ହେଡଲାଇନସ୍:

ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ ସବୁଦିନ ଚଳାଚଳ କରିବ |

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ଭୁବନେଶ୍ୱର(ଶାସକ ପ୍ରଶାସକ) : ନଭେମ୍ବର ମାସ ୭ ତାରିଖ ଠାରୁ ଡିସେମ୍ବର ମାସ ୩୧ ତାରିଖ ପର୍ଯ୍ୟନ୍ତ ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ ସପ୍ତାହକୁ ପାଞ୍ଚଦିନ ପରିବର୍ତ୍ତେ ସବୁଦିନ ଚଳାଚଳ କରିବା ପାଇଁ  ନିଷ୍ପତ୍ତି ନିଆଯାଇଛି | 

02861/02862 ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ ରାଉରକେଲାରୁ ସକାଳ ୦୫ଘ.୧୦ମି.ରେ ଛାଡି ଭୁବନେଶ୍ୱରରେ ଅପରାହ୍ନ ୧୨ଘ.୩୦ମି.ରେ ପହଞ୍ଚିବ |  ଫେରିବା ପଥରେ, 02862 ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ ଭୁବନେଶ୍ୱରରୁ ଅପରାହ୍ନ ୨ଘ.୧୦ମି. ରେ ଛାଡି ରାଉରକେଲାରେ ରାତ୍ର ୯ଘ.୪୦ମି.ରେ ପହଞ୍ଚିବ |

ଏହି ବିଶେଷ ଟ୍ରେନ ପୂର୍ବରୁ ୮ ଟି କୋଚ ପରିବର୍ତ୍ତେ ଏବେ ୧୦ କୋଚ ସହିତ ଚଳାଚଳ କରିବ | ଏହି ଟ୍ରେନ ରେ ଗୋଟିଏ ଏସି-ଚେୟାର କାର ଏବଂ ଗୋଟିଏ ଦ୍ୱିତୀୟ ଶ୍ରେଣୀ ଚେୟାର କାର ଅତିରିକ୍ତ ସଂଯୋଗ ପରେ ଏହା ୦୨ଟି ଏସି ଚେୟାର୍ କାର୍, ୦୬ଟି  ସେକେଣ୍ଡ୍ କ୍ଲାସ୍ ଚେୟାର୍ କାର୍ ଏବଂ ୦୨ଟି ଗାର୍ଡ ତଥା ଲଗେଜ୍ ଭ୍ୟାନ୍ ସହିତ ଚଳାଚଳ କରିବ |

ଏହି ଟ୍ରେନ୍ ଉଭୟ ଦିଗରୁ ରାଉରକେଲା ଏବଂ ଭୁବନେଶ୍ୱର ମଧ୍ୟରେ ରାଜଗାଙ୍ଗପୁର, ବମରା, ଝାରସୁଗୁଡା, ରେଙ୍ଗାଲୀ, ସମ୍ବଲପୁର ସିଟି, ରେଢ଼ାଖୋଲ, ବଇଣ୍ଡା, ଅନୁଗୁଳ, ତାଲଚର ରୋଡ୍, ଢେଙ୍କାନାଳ ଏବଂ ନରାଜ ମାର୍ଥାପୁର ଷ୍ଟେସନ ମାନଙ୍କରେ ରହଣି କରିବ ।

 

 

 

0
0
0
s2sdefault