ହେଡଲାଇନସ୍:

ପଣାସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସାହ ରାଷ୍ଟ୍ରୀୟ ନେତା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନୂଆଦିଲ୍ଲୀ(ଶାସକ ପ୍ରଶାସକ) ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଅବସରରେ ଓଡିଶା ବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ ଭେଙ୍କିଆ ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଓ କେନ୍ଦ୍ର ପେଟ୍ରୋଲିଅମ , ପ୍ରାକୃତିକ ବାଷ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ଆଉ ସମସ୍ତେ ଓଡିଶା ବାସୀଙ୍କୁ ଓଡ଼ିଆରେ ଜଣାଇଛନ୍ତି ଅଭିନନ୍ଦନ |

ଏ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଜ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି "ପବିତ୍ର ଓଡ଼ିଆ ନବବର୍ଷ , ମହା ବିଷୁବ ସଂକ୍ରାନ୍ତି (ପଣା ସଂକ୍ରାନ୍ତି)ଏବଂ ହନୁମାନ ଜୟନ୍ତୀ ଉପଲକ୍ଷେ ସମସ୍ତ ଓଡ଼ିଶାବାସୀ ତଥା ବିଶ୍ବର କୋଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଏହି ବର୍ଷଟି ସମସ୍ତଙ୍କ ପାଇଁ ସୁଖଶାନ୍ତି ଓ ସମୃଦ୍ଧିର ବର୍ଷ ହେଉ।"

ସେହିପରି ଉପରାଷ୍ଟ୍ରପତି ଏମ ଭେଙ୍କିଆ ନାଇଡୁ ତାଙ୍କ ବାର୍ତ୍ତାରେ କହିଛନ୍ତି "ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଉପଲକ୍ଷେ ସମସ୍ତ ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ।" 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ "ଓଡ଼ିଶାବାସୀଙ୍କୁ ଓଡ଼ିଆ ନବ ବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଅଭିନନ୍ଦନ । ବର୍ଷ ସାରା ଖୁସି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା ।

Happy #OdiaNewYear and Maha Bishuba Pana Sankranti. May the coming year bring happiness and good health in everyone’s lives." 

ସେହିପରି ସ୍ଵରାଷ୍ଟ୍ରମନ୍ତ୍ରୀ  ଅମିତ ସାହ କହିଛନ୍ତି "ଓଡ଼ିଆ ନୂଆ ବର୍ଷ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଓଡ଼ିଶାର ମୋର ପ୍ରିୟ ଭାଇ ଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସୁଖ ପ୍ରଦାନ କରନ୍ତୁ।" 

କେନ୍ଦ୍ର ପେଟ୍ରୋଲିଅମ -ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟମାସୀଙ୍କ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି ଯେ  "ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ।" 

ଶ୍ରୀ ପ୍ରଧାନ ଏ ଅବସରରେ ୭୨ତମ ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି | 

 

0
0
0
s2sdefault