ଭୁବନେଶ୍ୱର : କଥା ରଖିଲେ ମୁଖ୍ୟମନ୍ତ୍ରୀ | ପୂର୍ବ ଘୋଷଣା ଅନୁଯାୟୀ କରୋନାରେ ପ୍ରାଣ ହରାଇଥିବା ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରିବାର ବର୍ଗଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ୧୫ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଗତକାଲି ମଂଜୁର କରିଛନ୍ତି | ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ କାର୍ଯ୍ୟକାରୀ କରିବା ନିମିତ୍ତ ଅନୁକମ୍ପାରାଶି ପ୍ରଦାନ ପ୍ରକ୍ରିୟା ତ୍ୱରାନ୍ୱିତ କରିବା ଦିଗରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ରଞ୍ଜନ ମଙ୍ଗରାଜ ଗୁରୁତ୍ୱପୂର୍ଣ ଭୂମିକା ଗ୍ରହଣ କରିଥିଲେ | ଏଥିପାଇଁ ମୁଖ୍ୟମନ୍ତ୍ରୀ ଓ ଶ୍ରୀ ମଙ୍ଗରାଜଙ୍କୁ "ଶାସକ ପ୍ରଶାସକ" ପରିବାର ପକ୍ଷରୁ କୃତଜ୍ଞତା ଜ୍ଞାପନ କରୁଛୁ |