ହେଡଲାଇନସ୍:

ଶ୍ରୀଜୀଉଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତିପର୍ବ ଆରମ୍ଭ: ଓଏଫଡିସିର କରତ କଳରେ ରଥକାଠ ଚିରା ଅନୁକୂଳ 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

କଟକ(ଶାସକ ପ୍ରଶାସକ) ପବିତ୍ର ରାମନବମୀ ଅବସରରେ ରଥଯାତ୍ରା ପାଇଁ ରଥକାଠ ଚିରା ଅନୁକୂଳ ହୋଇଛି । କଟକ ଖପୁରିଆ ସ୍ଥିତ ଓଏଫଡିସିର କରତ କଳରେ ଏହି କାଠ ଚିରା ଅନୁକୂଳ ହୋଇଛି । ଶ୍ରୀମନ୍ଦିର ପ୍ରଶାସନର  ପ୍ରତିନିଧି ଦଳ ଆଜ୍ଞାମାଳ ନେଇ ପହଞ୍ଚିବା ପରେ ପୂଜାର୍ଚନା କରାଯାଇ କାଠ  ଚିରା ଆରମ୍ଭ ହୋଇଥିଲା । ତିନି ରଥ ପାଇଁ ତିନୋଟି କାଠ ପୂଜା କରାଯାଇ ଚିରା ଯାଇଥିଲା । ରଥଯାତ୍ରା ପାଇଁ ପ୍ରତି ବର୍ଷ ରାମନବମୀରେ ରଥକାଠ ଚିରା ଅନୁକୂଳ ହୋଇଥାଏ । ପରେ ଏହି ଚିରା ଯାଇଥିବା କାଠ ରଥ ନିର୍ମାଣରେ ବ୍ୟବହୃତ ହୋଇଥାଏ । ପବିତ୍ର ଅଖୟ ତୃତୀୟାରେ ରଥ ନିର୍ମାଣ କାମ ବିଧିବଦ୍ଧ ଭାବେ ଆରମ୍ଭ ହୋଇ ରଥ ସଂହିତା ଅନୁସାରେ ତିନି ରଥ ପାଇଁ ମୋଟ ୮୬୫ଖଣ୍ଡ କାଠ ଦରକାର ହୋଇଥାଏ । ୧୯୩ଟି କାଠ ଥିବା ବେଳେ ଏଥର ୬୭୨ଖଣ୍ଡ କାଠ ଦରକାର ହେବ । ସେଥିମଧ୍ୟରୁ ୨୬୬ଖଣ୍ଡ ଖପୁରିଆ କରତ କଳରେ ଚିରଟ ପାଇଁ ଯିବ । ବାକି ରଥଖଳାରେ ରଖି ରଥ ତିଆରିରେ ସିଧାସଳଖ ବ୍ୟବହାର ହେବ ।

0
0
0
s2sdefault