷ୍ପତି ପୂର୍ବରୁ ପୃଥିବୀ ଇତିହାସରେ କେବେ ଦେଖିବାକୁ ମିଳିନଥିଲା।

ପ୍ରଧାନମନ୍ତ୍ରୀ କହିଥଲେ ଯେ କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଲାଗି ଭାରତୀୟମାନଙ୍କ ଦ୍ବାରା ନିଆଯାଉଥିବା ପଦକ୍ଷେପ ଏବଂ ପ୍ରୟାସ ଫଳରେ ଭାରତ ଏହି ମହାମାରୀ ବିରୋଧୀ ଲଢ଼େଇରେ ଜିତିପାରିବ।

ଶ୍ରୀ ମୋଦୀ କହିଥିଲେ, ଗରିବଙ୍କ ପ୍ରତି ଆମର ସମବେଦନା ଆହୁରି ଅଧିକ ହେବା ଆବଶ୍ୟକ । ଆମ ମାନବିକତାର ସୁଗନ୍ଧ ଏଇ କଥାରେ ଅଛି ଯେ - କୋଉଠି ବି ଯଦି କୌଣସି ଗରିବ, ଦୁଃଖୀ, ଭୋକିଲା ଲୋକ ଦେଖାଯାନ୍ତି, ତା’ହେଲେ ଏଇ ସଂକଟର କ୍ଷଣରେ ସର୍ବପ୍ରଥମେ ଆମେ ସେମାନଙ୍କ ପେଟ ଭରିବା, ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ଚିନ୍ତା କରିବା ଉଚିତ ଏବଂ ଭାରତ ତାହା କରିପାରିବ । କାହିଁକି ନା ଏହା ଆମର ସଂସ୍କାର ଏହା ଆମର ସଂସ୍କୃତି ।

ପ୍ରଧାନମନ୍ତ୍ରୀ ଏକ ଶାସ୍ତ୍ରୋକ୍ତିର ଉଦ୍ଧାର କରି କହିଥିଲେ ଯେ ରୋଗ ଏବଂ ଏହାର ପ୍ରକୋପର ପ୍ରତିକାର ପ୍ରାରମ୍ଭିକ ଅବସ୍ଥାରୁ ହିଁ କରିବା ଉଚିତ । କାରଣ ପରେ ଯେତେବେଳେ ରୋଗ ଅସାଧ୍ୟ ହୋଇଯାଏ, ଚିକିତ୍ସା ମଧ୍ୟ କଷ୍ଟକର ହୋଇପଡ଼େ । ଆଜି ସାରା ଭାରତବର୍ଷ, ପ୍ରତ୍ୟେକ ଭାରତବାସୀ ଏହା ହିଁ କରୁଛନ୍ତି  ବୋଲି ସେ କହିଥିଲେ।

ପ୍ରଧାନମନ୍ତ୍ରୀ କହିଥଲେ ଯେ କରୋନା ଭୂତାଣୁ ଆଜି ବିଶ୍ୱବାସୀଙ୍କୁ ବନ୍ଦୀ କରିପକାଇଛି । ଏହା ଜ୍ଞାନୀ ଓ ବିଜ୍ଞାନୀ, ଗରିବ ଓ ସମୃଦ୍ଧଶାଳୀ, ଦୁର୍ବଳ ଓ ଶକ୍ତିଶାଳୀ ସମସ୍ତଙ୍କ ପାଇଁ ଆହ୍ୱାନ ସୃଷ୍ଟି କରିଛି । ଏହା କୌଣସି ରାଷ୍ଟ୍ରର ସୀମା ମଧ୍ୟରେ ସୀମିତ ହୋଇରହିନାହିଁ । ତେଣୁ ମୁଁ ଏହି ପ୍ରସଙ୍ଗ ମୁଁ ମନ କୀ ବାତର ଚଳିତ ସଂସ୍କରଣରେ ଉଠାଇବାକୁ ନିଷ୍ପତ୍ତି ନେଲି ।

ଶ୍ରୀ ମୋଦୀ ସବୁ ଦେଶବାସୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଥିଲେ। ଦେଶବାସୀ ତାଙ୍କୁ କ୍ଷମା କରିଦେବେବେ ବୋଲି ସେ ଆଶାବ୍ୟକ୍ତ କରିଥିଲେ।  ବିଶେଷକରି ଦେଶର ଗରିବ ଭାଇ-ଭଉଣୀଙ୍କୁ କ୍ଷମା ମାଗି ସେ କହିଥିଲେ, ମନେ ହେଉଛି ଯେ, ସେମାନେ ନିଶ୍ଚୟ ଏ କଥା ଭାବୁଥିବେ – ଇଏ କିଭଳି ପ୍ରଧାନମନ୍ତ୍ରୀ ଯେ ଆମକୁ ଏମିତି ଅସୁବିଧାରେ ପକାଇ ଦେଇଛନ୍ତି! ସେମାନଙ୍କ ଠାରୁ ମଧ୍ୟ ମୁଁ ସ୍ୱତନ୍ତ୍ର ଭାବେ କ୍ଷମା ପ୍ରାର୍ଥନା କରୁଛି । ଆଉ ଏକ ଶାସ୍ତ୍ରୋକ୍ତିକୁ ଉଦ୍ଧାର କରି ସେ କହିଥିଲେ, ଉତ୍ତମ ସ୍ବାସ୍ଥ୍ୟ ସବୁଠୁ ବଡ଼ ସୌଭାଗ୍ୟ ଏବଂ ଦୁନିଆରେ ଏକମାତ୍ର ଖୁସିର ମାର୍ଗ।

ପ୍ରଧାନମନ୍ତ୍ରୀ କହିଥିଲେ, ଏ ଯୁଦ୍ଧରେ ଏଭଳି ଅନେକ ଯୋଦ୍ଧା ରହିଛନ୍ତି, ଯେଉଁମାନେ ଘରୁ ନୁହେଁ, ବାହାରେ ରହି କରୋନା ଭୂତାଣୁ ସହ ସଂଗ୍ରାମ ଚଳାଇଛନ୍ତି ।

ସେ କହିଥିଲେ, ସେମାନେ ହେଉଛନ୍ତି ଆମ  ପାଇଁ ଆଗ ଧାଡ଼ିର ଯୋଦ୍ଧା । ବିଶେଷକରି ଆମ ନର୍ସ ଭଉଣୀମାନେ, ନର୍ସ କାମ କରୁଥିବା ଆମ ଭାଇମାନେ, ଡାକ୍ତର, ପାରା-ମେଡିକାଲ୍ ଷ୍ଟାଫ୍ ଏବଂ ଯେଉଁମାନେ କରୋନା ଭୂତାଣୁକୁ ହରାଇ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଲୋକମାନେ ମହାମାରୀ କବଳରୁ ଆମକୁ ସୁରକ୍ଷିତ ରଖିବା ଲାଗି ଶତଚେଷ୍ଟା ଜାରି ରଖିଛନ୍ତି।

ସେମାନେ ଆମକୁ ଯାହା କହୁଛନ୍ତି ଆମେ ତା’କୁ ଶୁଣିବା ସହିତ ଏହାକୁ ସଚ୍ଚା ମନୋଭାବ ନେଇ ଅଭ୍ୟାସରେ ପରିଣତ କରିବାକୁ ହେବ ବୋଲି ସେ କହିଥଲେ।

ନର୍ସ ଓ ଅନ୍ୟ ସ୍ବାସ୍ଥ୍ୟକର୍ମୀଙ୍କ ନିଃସ୍ବାର୍ଥ ସେବା ନିମନ୍ତେ ପ୍ରଧାନମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରିଥିଲେ। “ଡାକ୍ତର ହୁଅନ୍ତୁ, ନର୍ସ ହୁଅନ୍ତୁ, ପାରମେଡିକାଲ, ଆଶା, ଏଏନଏମ ବା ସଫେଇ କର୍ମଚାରୀ ଏମାନଙ୍କ କର୍ତ୍ତବ୍ୟନିଷ୍ଠା ଓ ନିରବଚ୍ଛିନ୍ନ ପ୍ରୟାସ କାରଣରୁ ଦେଶ ଏତେ ବଡ଼ ଲଢ଼େଇ ଲଢ଼ିପାରୁଛି । ଏମାନଙ୍କର ସ୍ୱାସ୍ଥ୍ୟ ସମ୍ପର୍କରେ ମଧ୍ୟ ଦେଶ ଚିନ୍ତା କରୁଛି – ଏହାକୁ ଦୃଷ୍ଟିରେ ରଖି ଏଇଭଳି ପ୍ରାୟ 20 ଲକ୍ଷ ସାଥୀଙ୍କ ପାଇଁ 50 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟବୀମାର ଘୋଷଣା ସରକାର କରିଛନ୍ତି ଯାହାଦ୍ୱାରା ଆପଣମାନେ ଏ ଯୁଦ୍ଧରେ ଅଧିକ ଆତ୍ମବିଶ୍ୱାସର ସହ ଦେଶକୁ ନେତୃତ୍ୱ ଦେଇପାରିବେ” ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ପଡ଼ୋଶୀରେ ଥିବା ଛୋଟ ତେଜରାତି ଦୋକାନୀ, ଡ୍ରାଇଭର ଓ କର୍ମଜୀବୀମାନଙ୍କୁ ସେ ପ୍ରଶଂସା କରିଥିଲେ। ସେମାନେ ଦେଶରେ ଜରୁରି ସାମଗ୍ରୀ ଯୋଗାଣକୁ ନିରନ୍ତର ଜାରି ରଖିବା ଲାଗି ନିରବଚ୍ଛିନ୍ନ ଭାବେ ପ୍ରୟାସ କରୁଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ କାମ କରୁଥିବା ଲୋକ, ଇ-କମର୍ସ କମ୍ପାନୀରେ ଡେଲିଭରୀ ଦେଉଥିବା କର୍ମଚାରୀ ଏବଂ ଏପରି ସମୟରେ ଗ୍ରୋସରୀ ସାମଗ୍ରୀ ଯୋଉଥିବା ଲୋକମାନେ ଏହି ଲଢ଼େଇରେ ନେତୃତ୍ବ ନେଉଛନ୍ତି।

ନିରବଚ୍ଛିନ୍ନ ଭାବେ ଟିଭି ଦେଖିବା ଏବଂ ସହଜରେ ଡିଜିଟାଲ ପେମେଂଟ କରିବାର ବ୍ୟବସ୍ଥା କରୁଥିବା ଲୋକଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ କୃତଜ୍ଞତା ଜଣାଇଥିଲେ। ସେ ସେମାନଙ୍କୁ ସମସ୍ତ ପ୍ରକାରର ସତର୍କତା ଅବଲମ୍ବନ କରିବା ଏବଂ ନିଜର ତଥା ନିଜ ପରିବାର ଲୋକଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଲାଗି ପରାମର୍ଶ ଦେଇଥିଲେ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନର ପରିସ୍ଥିତିରେ ଆମକୁ ସାମାଜିକ ଦୂରତା ସୁନିଶ୍ଚିତ କରିବାକୁ ହେବ ମାନବୀୟ ଓ ଭାବନାତ୍ମକ ଦୂରତା ନୁହେଁ।

ସଙ୍ଗରୋଧରେ ଥିବା ଲୋକଙ୍କ ପ୍ରତି ବାଚ୍ଛବିଚାର କରାଯାଉଥିବା ଜାଣି ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଥିଲେ। ଏପରି ଲୋକମାନେ ନିଜକୁ ତଥା ଅନ୍ୟମାନଙ୍କୁ ସୁରକ୍ଷିତ ରଖିପାରିଛନ୍ତି।

ପ୍ରଧାନମନ୍ତ୍ରୀ କହିଥିଲେ ଯେ କରୋନା ଭୂତାଣୁ ବିରୋଧୀ ଲଢ଼େଇରେ ସାମାଜିକ ଦୂରତା ହେଉଛି ସବୁଠୁ ପ୍ରଭାବୀ ମାର୍ଗ। ଏହି ଲଢ଼େଇରେ ଜିତିବାକୁ ହେଲେ ଦେଶବାସୀଙ୍କୁ ଘରେ ରହିବା ଲାଗି ସେ ପୁଣିଥରେ ନିବେଦନ କରିଥିଲେ।

(ପିଆଇବି)

 

 

 

0
0
0
s2sdefault