ହେଡଲାଇନସ୍:

ଗଜପତି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗଭୀର ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର,- ଗଜପତି ଜିଲ୍ଲାର ଆର୍ ଉଦୟଗିରି ବ୍ଲକ ଅନ୍ତର୍ଗତ ସବରପଲ୍ଲୀ ପଂଚାୟତର କଙ୍କଡାଗୁଡା ଠାରେ ଆଜି ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  । ଏହାସହ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାରକୁ ଶ୍ରୀ ପ୍ରଧାନ ଟ୍ୱିଟ୍ କରି ଗଭୀର ସମବେଦନା ଜଣାଇଛନ୍ତି  ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି " ଗଜପତି ଜିଲ୍ଲାରେ ଘଟିଥିବା ଅଭାବନୀୟ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ  । ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରୁଛି  ।"

 

0
0
0
s2sdefault