ଭାରତୀୟ ସେନା ଦ୍ଵାରା ଜଣେ ଚୀନ ସୈନିକ ଅଟକ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

Ministry of Defence Govt of India Recruitment - Sentinelassam

ନୂଆଦିଲ୍ଲୀ / ଶାସକ ପ୍ରଶାସକ : କର୍ପୋରେଲ ୱାଙ୍ଗ ୟା ଲୋଙ୍ଗ ନାମକ ଜଣେ ପିଏଲଏ ସୈନିକ ଆଜି ଅର୍ଥାତ 19 ଅକ୍ଟୋବର 2020ରେ ପୂର୍ବ ଲଦାଖର ଡେମଚୋକ ସେକ୍ଟରରେ ନିୟନ୍ତ୍ରଣ ରେଖା ପାର ହେବା ପରେ ଗିରଫ ହୋଇଛନ୍ତି । ଅତ୍ୟଧିକ ଉଚ୍ଚତା ଏବଂ କଠିନ ଜଳବାୟୁ ପରିସ୍ଥିତିରୁ ରକ୍ଷା କରିବା ପାଇଁ ପିଏଲଏ ସୈନିକଙ୍କୁ ଅମ୍ଳଜାନ, ଖାଦ୍ୟ ଏବଂ ଶୀତ ପୋଷାକ ସହିତ ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି ।

ନିଖୋଜ ସୈନିକଙ୍କ ସୂଚନା ସମ୍ପର୍କରେ ପିଏଲଏ ପକ୍ଷରୁ ଦିଆଯାଇଥିବା ଏକ ଅନୁରୋଧକୁ ମଧ୍ୟ ଗ୍ରହଣ କରାଯାଇଛି । ପ୍ରୋଟୋକଲ ଅନୁଯାୟୀ, ପ୍ରକ୍ରିୟା ସମାପ୍ତ ହେବା ପରେ ସେହି ସୈନିକଙ୍କୁ ଚୁସୁଲ - ମୋଲଡୋ ବୈଠକ ସ୍ଥାନରେ ଚୀନ ଅଧିକାରୀଙ୍କୁ ଫେରାଇ ଦିଆଯିବ ।

0
0
0
s2sdefault