ହେଡଲାଇନସ୍:

ବାଲ୍ୟବିବାହକୁ ରୋକିଲା ଚାଇଲଡ୍ ଲାଇନ୍‌

User Rating: 4 / 5

Star ActiveStar ActiveStar ActiveStar ActiveStar Inactive
 

ରେଢାଖୋଲ ଉପଖଣ୍ଡ ପ୍ରତିନିଧି ଯଶୋବନ୍ତ ନାରାୟଣ ସାହୁ : ସରକାର କମ୍ ବୟସରୁ ବାହାଘର ନ ହେବା ପାଇଁ ଗଣ ମାଧ୍ୟମରେ ବାରମ୍ବାର ସଚେତନ କଲେ ମଧ୍ୟ ଗ୍ରାମାଞ୍ଚଳର ଲୋକମାନେ ମାନୁ ନାହାନ୍ତି। ବରପାତ୍ର ମିଳିଗଲା ପରେ ଅତି କମ୍ ବୟସରୁ ବାହାଘର କରି ନିଜ ମୁଣ୍ଡରୁ ବୋଝ ଗଲା ବୋଲି ଭାବୁଛନ୍ତି। ଏମିତି ଏକ ଘଟଣା ଘଟିଛି ଯାହାକି କମ୍ ବୟସର ବାଳିକାକୁ ବାପଘର ବାହାଘର କରିଦେବା ସମୟରେ ଚାଇଲଡ୍ ଲାଇନ୍ ଦ୍ୱାରା ଧରା ପଡି ଶେଷରେ ବାହାଘର ବନ୍ଦ ହେବା ଭଳି ଘଟଣା ଘଟିଛି ରେଢାଖୋଲ  ଅଞ୍ଚଳରେ।

ସୂଚନା ଯୋଗ୍ୟ ଯେ, ରେଢାଖୋଲ ଉପଖଣ୍ଡ ଚାରମାଳ ଥାନା ବଂଶାଜାଲ ପଞ୍ଚାୟତର କୋଇଲିପଦର ଗ୍ରାମର ଜନୈକ ନାବାଳିକାର ବାହାଘର ବୀରମହାରାଜପୁର ଥାନା ଚୁମକାଦାଦର ଗ୍ରାମର ସୁମନ୍ତ ପ୍ରଧାନଙ୍କ ସହ ବାହାଘର ହେବାର ଥିଲା। ବରପକ୍ଷ ମଧ୍ୟ ପହଞ୍ଚି ସାରିଥିଲେ। ଏ ସଂପର୍କରେ ଚାରମାଳ ଚାଇଲଡ୍ ଲାଇନ୍ ଖବର ପାଇ ରେଢାଖୋଲ ସିଡିପିଓ(ବାଲ୍ୟବିବାହ ନିରୋଧ ଅଧିକାରୀ), ଚାରମାଳ ପୋଲିସ୍ ସହାୟତାରେ ଶିଶୁ କନ୍ୟାର ଘରକୁ ଯାଇ ନାବାଳିକାର ବାପା ଓ ମାଆଙ୍କୁ ଝିଅଟିର ବୟସ ପ୍ରମାଣ ପତ୍ର ମାଗିଥିଲେ ହେଲେ ଝିଅର ବାପା ଓ ମାଆ କୌଣସି ପ୍ରମାଣ ପତ୍ର ଦେଇ ପାରି ନ ଥିଲେ। ଝିଅର ଆଧାର କାର୍ଡ ଅନୁଯାୟୀ ୧୬ ବର୍ଷ ୧୦ ମାସ ହେଉଥିବା ସୂଚନା ମିଳିଥିଲା। ଝିଅର ବାପା ଓ ମାଆଙ୍କୁ ବୁଝା ସୁଝା ପରେ ବାଲ୍ୟ ବିବାହ କୁ ରୋକାଯାଇ ପାରିଥିଲା।

ବାଲ୍ୟବିବାହ ଏକ ଦଣ୍ଡନୀୟ ଅପରାଧ ହୋଇଥିବା ବେଳେ ଗ୍ରାମାଞ୍ଚଳର ଲୋକମାନେ ସଚେତନତାର ଅଭାବ ଯୋଗୁଁ ଝିଅକୁ ବାହାଘର କରିଦେଉଥିବା ନିତିଦିନିଆ ଘଟଣା ହୋଇଗଲାଣି। ଆଜି ଝିଅର ବାପା ଓ ମାଆ ତଥା ବର ପକ୍ଷ ଏକ ଚୁକ୍ତିନାମା ଲେଖିଦେବା ପରେ ଝିଅର ବାହାଘରକୁ ବନ୍ଦ କରିଦିଆଯାଇଥିଲା। ଏଥିରେ ଚାରମାଳ ଚାଇଲଡ୍ ଲାଇନ୍ ର କର୍ମକର୍ତ୍ତା ତଥା ଚାରମାଳ ଥାନା ସହଯାଗ କରିଥିଲା। କନ୍ୟାପକ୍ଷ ମଧ୍ୟ ପ୍ରଶାସନ ଠାରୁ ଏହି ବାହାଘର ସଂପର୍କରେ କୌଣସି ଅନୁମତି ପତ୍ର ଆଣି ନଥିଲେ ବୋଲି ଜଣା ପଡିଛି।

0
0
0
s2sdefault