ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଘଟଣା
• ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ୍ ଅଏଲର ଅଧିକାରୀମାନଙ୍କ ସହ ଆଲୋଚନା କରି ତୁରନ୍ତ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ
• ଆହତ ମାନଙ୍କର ଆଶୁ ଆରୋଗ୍ୟ କାମନା କଲେ
ନୂଆଦିଲ୍ଲୀ/ଭୁବନେଶ୍ୱର – ଭୁବନେଶ୍ୱର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଆଜି ଏକ ବଡ ଧରଣର ଅଗ୍ନିକାଣ୍ଡ ଖବର ଜାଣିବା ପରେ ଘଟଣାର ତଦନ୍ତ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଇଥିବା ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏହାସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ୍ ଅଏଲର ଅଧିକାରୀମାନଙ୍କ ସହ ଆଲୋଚନା କରି ତୁରନ୍ତ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ଶ୍ରୀ ପ୍ରଧାନ ନିର୍ଦ୍ଦେଶ ଦେଇଛନ୍ତି । ଆହତ ମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଶୀଘ୍ର ଆରୋଗ୍ୟ ହୋଇ ଫେରିବେ ବୋଲି ଆଶା କରୁଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।