ହେଡଲାଇନସ୍:

ଗ୍ରାମାଞ୍ଚଳରେ ଜୀବନ ଜୀବିକା ସୃଷ୍ଟି ପାଇଁ  "ଗରିବ କଲ୍ୟାଣ ରୋଜଗାର ଅଭିଯାନ"

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

• ଓଡିଶା ସମେତ ୬ଟି ରାଜ୍ୟର ୧୧୬ ଜିଲ୍ଲାରେ ପ୍ରବାସୀ ଶ୍ରମିକଙ୍କୁ ୧୨୫ ଦିନର କାମ ଦେବା ଯୋଜନାର ଲକ୍ଷ୍ୟ

• ଅଭିଯାନ ଦ୍ଵାରା ସ୍ଥାୟୀ ଭିତ୍ତିଭୂମି ସୃଷ୍ଟି ହେବା ସହ କର୍ମ ସଂସ୍ଥାନ ସୁଯୋଗ ବୃଦ୍ଧି ପାଇବ

• ଗରିବ କଲ୍ୟାଣ ରୋଜଗାର ଅଭିଯାନ ପାଇଁ ଖର୍ଚ୍ଚ ହେବ ୫୦ ହଜାର କୋଟି

ନୂଆଦିଲ୍ଲୀ (ଏସପିବି) : ଗ୍ରାମାଞ୍ଚଳକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କୁ ସଶକ୍ତ କରିବା ସହ ସେମାନଙ୍କୁ ଜୀବିକା ସୁଯୋଗ ଯୋଗାଇବା ପାଇଁ ଭାରତ ସରକାର ଗରିବ କଲ୍ୟାଣ ରୋଜଗାର ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା କାଲି ଦିନ ୧୧ ଟା ବେଳେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିହାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଦୃଶ୍ୟ ଶ୍ରାବ୍ୟ ସମ୍ମିଳନୀ ଜରିଆରେ ଏହାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ବିହାର ଖଗରିଆ ଜିଲ୍ଲା ବେଲଦାଉର ବ୍ଲକର ତେଲିହାର ଗ୍ରାମରୁ ଏହି ଯୋଜନାର ଶୁଭାରମ୍ଭ ହେବ । ଏହାଛଡା ଅନ୍ୟ ୫ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ସମ୍ପୃକ୍ତ ବିଭାଗୀୟ ମନ୍ତ୍ରୀମାନେ ଏହି ଆପାତତଃ ଉଦ୍ଘାଟନୀ ସମାରୋହରେ ଯୋଗଦେବେ । କୋଭିଡ-୧୯  ବୈଶ୍ଵିକ ମହାମାରୀ ପରିପ୍ରେକ୍ଷୀରେ 6ଟି ରାଜ୍ୟର 116 ଜିଲ୍ଲାର ଗ୍ରାମବାସୀ ସାଧାରଣ ସେବା କେନ୍ଦ୍ର ଓ କୃଷି ବିଜ୍ଞାନ କେନ୍ଦ୍ର ଜରିଆରେ ସାମାଜିକ ଦୂରତ୍ଵ ନିୟମ ମାନି ଏହି କାର୍ଯ୍ୟକ୍ରମରେ ଯୋଗଦେବେ ।

୧୨୫  ଦିନ ବ୍ୟାପୀ ଏହି ଅଭିଯାନ ମିଶନ ମୋଡରେ ଚାଲିବା ସହ ୨୫ଟି ଭିନ୍ନ ଭିନ୍ନ କାର୍ଯ୍ୟ ଦ୍ଵାରା ପ୍ରବାସୀ ଶ୍ରମିକମାନଙ୍କୁ କାମ ଯୋଗାଇ ଦିଆଯିବ । ଗୋଟିଏ ପଟରେ ସେମାନଙ୍କୁ କାମ ଯୋଗାଇଦେବା ସହ ଅନ୍ୟ ପକ୍ଷରେ ଦେଶର ଗ୍ରାମାଞ୍ଚଳରେ ଏଥିପାଇଁ ସ୍ଥାୟୀ ଭିତ୍ତିଭୂମି ତିଆରି ହୋଇପାରିବ । ଏହି ଯୋଜନା ପାଇଁ ୫୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ ରଖାଯାଇଛି ।

ପ୍ରାୟ 25 ହଜାର ଲେଖାଏଁ ପ୍ରବାସୀ ଶ୍ରମିକ ଫେରିଥିବା ଦେଶର ୬ ଟି ରାଜ୍ୟରୁ ମୋଟ ୧୧୬ ଟି ଜିଲ୍ଲାକୁ ଏଥିପାଇଁ ବଛାଯାଇଛି । ଏହି 6ଟି ରାଜ୍ୟ ହେଲା ବିହାର, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ଝାଡଖଣ୍ଡ ଏବଂ ଓଡିଶା । ସେଥିରେ ୨୭ ଟି ଆକାଂକ୍ଷୀ ଜିଲ୍ଲା ମଧ୍ୟ ରହିଛି । ପ୍ରବାସୀ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ଦୁଇ ତୃତୀୟାଂଶ ଏହିସବୁ ଜିଲ୍ଲାର ହୋଇଥିବା ଆକଳନ କରାଯାଇଛି । ଏହି ଅଭିଯାନକୁ 12 ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗ ସହଯୋଗ କରିବେ । ସେଗୁଡିକ ହେଲେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ, ସଡକ ପରିବହନ ଓ ରାଜପଥ, ଖଣି, ପାନୀୟ ଜଳ ଓ ପରିମଳ, ପରିବେଶ, ରେଳବାଇ, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ, ନୂତନ ଓ ଅକ୍ଷୟ ଶକ୍ତି, ସୀମା ସଡକ, ଦୂରସଞ୍ଚାର ଓ କୃଷି ।

0
0
0
s2sdefault