ଭୁବନେଶ୍ୱର( ଶାସକ ପ୍ରଶାସକ): ଆଜି ରାଜ୍ୟରେ କରୋନା ପୁଣି ପାଞ୍ଚଶହ ଉପରେ ।ରାଜ୍ୟରେ ଚିହ୍ନଟ ହୋଉଛନ୍ତି ୫୯୫ ନୂଆ କରୋନା । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୧୩୧୨୧ରେ । ଆଜି ତିନି ଜଣଙ୍କ ଜୀବନ ଯାଇଥିବା ସୂଚନା ଦେଇଛି ସ୍ୱଥ୍ୟ ବିଭାଗ । ମୃତ ତିନିଜଣଯାକ ଗଞ୍ଜାମରୁ । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୯୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୦୧ଜଣ ସର୍ବସାଧାରଣ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ , ଗଞ୍ଜାମରୁ ସର୍ବାଧିକ ୨୩୦ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧, ବରଗଡରୁ ୩, ଭଦ୍ରକରୁ ୧୧, ବଲାଙ୍ଗୀର ୧, କଟକରୁ ୧୧, ଗଜପତିରୁ ୨୦, ଜଗତସିଂପୁରରୁ ୫, ଯାଜପୁରରୁ ୯୭, କଳାହାଣ୍ଡିରୁ ୪, କେନ୍ଦ୍ରାପଡାରୁ ୨, କେଉଁଝରରୁ ୩, ଖୋର୍ଧାରୁ ୭୬, କୋରାପୁଟରୁ ୪୪, ମାଲକାନଗିରିରୁ ୩୬, ମୟୂରଭଞ୍ଜରୁ ୧୪, ନୟାଗଡରୁ ୫, ପୁରୀରୁ ୧୦, ରାୟଗଡା ଓ ସମ୍ବଲପୁରର ୨ ଜଣ ଲେଖାଏଁ ଏବଂ ସୁନ୍ଦରଗଡରୁ ୮ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୬୭୭ ଜଣ ସକ୍ରିୟ ଆକ୍ରାନ୍ତ ରହିଥିବା ବେଳେ ୮୩୬୦ ଜଣ ସୁସ୍ଥ ହୋଇଛନ୍ତି ।








