ହେଡଲାଇନସ୍:

ଭୁବନେଶ୍ୱର ଜନତା ମଇଦାନରେ ‘ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା’ବୁଲିଲେ କେନ୍ଦ୍ରମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର,(ଶାସକ ପ୍ରଶାସକ)  - ଆତ୍ମନିର୍ଭର ଭାରତ ନିର୍ମାଣ ପାଇଁ ପ୍ରଥମେ ଆତ୍ମନିର୍ଭର ଓଡ଼ିଶା ଗଠନ କରିବାକୁ ହେବ । ତେଣୁ ଓଡ଼ିଶାର କଳା ଓ ସଂସ୍କୃତି ସହ ଯୋଡ଼ି ହୋଇ ରହିଥିବା ହସ୍ତଶିଳ୍ପ, ବୟନଶିଳ୍ପ ତଥା ଆମର ଶିଳ୍ପୀ, ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବଲପୁର ଶାଢ଼ୀ, କୋଟପାଡ଼ ବସ୍ତ୍ର ଏବଂ ରଘୁରାଜପୁରର ପଟ୍ଟଚିତ୍ର ମାସ୍କ ଏବଂ ଅନ୍ୟାନ୍ୟ ସାମଗ୍ରୀର ଚାହିଦା ସମଗ୍ର ଭାରତବର୍ଷ ଓ ବିଶ୍ୱରେ ବଢ଼ାଇବା ପାଇଁ ଆମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୋକାଲ ଫର୍ ଲୋକାଲ୍ ମାର୍ଗରେ ଚାଲିବାକୁ ହେବ ବୋଲି ଭୁବନେଶ୍ୱର ଜନତା ମଇଦାନରେ ତୋଷାଳ ମେଳା ବୁଲିବା ପରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ।

ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ପଂଚଦଶ ‘ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା’ରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା କାରିଗର, ବୁଣାକାର ଓ ହସ୍ତଶିଳ୍ପୀମାନଙ୍କ ଦ୍ୱାରା ପ୍ରସ୍ତୁତ ପାରମ୍ପରିକ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ଅତ୍ୟନ୍ତ ଚମତ୍କାର  ବୋଲି କହିଥିଲେ ମନ୍ତ୍ରୀ ଶ୍ରୀ ପ୍ରଧାନ ।

 

0
0
0
s2sdefault