ଜିଲ୍ଲାରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା ବୈଠକ
ଭୁବନେଶ୍ୱର,(ଶାସକ ପ୍ରଶାସକ) : ରାଜ୍ୟ ସରକାର ପ୍ରତି ଘରକୁ ପାଇପ ଯୋଗେ ପାନୀୟ ଜଳଯୋଗାଣକୁ ପ୍ରାଥମିକତା ପ୍ରଦାନ କରୁଛନ୍ତିା ଏହିପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲାରେ ନିର୍ମାଣାଧୀନ ପାନୀୟ ଜଳଯୋଗାଣ ପ୍ରକଳ୍ପକୁ ଶୀଘ୍ର ଶେଷ କରିବା ପାଇଁ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମାର ଦାସବର୍ମା ନିର୍ଦ୍ଦେଶ ଦେଇଛନ୍ତିା
ଆଜି କୃଷି ଭବନଠାରେ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀଦାସବର୍ମାଙ୍କ ଅଧ୍ୟକ୍ଷତାରେ ନୟାଗଡ଼ ଜିଲ୍ଲାରେ ନିର୍ମାଣାଧୀନ ମେଗା ପାଇପ ଜଳଯୋଗାଣ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛିା ବୈଠକରେ ନୟାଗଡ଼ ଜିଲ୍ଲାର ସମସ୍ତ ଗ୍ରାମକୁ କିଭଳି ବିଶୁଦ୍ଧ ପାନୀୟ ଜଳର ବ୍ୟବସ୍ଥା କରାଯିବ ତା'ଉପରେ ଶ୍ରୀ ଦାସବର୍ମା ଗୁରୁତ୍ୱ ଦେଇଥିଲେ |
ବୈଠକରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ରଣପୁର ବିଧାୟକ ତଥା ନୟାଗଡ଼ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଶ୍ରୀ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲାର ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଯୋଗଦେଇ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ପାନୀୟ ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ କରିବା ଉପରେ ଗୁରୁତ୍ୱ ଦେଇଥିଲେ | ବୈଠକରେ ଗ୍ରାମ ଜଳଯୋଗାଣ ଓ ପରିମଳ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ଅଭୟ କୁମାର ବିଶ୍ୱାଳ, ମୁଖ୍ୟଯନ୍ତ୍ରୀ, ଓଡ଼ିଶା, ଅଧୀକ୍ଷଣ ଯନ୍ତ୍ରୀ, ଗ୍ରାମ ଜଳଯୋଗାଣ ଓ ପରିମଳ ବିଭାଗର ଭୁବନେଶ୍ୱର ସର୍କଲ ଓ ନୟାଗଡ଼ ଡିଭିଜନର ନିର୍ବାହୀ ଯନ୍ତ୍ରୀ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲୋ