ହେଡଲାଇନସ୍:

ଅଗଷ୍ଟ ୩ ରୁ ଉତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, (ଶାସକ ପ୍ରଶାସକ)  : ଆସନ୍ତା ସପ୍ତାହରେ ଉତର-ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ସୃଷ୍ଟି ହୋଇଛି । ମୌସୁମୀ  ଉତର ଦିଗରୁ ଦକ୍ଷିଣ ଦିଗକୁ ମୁହାଁଇବା ପାଇଁ ପରିବେଶ ଅନୁକୂଳ ହୋଇଥିବାରୁ ପାଣିପାଗରେ ପରିବର୍ତନ ଆସିବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅଗଷ୍ଟ ୩ ସୁଦ୍ଧା ଏହି ଲଘୁଚାପ ଉତର-ପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଅଂଚଳରେ ଘନୀଭୂତ ହେବାର ସମ୍ଭାବନା ରହିଛି । ଏଥି ସହିତ ଅଗଷ୍ଟ ୪ ଦକ୍ଷିଣ ଚୀନ୍ ସାଗରରେ ସୃଷ୍ଟ ଏକ ଲଘୁଚାପ ଏହି ଲଘୁଚାପ ସହ ମିଶିଯିବାର ସମ୍ଭାବନା ରହିଛି  । ଏହା ଫଳରେ ଏହା ଅଧିକ ଶକ୍ତିଶାଳୀ ହୋଇପାରେ ବୋଲି ସିଇସିର ନିର୍ଦ୍ଦେଶକ  ଡଃ ଶରତ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।

ଏହାର ପ୍ରଭାବରେ ଅଗଷ୍ଟ ୩ ରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ଥିବାବେଳେ ଅଗଷ୍ଟ ୪ ଏବଂ ୫ ସୁଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଅଗଷ୍ଟ ୪ ରୁ ୬ ମଧ୍ୟରେ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ଢେ଼ଙ୍କାନାଳ, ଅନୁଗୁଳ, ସୋନପୁର ବୌଧ , ନୂଆପଡ଼ା, ନବରଙ୍ଗପୁର, ସମ୍ବଲପୁର, ବରଗଡ, ଝାରସୁଗୁଡା ଓ କଳାହାଣ୍ଡି ପ୍ରଭୃତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଡଃ ସାହୁ କହିଛନ୍ତି । 

0
0
0
s2sdefault