ହେଡଲାଇନସ୍:

ବାହାଘରକୁ ଯିବା ହେଲା କାଳ.. ଗାଡି ଓଲଟି ଦୁଇ ମୃତ ,୩୩ ଗୁରୁତର  

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 ମୋହନା(ଏସ୍. ତ୍ରିପାଠୀ): ବାହାଘର ଭୋଜିରେ ଯୋଗ ଦେବା ପାଇଁ ଏକ ୪୦୭ ଗାଡିରେ କିଛି ଲୋକ ଯାଉଥିବା ବେଳେ ଗାଡିଟି ଆର.ଉଦୟଗିରି ଥାନା ନିକଟସ୍ଥ କଙ୍କଡାଗୁଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିବାରୁ ବହୁ ଧନ ଜୀବନ ନଷ୍ଟ ହୋଇଛି । ସୂଚନା ପ୍ରକାରେ ନୂଆଁଗଡ଼ ବ୍ଲକର ତୁମନ ଗ୍ରାମରେ ଏକ ବାହାଘର ଭୋଜି ନେଇ ଜାମଡିହ ଗ୍ରାମରୁ ତୁମନ ଗ୍ରାମକୁ ୪୦୭ ଗାଡିଟି ଯାଉଥିବା ବେଳେ ଉକ୍ତ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡରେ ଓଲଟି ପଡିଥିଲା । ଉକ୍ତ ଡାଲା ଗାଡିଟି ଓଲଟି ପଡ଼ିବାରୁ ଗାଡି ପଛପଟେ ବସିଥିବା ଯାତ୍ରୀମାନେ ଗାଡିତଳେ ଚାପିହୋଇ ରହିଥିଲେ । ଖବର ପାଇ ସ୍ଥାନୀୟ ଲୋକ , ଅଗ୍ନିଶମ ବାହିନୀ ଓ ପୁଲିସ ପ୍ରଶାସନର ଉଦ୍ୟମରେ ଗାଡିରେ ଫସି ରହିଥିବା ଯାତ୍ରୀମାନଙ୍କୁ ବାହାର କରିବା ସହ ସେମାନଙ୍କୁ ରା.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୩ ଜଣ ଗୁରୁତର ଥିବା ଜଣାପଡିଛି । ମୃତକ ମାନେ ହେଲେ ଯାମଡିହ ଗ୍ରାମର ଯନ୍ତ ଦଳବେହେରା  ଓ ଗାୟତ୍ରୀ ରଇତ । ଗୁରୁତର ମାନଙ୍କ ମଧ୍ୟରୁ ତିନିରୁ ଚାରି ବର୍ଷର ଏକ ଶିଶୁ ରହିଥିବା ସୂଚନା ମିଳିଛି।

0
0
0
s2sdefault