ହେଡଲାଇନସ୍:

ଉପକୂଳ ଓଡ଼ିଶାକୁ ପରିବର୍ତ୍ତନ କରିବାରେ ବଡ଼ ଭୂମିକା ନେବ ଦୀଘା-ଗୋପାଳପୁର ଉପକୂଳ ରାଜପଥ – ଧର୍ମେନ୍ଦ୍ର ପ୍ରଧାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

୪୫୧ କିମି ଲମ୍ବ ଦୀଘା-ଗୋପାଳପୁର ଉପକୂଳ ରାଜପଥ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍

• ଭାରତର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଭାବରେ ଉଭା ହେବ ଉପକୂଳବର୍ତ୍ତୀ ଅଞ୍ଚଳ

• ପାରାଦୀପ ଏବଂ ଧାମରା ବନ୍ଦରକୁ କୃଷି ଏବଂ ମତ୍ସ୍ୟଜାତ ସାମଗ୍ରୀ ପରିବହନ ହେବ

• ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପରିବହନ ଓ ଯୋଗାଣରେ ପ୍ରମୁଖ ଭୂମିକା ଗ୍ରହଣ କରିବ

• ଉପକୂଳ ଅଞ୍ଚଳରେ ଏନସିସିର ସଂପ୍ରସାରଣ ସ୍ଥାନୀୟ ଯୁବକଙ୍କୁ ପାଇଁ ନୂଆ ସୁଯୋଗ ଦେବ

ନୂଆଦିଲ୍ଲୀ/ଭୁବନେଶ୍ୱର(ଶାସକ ପ୍ରଶାସକ) - ମୋଦି ସରକାରଙ୍କ ଉଚ୍ଚାକାଂକ୍ଷୀ ୪୫୧ କିମି ଲମ୍ବ ଦୀଘା-ଗୋପାଳପୁର ଉପକୂଳ ରାଜପଥ ସମ୍ପୂର୍ଣ୍ଣ ହେଲେ ଏହା ଉପକୂଳ ଓଡ଼ିଶାକୁ ପରିବର୍ତ୍ତନ କରିବାରେ ବଡ଼ ଭୂମିକା ଗ୍ରହଣ କରିବ । ସ୍ଥାନୀୟ ଅଞ୍ଚଳର ପରିବେଶକୁ ସୁରକ୍ଷା ଯୋଗାଇବା ସହ ଉପକୂଳବର୍ତ୍ତୀ ଅଞ୍ଚଳ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ ଓ ଭାରତର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଭାବରେ ଉଭା ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ।

ଏ ସମ୍ପର୍କରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଦୀଘା-ଗୋପାଳପୁର ଉପକୂଳ ରାଜପଥ ପାରାଦୀପ ଏବଂ ଧାମରା ବନ୍ଦରକୁ କୃଷି ଏବଂ ମତ୍ସ୍ୟଜାତ ସାମଗ୍ରୀ ପରିବହନ କରିବାରେ ଅର୍ଥନୈତିକ କରିଡ଼ର ଭାବେ କାର୍ଯ୍ୟ କରିବ  । ଏହାସହ ପ୍ରାକୃତିକ ବିପର୍ଯ୍ୟୟ ତଥା ବାତ୍ୟା ଓ ବନ୍ୟା ସମୟରେ ପରିବହନ ଓ ଯୋଗାଣରେ ପ୍ରମୁଖ ଭୂମିକା ଗ୍ରହଣ କରିବ  ।

ଉପକୂଳ ଅଞ୍ଚଳରେ ଏନସିସିର ସଂପ୍ରସାରଣ ସ୍ଥାନୀୟ ଯୁବକଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିବ ଏବଂ ବିପର୍ଯ୍ୟୟ ପରିଚାଳନାକୁ ମଜବୁତ୍ କରିବାରେ ସହାୟକ ହେବ  । ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଓଡ଼ିଶାକୁ ମିଳୁଥିବା ବଳରେ ଆତ୍ମନିର୍ଭର ଭାରତ ନିର୍ମାଣରେ ଅଧିକ ଯୋଗଦାନ ରହିବ  ।

ଶ୍ରୀ ପ୍ରଧାନ କହିଛନ୍ତି ଆତ୍ମନିର୍ଭର ଭାରତ ପାଇଁ ଭିତ୍ତିଭୂମିର ବିକାଶ ଏବଂ ଉତ୍ତମ ସଂଯୋଗ ସ୍ଥାପନା କରିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶେଷ ଦୂରଦୃଷ୍ଟି ରହିଛି  । ଜାତୀୟ ଭିତ୍ତିଭୂମି ପାଇପଲାଇନ କେବଳ ଭିତ୍ତିଭୂମି ତିଆରି କରିବାରେ ବୈପ୍ଲବିକ ପରିବର୍ତ୍ତନ କରିବ ନାହିଁ ବରଂ କୋଭିଡ-୧୯ ପ୍ରଭାବରେ ହୋଇଥିବା ଅର୍ଥନୈତିକ ମାନ୍ଦାବସ୍ଥାକୁ ମଧ୍ୟ ଦୂର କରିବ  ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭିତ୍ତିଭୂମି ଏବଂ ଉତ୍ତମ ସଂଯୋଗ ସ୍ଥାପନା ଦିଗରେ ଓଡ଼ିଶା ଅଧିକ ଲାଭବାନ ହୋଇପାରିଛି  । ସୁଦୀର୍ଘ ବେଳାଭୂମି, ଭାରତର ବୃହତ୍ତମ ବିପଣନ ବନ୍ଦର ଏବଂ ପାରାଦୀପ ସ୍ଥିତ ପେଟ୍ରୋଲିୟମ କମ୍ପ୍ଲେକ୍ସ  ସହ ଓଡ଼ିଶା ନିଜର ଭୌଗଳିକ ସ୍ଥିତି କାରଣରୁ ଭିତ୍ତିଭୂମିକୁ ଅଧିକ ମଜବୁତ୍ କରିବାର ସାମର୍ଥ୍ୟ ରଖିଛି ବୋଲି ସେ କହିଛନ୍ତି  ।

-

 

0
0
0
s2sdefault