ହେଡଲାଇନସ୍:

ଅପରାଜିତାଙ୍କୁ ଘଣ୍ଟ ଘୋଡାଇବାକୁ ବିଜେପି କରୁଛି ପ୍ରେସ୍‍ମିଟ୍‍ : ବିଜେଡି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର(ଶାସକ ପ୍ରଶାସକ) : ଭୁବନେଶ୍ୱର ବିଜେପି ସଂଗଠନରେ ଚାଲିଥିବା ଗୋଷ୍ଠୀ  କନ୍ଦଳ ଓ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ବେଆଇନ୍‍ କାର୍ଯ୍ୟକୁ ଘଣ୍ଟ ଘୋଡାଇବା ପାଇଁ ବିଜେପି ନେତା ବାବୁ ସିଂହ ଆଗକୁ ଆସିଛନ୍ତି । ଆଜିର ସାମ୍ବାଦିକ ସମ୍ମିଳନୀରୁ ଏହା ସ୍ପଷ୍ଟ ହୋଇଛି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍‍ ମହାନ୍ତି । ଶ୍ରୀ ମହାନ୍ତି କହିଛନ୍ତି ଯେ ଭୁବନେଶ୍ୱର ବିଜେପିରେ ଏବେ ଗୋଷ୍ଠୀ  ବିବାଦ ଜୋରସୋର ଭାବେ ଚାଲିଥିବା ସମସ୍ତେ ଜାଣିଛନ୍ତି । ବାବୁ ସିଂହ ହେଉଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀଙ୍କର ଏକାନ୍ତ ଅନୁଗତ । ଶ୍ରୀମତୀ ଷଡଙ୍ଗୀ ରାଜନୈତିକ ସଭା ସମିତିମାନ କରି ଜାଣିଶୁଣି କୋଭିଡ ପାଇଁ ଜାରି ହୋଇଥିବା କେନ୍ଦ୍ରୀୟ ମାର୍ଗଦର୍ଶିକାକୁ ଉଲ୍ଲଙ୍ଘନ କରୁଛନ୍ତି । ଯେଉଁଥିପାଇଁ ତାଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଛି । ଭୁବନେଶ୍ୱର ବିଜେପିର ଗୋଷ୍ଠୀ  କନ୍ଦଳ ଏବଂ କରୋନା ମାର୍ଗଦର୍ଶିକା ଉଲ୍ଲଙ୍ଘନରୁ ନଜର ହଟାଇବା ସହିତ ସାଂସଦ ଶ୍ରୀମତୀ ଷଡଙ୍ଗୀଙ୍କ ବେଆଇନ୍‍ କାର୍ଯ୍ୟକୁ ଘଣ୍ଟ ଘୋଡାଇବାପାଇଁ ଶ୍ରୀ ସିଂହ ଆଜି ସାମ୍ବାଦିକ ସମ୍ମିଳନୀ କରିଛନ୍ତି । 

ଶ୍ରୀ ମହାନ୍ତି କହିଛନ୍ତି ଯେ ଉଭୟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ କୋଭିଡ ସଂକ୍ରାନ୍ତୀୟ ଜାତୀୟ ମାର୍ଗଦର୍ଶିକାକୁ ପାଳନ କରିବାପାଇଁ ଜନସାଧାରଣଙ୍କୁ ଅନୁରୋଧ କରୁଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ବ୍ୟକ୍ତି ଯେତେ ବଡ ହୁଅନ୍ତୁ ନା କାହିଁକି, କୋଭିଡ ନିୟମ ଭଙ୍ଗ କଲେ ତାଙ୍କ ବିରୁଦ୍ଧରେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ହେବ । କିନ୍ତୁ ସାଂସଦ ଶ୍ରୀମତୀ ଷଡଙ୍ଗୀ ରାଜନୈତିକ ସଭା ଜରିଆରେ ବାରମ୍ବାର କୋଭିଡ ନିୟମ ଉଲ୍ଲଙ୍ଘନ କରିବାରେ ଲାଗିଛନ୍ତି । ଜନସାଧାରଣଙ୍କ ନଜର ଏ ଦିଗରୁ ହଟାଇବାପାଇଁ ବାବୁ ସିଂହଙ୍କ ଆଜିର ସାମ୍ବାଦିକ ସମ୍ମିଳନୀ ଉଦ୍ଧିଷ୍ଟ । କରୋନା ନିୟମ ଭାଙ୍ଗିବା ଅଭିଯୋଗରେ ସାଂସଦ ଶ୍ରୀମତୀ ଷଡଙ୍ଗୀଙ୍କ ବିରୁଦ୍ଧରେ ବିଏମ୍‍ସି କମିଶନର କାର୍ଯ୍ୟାନୁଷ୍ଠାନ  ଗ୍ରହଣ କରିଥିବାରୁ ଏଥିରେ ଉତ୍‍କ୍ଷିପ୍ତ ହୋଇ ଶ୍ରୀ ସିଂହ ବିଏମ୍‍ସି କମିଶନରଙ୍କ ବିରୁଦ୍ଧରେ ବିଷ ଓଗାଳୁଛନ୍ତି । 

କରୋନା ସଂକ୍ରମିତ ଦେଶ ତାଲିକାରେ ଭାରତ ଏବେ ବିଶ୍ୱର ତୃତୀୟ ସ୍ଥାନରେ ପହଞ୍ଚିଛି । ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ହୀନ ରାଜନୀତି କରିବା ବଦଳରେ ଭୁବନେଶ୍ୱର ସାଂସଦ ଶ୍ରୀମତୀ ଷଡଙ୍ଗୀ ତାଙ୍କର ବେଆଇନ୍‍ କାର୍ଯ୍ୟକଳାପ ପାଇଁ କ୍ଷମା ମାଗିବା ସହିତ କରୋନା ମୁକାବିଲା ଯୁଦ୍ଧରେ ସାମିଲ ହେବାଲାଗି ଶ୍ରୀ ମହାନ୍ତି ପରାମର୍ଶ ଦେଇଛନ୍ତି । 

0
0
0
s2sdefault