ଖରିଫ୍ ଚାଷ ସମେତ ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ ସମୀକ୍ଷା କଲେ କୃଷିମନ୍ତ୍ରୀ
-
ଚାଷୀମାନଙ୍କୁ ସାର ଓ କୃଷି ସାମଗ୍ରୀ ଠିକଣା ସମୟରେ ଓ ଧାର୍ଯ୍ୟ ଦରରେ ଯୋଗାଇବା ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱ
-
ଚାଷୀଙ୍କୁ ଯୋଗାଇ ଦିଆଯାଉଥିବା କୃଷି ସାମଗ୍ରୀର ଗୁଣାତ୍ମକ ମାନ ଓ ପରିମାଣରେ କୌଣସି ସାଲିସ କରାଯିବନି
-
ଯାଞ୍ଚ ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ
ଭୁବନେଶ୍ୱର(ଶାସକ ପ୍ରଶାସକ) : କୋଭିଡ୍-୧୯ ସ୍ଥିତିରେ ଚଳିତ ଖରିଫ୍ ଚାଷ ନିମନ୍ତେ ଚାଷୀମାନେ ଯେପରି ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀ ଠିକଣା ସମୟରେ ଓ ଧାର୍ଯ୍ୟ ଦରରେ ପାଇପାରିବେ ସେଥି ନିମନ୍ତେ ପ୍ରତ୍ୟେକ ସ୍ତରରେ ତଦାରଖ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି ଓ ରାଜ୍ୟକୁ ଅଧିକ ପରିମାଣର ସାର ଯୋଗାଇଦେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତିା ସାର ଯେପରି ଧାର୍ଯ୍ୟ ଦରରେ ବିକ୍ରି ହୁଏ ଓ ଏହାର ସୁଷମ ବଣ୍ଟନ ନିମନ୍ତେ ଯାଞ୍ଚ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ମନ୍ତ୍ରୀ ଡ. ସାହୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତିା ଅଧିକ ଦରରେ ସାର ବିକ୍ରୟ ଅଭିଯୋଗ ଆସିଲେ, ସଂପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଛନ୍ତିା
ଆଜି ଆୟୋଜିତ ଏକ ଭର୍ଚୁଆଲ୍ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟରେ ଖରିଫ୍ ଚାଷ ସମେତ ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ଅବସରରେ ମନ୍ତ୍ରୀ ଡ. ସାହୁ କହିଲେ କୋଭିଡ୍-୧୯ ପରି ଏକ ଜଟିଳ ସ୍ଥିତିରେ ଚାଷ କାର୍ଯ୍ୟ ଯେପରି ବାଧାପ୍ରାପ୍ତ ନହୁଏ, ସେଥିପ୍ରତି କ୍ଷେତ୍ର ଅଧିକାରୀମାନେ ଅଧିକ କ୍ରିୟାଶୀଳ ହେବା ଆବଶ୍ୟକା ଚାଷ କାର୍ଯ୍ୟ ନିମନ୍ତେ ସାରର ଯେପରି କୌଣସି ଅଭାବ ନରୁହେ, ସେଥି ପ୍ରତି ସମବାୟ ବିଭାଗ ସହିତ ସମନ୍ୱୟ ରକ୍ଷା କରି ସାରର ସୁଷମ ବଣ୍ଟନ ନିମନ୍ତେ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲୋ ଯେପରି କୌଣସି ଜଣେ ଚାଷୀଙ୍କୁ ଧାର୍ଯ୍ୟ ଦରଠାରୁ ଅଧିକ ଦରରେ ସାର କିଣିବାକୁ ନପଡେ଼ ସେଥିପ୍ରତି ଅଧିକାରୀମାନେ ସତର୍କ ଦୃଷ୍ଟି ଦେବା ପାଇଁ ମନ୍ତ୍ରୀ କହିଥିଲୋ ଅଧିକାରୀମାନେ ସଦର ମହକୁମାରେ ଉପସ୍ଥିତ ରହି ଚାଷକାର୍ଯ୍ୟକୁ ଆଗେଇ ନେବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲୋ ଏଥି ସହିତ ଚାଷୀମାନଙ୍କୁ ଯୋଗାଇ ଦିଆଯାଉଥିବା କୃଷି ସାମଗ୍ରୀର ଗୁଣାତ୍ମକ ମାନ ଓ ପରିମାଣରେ କୌଣସି ପ୍ରକାରର ସାଲିସ କରାଯିବ ନାହିଁ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲୋ
ବୈଠକରେ ବିଭିନ୍ନ ସ୍ଥାନରେ ବର୍ଷାର ସ୍ଥିତି ସଂପର୍କରେ ବିଶଦ ଭାବରେ ଆଲୋଚନ କରାଯାଇଥିଲାା ବିଭାଗ ପକ୍ଷରୁ ବୃଷ୍ଟିପାତର ପରିମାଣ ସଂପର୍କରେ ନିୟମିତ ତର୍ଜମା କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯାଉଛିା ଏଥି ସହିତ ମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ପକ୍ଷରୁ "ମୋ ପୋଖରୀ' ଏବଂ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ଆଲୋଚନା କରାଯାଇଥିଲାା କୋଭିଡ-୧୯ ସ୍ଥିତିରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଆଇନରେ ବୃକ୍ଷ ରୋପଣ ଓ "ମୋ ପୋଖରୀ' ଯୋଜନା କାର୍ଯ୍ୟକାରୀ କରି ଅଧିକ ଶ୍ରମ ଦିବସ ଓ ଭିତ୍ତିଭୂମି ନିର୍ମାଣ ଉପରେ ମନ୍ତ୍ରୀ ଡ. ସାହୁ ଗୁରୁତ୍ୱାରୋପ କରିଥିଲୋ ବୃକ୍ଷ ରୋପଣ କରାଯାଉଥିବା ସ୍ଥାନଗୁଡ଼ିକର ଫଟୋଚିତ୍ର ଉତ୍ତୋଳନ ସହିତ ଭିଡ଼ିଓଗ୍ରାଫି କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲୋ କୃଷି ବିଭାଗର ବରିଷ୍ଠ ଅଧିକାରୀମାନେ ଜିଲ୍ଲା ଗସ୍ତ ସମୟରେ ନିୟମିତ ବୃକ୍ଷରୋପଣ ସ୍ଥାନଗୁଡ଼ିକର ପରିଦର୍ଶନ କରିବା ପାଇଁ ମନ୍ତ୍ରୀ କହିଥିଲୋ କୋଭିଡ୍-୧୯ ସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷିତ ସ୍ୱତନ୍ତ୍ର ପ୍ୟାକେଜ ନିମନ୍ତେ ହିତାଧିକାରୀ ଚୟନ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, "ଆତ୍ମା' ଆଦି ବିଷୟରେ ସବିଶେଷ ଆଲୋଚନା କରାଯାଇଥିଲାା
ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍. ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ପଣ୍ଡାଙ୍କ ସମେତ ସମସ୍ତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଓ ନୋଡାଲ୍ ଅଧିକାରୀମାନେ ଯୋଗଦେଇଥିଲୋ