ହେଡଲାଇନସ୍:

ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 

ଝାରସୁଗୁଡା/ସୁବାସ ସାହାରେ : ଝାରସୁଗୁଡ଼ା ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଡି ଏମ୍ ଏଫ ଅଡିଟୋରିଅମରେ ଜିଲ୍ଲାପାଳ ତଥା ଜାତୀୟ ଦିବସ ପାଳନ କମିଟି ଅଧ୍ୟକ୍ଷ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ନୃପଚରଣ ଦଣ୍ଡସେନା ଓ ଉପ ଜିଲ୍ଲାପାଳ ଶିବ ଟପ୍ପୋ ଉପସ୍ଥିତ ଥିଲେ । ସାଧାରଣତନ୍ତ୍ର ଦିବସ ପ୍ରତ୍ୟୁଷରେ ରାମଧୂନ ପ୍ରଚାର , ସକାଳ ସାଢେ ସାତଟାରୁ ନ'ଟା ପନ୍ଦର ମଧ୍ୟରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ସକାଳ ନ'ଟା ପନ୍ଦରରେ ମନମୋହନ ସ୍କୁଲ ପଡ଼ିଆରେ ମୁଖ୍ୟ ଅତିଥି ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିବେ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ , ମାତୃ ମଙ୍ଗଳ କେନ୍ଦ୍ର , ଉପ କାରାଗାର ସମେତ ବିଭିନ୍ନ ଶିଶୁ ଯତ୍ନ ଅନୁଷ୍ଠାନ , ଅନାଥାଶ୍ରମ ଆଦିରେ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଗଲା । କୋଭିଡ କଟକଣା ପରିପ୍ରେକ୍ଷୀରେ ସରକାରୀ ନିର୍ଦ୍ଦେଶାବଳୀ ଅନୁଯାୟୀ ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ କେବଳ ପୁଲିସ ବାହିନୀ ଅଂଶ ଗ୍ରହଣ କରିବେ । କୋଭିଡ ଯୋଦ୍ଧାମାନକୁ ସମ୍ବର୍ଦ୍ଧନା ଜ୍ଞାପନ ପାଇଁ ସ୍ଥିର କରାଯାଇଥିଲା । ଅନଲାଇନରେ ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ । ବୈଠକରେ ବିଭିନ୍ନ ବିଭାଗୀୟ ପଦାଧିକାରୀ , ସହରର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ , ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।କୋଭିଡ ନିୟମ ଅନୁପାଳନ ପୂର୍ବକ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆୟୋଜିତ ହେବାକୁ ଥିବା ସମସ୍ତ କାର୍ଯ୍ୟକ୍ରମର ସଫଳ ରୂପାୟନ ସକାଶେ ଜିଲ୍ଲାପାଳ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲା ବେଳେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଜୟ ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।

0
0
0
s2sdefault