ହେଡଲାଇନସ୍:

ନିଷ୍ପତ୍ତି ନେଲେ ସରକାର : ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ରାଜ୍ୟ ସଙ୍ଗୀତର ମାନ୍ୟତା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର(ଶାସକ ପ୍ରଶାସକ) : ‘ବନ୍ଦେ ଉତ୍କଳ ଜନନୀ’କୁ ଆଜି ରାଜ୍ୟ ସଂଗୀତର ମାନତା ଦେଇଛନ୍ତି ରାଜ୍ୟ ସରକାର | ଆଜି ଏ ନେଇ ଭିଡିଓ କନଫରେନସିଂରେ ଖାସ ଏହି ଗୋଟିଏ ପ୍ରସ୍ତାବ ରାଖୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ସୂଚନାଯୋଗ୍ୟ ଯେ କରୋନା ମହାମାରୀ ସହିତ ଲଢ଼ିଥିବା ବିଭିନ୍ନ କ୍ଷେତ୍ରର ଯୋଦ୍ଧାମାନଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ କ୍ରମେ ମେ’ ୩୦ତାରିଖରେ ସନ୍ଧ୍ୟା ୫.୩୦ରେ ରାଜ୍ୟ ତଥା ରାଜ୍ୟ ବାହାରେ ସମସ୍ତେ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ | ଏଣିକି ଏହି ସଂଗୀତକୁ ଏଣିକି ସମସ୍ତ ସରକାରୀ କାର୍ଯ୍ୟକ୍ରମ, ଶିକ୍ଷାନୁଷ୍ଠାନରେ ଗାୟନ କରାଯିବ | 

କାନ୍ତକବିଙ୍କ ରଚିତ ସମ୍ପୂର୍ଣ୍ଣ ଗୀତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ଭାବରେ ଗ୍ରହଣ କରାଗଲା | ଏହି ସଙ୍ଗୀତ ଗାୟନର ଅନୁମୋଦିତ ସ୍ବର, ଶୈଳୀ ତଥା ରେକର୍ଡିଂ ଓଡିଶା ସରକାରଙ୍କର ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ବାରା ପ୍ରସ୍ତୁତ କରାଯିବା ପାଇଁ ସ୍ଥିର କରାଗଲା | ଏହାର ଗାୟନ ଅବଧି ସ୍ବର ତଥା ଶୈଳୀ ଉପରୋକ୍ତ ରେକର୍ଡିଂ ପ୍ରକାରେ ନିର୍ଦ୍ଧାରିତ ହେଲା | ରାଜ୍ୟ ସରକାରଙ୍କର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ, ବିଧାନସଭାର ଅଧିବେଶନ ଏବଂ ଅନ୍ୟାନ୍ୟ ସ୍ବତନ୍ତ୍ର ଭାବରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଏହି ସଙ୍ଗୀତର ବିନା ବାଦ୍ୟରେ ପ୍ରସ୍ତୁତ ଅନୁମୋଦିତ ସଂସ୍କରଣ ପରିବେଷଣ/ଗାନ କରାଯିବ | ବିଦ୍ୟାଳୟ, ମହାବିଦ୍ୟାଳୟ, ଅନ୍ୟାନ୍ୟ ସଭାସମିତି ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ପୃଷ୍ଠସଙ୍ଗୀତ କିମ୍ବା ବାଦ୍ୟଯନ୍ତ୍ର ସଙ୍ଗତ ସହିତ ଏହାକୁ ପରିବେଷଣ/ଗାନ କରାଯିବ | ଉଦ୍‌ଘାଟନୀ, ଉଦ୍‌ଯାପନୀ ଓ ଉଦ୍‌ବୋଧନୀ ସଙ୍ଗୀତ ଭାବରେ ଏହା ଗାନ କରାଯିବା ସମୟରେ ଏହି ରାଜ୍ୟ ସଙ୍ଗୀତ ପ୍ରତି ସମ୍ମାନ ପ୍ରଦର୍ଶନ ପୂର୍ବକ ଉପସ୍ଥିତ ସମସ୍ତେ ସଙ୍ଗୀତ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଦଣ୍ଡାୟମାନ ରହିବେ | ମାତ୍ର ବୟସ୍ମ, ଅସୁସ୍ଥ, ଭିନ୍ନକ୍ଷମ, ଗର୍ଭବତୀ ମହିଳା ଯେଉଁମାନେ ନିଜର ଉପରୋକ୍ତ ଅକ୍ଷମତା କାରଣରୁ ଦଣ୍ଡାୟମାନ ହେବାରେ ଅସୁବିଧା ଅନୁଭବ କରୁଥିବେ ସେମାନେ ଏହି ସଙ୍ଗୀତ ପରିବେଷଣ/ଗାନ ସମୟରେ  ନିଜ  ସ୍ଥାନରେ ନମ୍ର ଭାବରେ ବସି ରହି ଏଥିପ୍ରତି ସମ୍ମାନ ପ୍ରଦର୍ଶନ କରିପାରିବେ | ଶିଶୁମାନଙ୍କୁ ମଧ୍ୟ ଏହି ସଙ୍ଗୀତ ପରିବେଷଣ / ଗାନ ସମୟରେ ଦଣ୍ଡାୟମାନ ରହିବାରୁ ଅବ୍ୟାହତି ଦିଆଗଲା | ଏହି ସଙ୍ଗୀତ ପୋଲିସ୍‌ ବ୍ୟାଣ୍ଡ, ବଂଶୀ, ସିତାର ଭଳି ବିଭିନ୍ନ ବାଦ୍ୟଯନ୍ତ୍ର ମାଧ୍ୟମରେ ମଧ୍ୟ ପରିବେଷଣ କରାଯିବ | ଏହି ସଙ୍ଗୀତର ପ୍ରଚାର ପ୍ରସାର ତଥା ଅଭିବୃଦ୍ଧି ନିମନ୍ତେ ଏହାର ସୃଜନାତ୍ମକ ପରିବେଷଣ ଉପରେ କୌଣସି କଟକଣା ରହିବ ନାହିଁ | ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଠ୍ୟକ୍ରମରେ ଏହି ସଙ୍ଗୀତକୁ ଅନ୍ତର୍ଭୁକ୍ତ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଗଲା |

 

0
0
0
s2sdefault