ହେଡଲାଇନସ୍:

୮ରୁ ଖୋଲିବ ସ୍କୁଲ, କେବଳ ୧୦ମ ଓ ୧୨ଶ : ୧୦୦ ଦିନ ପାଇଁ ପାଠପଢ଼ା 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର, (ଶାସକ ପ୍ରଶାସକ) : କୋଭିଡ୍ କଟକଣା ଯୋଗୁଁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବାବେଳେ ରାଜ୍ୟ ସରକାର ଆସନ୍ତା ୮ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛନ୍ତିା ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ପାଠପଢ଼ିବାକୁ ଯିବୋ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେଉଥିବା ବାର୍ଷିକ ପରୀକ୍ଷା ନିମନ୍ତେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କୁ ପ୍ରସ୍ତୁତ କରିବା ସହିତ ବିଭିନ୍ନ ସମୟରେ ଅନୁଷ୍ଠିତ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଅଂଶଗ୍ରହଣ କରିବା ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କରିବାକୁ ହେବା ସେଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାନୁଷ୍ଠାନ ଖୋଲିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତିା

ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଜାନୁଆରୀ ୮ ତାରିଖରୁ ଅପ୍ରେଲ ୨୬ ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କର ପାଠପଢ଼ା ଜାନୁଆରୀ ୮ରୁ ଅପ୍ରେଲ ୨୮ ପର୍ଯ୍ୟନ୍ତ ଚାଲିବା ଦଶମ ଶ୍ରେଣୀ ପିଲାମାନଙ୍କର ପ୍ରାକଫିକାଲ୍ ପରୀକ୍ଷାଗୁଡ଼ିକ ଅପ୍ରେଲ ୨୭ରୁ ମଇ ୨ ତାରିଖ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅପ୍ରେଲ ୨୯ରୁ ମଇ ୧୪ ତାରିଖ ପର୍ଯ୍ୟନ୍ତ ହେବା ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ମଇ ୩ ତାରିଖରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଇ ୧୫ରୁ ଜୁନ୍ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବା

ଉପରୋକ୍ତ ନିର୍ଘଣ୍ଟ ଅନୁସାରେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର/ରବିବାରକୁ ମିଶାଇ ୧୦୦ ଦିନ ପାଠପଢ଼ା ହେବା ପାଠପଢ଼ା ନିମନ୍ତେ ଏକ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛିା ଏହି ମାର୍ଗଦର୍ଶିକା ଅନୁସାରେ ସରକାରୀ ସାହାଯ୍ୟପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବା 

କରାଯାଇଥିବା ନିର୍ଦ୍ଦେଶାବଳୀଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ହେବା ଏଠାରେ ସୂଚନାଯୋଗ୍ୟ ଯେ, କୋଭିଡ୍ ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲାା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବିଭିନ୍ନ ମାଧ୍ୟମରେ ଅନ୍ଲାଇନ୍ ଶିକ୍ଷାଦାନର ବ୍ୟବସ୍ଥା କରିଥିଲୋ 

0
0
0
s2sdefault