-
ଦେଶର ଶ୍ରେଷ୍ଠ ୧୦ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଏକ ନମ୍ବର ସ୍ଥାନରେ
-
ଦ୍ଵିତୀୟ ସ୍ଥାନରେ କେଜରିୱାଲ , ଦଶମରେ ଗୁଜୁରାଟ
ନୂଆଦିଲ୍ଲୀ (ଶାସକ ପ୍ରଶାସକ) : ପୁଣି ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ସର୍ଭେରେ ଆଗରେ ରହିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବିପି ନ୍ୟୁଜ ପକ୍ଷରୁ କରାଯାଇଥିବା ସର୍ଭେରେ ଦେଶର ଶ୍ରେଷ୍ଠ ୧୦ ଜଣ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଏକ ନମ୍ବର ସ୍ଥାନରେ ଅଛନ୍ତି ନବୀନ । ଏବିପି ନ୍ୟୁଜ-ସି ଭୋଟର ଦେଶ କା ମୁଡ଼ ସର୍ବେକ୍ଷଣରେ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେବାର ଗୌରବ ଅର୍ଜ୍ଜନ କରିଛନ୍ତି | ଏହା ରାଜ୍ୟର ୪.୫କୋଟି ଜନସାଧାରଣଙ୍କ ଅସୀମ ଶ୍ରଦ୍ଧାର ପ୍ରତିଫଳନ ବୋଲି ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ପକ୍ଷରୁ ଏକ ଟୁଇଟରେ କୁହାଯାଇଛି |
ଦ୍ଵିତୀୟ ସ୍ଥାନରେ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ତୃତୀୟରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀ, ଚତୁର୍ଥରେ କେରଳ ମୁଖ୍ୟମନ୍ତ୍ରୀ ପି ବିଜୟନ, ପଂଚମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଥାକରେ, ଷଷ୍ଠରେ ଛତିଶ ଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ, ସପ୍ତମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଅଷ୍ଟମରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ, ନବମ ସ୍ଥାନରେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସବନ୍ତ ଓ ଦଶମ ସ୍ଥାନରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ରହିଛନ୍ତି ।