-
ପୁରୀ ଜିଲ୍ଲାର ଅସହାୟ ମହିଳାଙ୍କ ସହାୟତା ପାଇଁ ବିନି ଯୋଗ ହେବ
-
ପୂର୍ବରୁ ବଲାଙ୍ଗୀର ପାଇଁ ଦେଇ ଥିଲେ ଅଢେ଼ଇ କୋଟି
ଭୁବନେଶ୍ବର(ଶାସକ ପ୍ରଶାସକ) : ‘ମୋ ସ୍କୁଲ’ ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍ଚୀ ଓ ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ସୁବ୍ରତ ବାଗ୍ଚୀ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୭.୫୦ କୋଟି ଟଙ୍କା ଦାନ କରିଛନ୍ତି | କୋଭିଡ୍-୧୯ ଦ୍ବାରା ପ୍ରଭାବିତ ପୁରୀ ଜିଲ୍ଲାର ଅସହାୟା ବୃଦ୍ଧା ମହିଳାମାନଙ୍କ ପାଇଁ ଏହି ସହାୟତା ବିନିଯୋଗ ହେବ |
ଶ୍ରୀମତୀ ଓ ଶ୍ରୀ ବାଗ୍ଚୀଙ୍କ ଏହି ଉଦାରତା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ | ଭିଡିଓ କନଫରେନ୍ସି ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ ଏହି ପରିମାଣର ଚେକ୍ ଗ୍ରହଣ କରିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଧନ୍ୟବାଦ ପତ୍ର ସେମାନଙ୍କୁ ପ୍ରଦାନ କରିଥିଲେ | ଏହି ଅବସରରେ ଶ୍ରୀମତୀ ବାଗ୍ଚୀ କହିଥିଲେ ଯେ ଓଡିଶା ବାସୀ ଯେତେବେଳେ ଇଛା ହୁଏ ସେତେବେଳେ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଯାଇଥାନ୍ତି | ମନ୍ଦିର ବନ୍ଦ ହେବା ପରେ ମନ୍ଦିର ନିକଟରେ ଓ ପୁରୀ ସହରରେ ଛୋଟ ଛୋଟ ଦୋକାନ କରି ପେଟ ପୋଷୁଥିବା ମା’ ମାଉସୀ ମାନଙ୍କ ସହାୟତା ପାଇଁ ଏହି ଅନୁଦାନ ପ୍ରଦାନ କରି ସେ ନିଜକୁ ଧନ୍ୟ ମନେ କରୁଛନ୍ତି |
ଶ୍ରୀ ସୁବ୍ରତ ବାଗ୍ଚୀ କହିଥିଲେ ଯେ ଏହି ଅନୁଦାନ ପ୍ରଦାନ କରି ସେମାନେ ନିଜକୁ ଅତ୍ୟନ୍ତ ସମ୍ମାନିତ ମନେ କରୁଛନ୍ତି | ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ ସେମାନଙ୍କର ଏହି ଛୋଟ ସହାୟତା ଗ୍ରହଣ କରିଥିବାରୁ ସେ ତାଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ |
ପୁରୀ ଜିଲ୍ଲାପାଳ ଶ୍ରୀ ବଲୱନ୍ତ ସିଂ କହିଥିଲେ ଯେ ପୁରୀ ର ଅସହାୟ ମହିଳା ମାନଙ୍କ କଲାଣ ପାଇଁ ଏହା ବିନିଯୋଗ ହେବ ସୂଚନାଯୋଗ୍ୟ ଯେ ପୂର୍ବରୁ ଶ୍ରୀମତୀ ବାଗଚୀ ବଲାଙ୍ଗୀର ର TMCରେ ଥିବା ମହିଳା ମାନଙ୍କ ପାଇଁ ଅଢ଼େଇ କୋଟି ଟନକା CMRF କୁ ଦେଇ ଥିଲେ | ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର, ଗୃହ ବିଭାଗର ପ୍ରମୁଖ ଶାସନ ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଉପସ୍ଥିତ ଥିଲେ