ହେଡଲାଇନସ୍:

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଦ୍ୱିତୀୟ କିସ୍ତି ସହାୟତା ୫୦୦୦ ଟଙ୍କା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • ସୁରୁଖୁରୁରେ ସ୍ନାନପୂର୍ଣ୍ଣିମା ବିଧି ସମ୍ପନ୍ନ ହୋଇଥିବା ଯୋଗୁ ଧନ୍ୟବାଦ ଜଣାଇଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

  • ଆଗାମୀ ଦିନରେ ପୁରୀବାସୀ ଓ ସେବାୟତମାନଙ୍କ ସହଯୋଗ ଲୋଡିଲେ  

ପୁରୀ (ଶାସକ ପ୍ରଶାସକ) :  ଶ୍ରୀମନ୍ଦିର ସେବାୟତମାନେ ଖୁବ୍‍ଶୀଘ୍ର ଦ୍ୱିତୀୟ କିସ୍ତିର ସହାୟତା ପାଇବେ ।  କରୋନା ପରିପ୍ରେକ୍ଷୀରେ ସେବାୟତ ମାନଙ୍କ ସେବା ଓ ସେମାନଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବା ଯୋଗୁ ସେବାୟତମାନଙ୍କୁ ସହାୟତା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୫୦୦୦ ଟଙ୍କା କରି ସହାୟତା ଯୋଗାଇ ଦିଆଯାଇଥିଲା ।ଏବେ  ଦ୍ୱିତୀୟ କିସ୍ତିରେ ମଧ୍ୟ ଅନୁରୂପ ପରିମାଣ ସହାୟତା ଦିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର ଆଜି ସୂଚନା ଦେଇଛନ୍ତି । ସେବକମାନଙ୍କ ମଙ୍ଗଳ ପାଇଁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟର ସମୀକ୍ଷା ପରେ ଡକ୍ଟର କୁମାର ଏହି ସୂଚନା ଦେବା ସହିତ କରୋନା ଯୋଗୁଁ ମନ୍ଦିର ବନ୍ଦ ଥିବାରୁ ସେବକଙ୍କ ପାଉଣା ଉପରେ ଏହାର ଗୁରୁତର ପ୍ରଭାବ ପଡୁଥିବା କହିଛନ୍ତି ।

ଏହା କିଭଳି ପୂରଣ କରାଯାଇ ପାରିବ ଆଜି ସେ ସଂକ୍ରାନ୍ତରେ ବିସ୍ତୃତ ଆଲୋଚନା ହୋଇଛି । ଯେଉଁ ସେବକମାନେ ସ୍ୱାସ୍ଥ୍ୟବୀମା ପରିସରଭୁକ୍ତ ହୋଇନାହାନ୍ତି ତୁରନ୍ତ ସେମାନଙ୍କ ନାମ ବୀମା ତାଲିକାରେ ଦରଜ ପାଇଁ ନିଷ୍ପତ୍ତି ହୋଇଛି । ଦଇତାପତି ନିଯୋଗ ସହିତ ଯେଉଁସବୁ ନିଯୋଗ ଗୁଡିକ ମନ୍ଦିର ଭିତରେ ସେବା କରୁଛନ୍ତି ସେମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦିଆଯାଉଛି । ଏଥିପାଇଁ ସେବକମାନଙ୍କୁ ପ୍ରାୟ ୫ହଜାର ମାସ୍କ ଯୋଗାଇ ଦିଆଯିବ । ବୟନିକା ସହାୟତାରେ ଅଥବା ଶ୍ରୀମନ୍ଦିର ପ୍ରଶାସନ ନିଜସ୍ୱ ଭାବେ ଏହିମାସ୍କ ପ୍ରସ୍ତୁତ କରିବ । ଦୁଇଦିନ ଭିତରେ ଏହାର ଡିଜାଇନ୍‍ ଚୂଡାନ୍ତ ହେବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି । ସେବାୟତମାନଙ୍କୁ ନେଇ ଶ୍ରୀମନ୍ଦିରର ସମସ୍ତ ନୀତିକାନ୍ତି ଚାଲିଥିବାବେଳେ ସେମାନଙ୍କ ପରିବାର କିଭଳି ପାଉଣା ପାଇବେ ତାହା ଉପରେ ଆସନ୍ତା ରବିବାର ଦିନ ଆଲୋଚନା କରାଯିବ । ଏଥି ସହିତ ରଥଖଳାରେ ନିର୍ମାଣ କାର୍ଯ୍ୟ ସୁରୁଖୁରୁରେ ଆଗେଇ ଚାଲିଥିବାବେଳେ ଧାର୍ଯ୍ୟ ସମୟ ଠାରୁ ଆଗୁଆ ଭାବେ ନିର୍ମାଣ ହେଉଥିବା ମୁଖ୍ୟ ପ୍ରଶାସକ ଡକ୍ଟର କୁମାର ସୂଚନା ଦେଇଛନ୍ତି । ଏହି ଅବସରରେ ସୁରୁଖୁରୁରେ ସ୍ନାନପୂର୍ଣ୍ଣିମା କାର୍ଯ୍ୟ ସମ୍ପାଦନ ହୋଇଥିବାରୁ ସେବାୟତ, ମନ୍ଦିର ପ୍ରାଶାସନର କର୍ମକର୍ତ୍ତା ଓ ପୁରୀବାସୀଙ୍କୁ ମୁଖ୍ୟ ପ୍ରଶାସନ ଧନ୍ୟବାଦ ଦେଇଥିଲେ । ଆଗାମୀ ଦିନରେ ପୁରୀବାସୀ ଓ ସେବାୟତମାନଙ୍କ ସହଯୋଗ ଅତୁଟ ରହିବ ବୋଲି କାମନା କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ଼ କୁମାର | 

       

 

0
0
0
s2sdefault